ସମୟ ଭିତରେ ସବୁ କାମ ସାର: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୫।୧(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ବିଭିନ୍ନ ଅଞ୍ଚଳରେ ଟାଉନ୍‌ ପ୍ଲାନିଂ ସ୍କିମ୍‌ ଲୋକପ୍ରିୟତା ଯୋଗୁ ଏଥିରେ ଅଗ୍ରଗତି ପରିଲକ୍ଷିତ ହୋଇଥିବା ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ଏକ ସମୀକ୍ଷା ବୈଠକରୁ ଜଣାପଡ଼ିଛି। ବୈଠକରେ ବିଡିଏ ଉପାଧ୍ୟକ୍ଷ ସଞ୍ଜୟ କୁମାର ସିଂ ଟାଉନ୍‌ ପ୍ଲାନିଂ ଯୋଜନା କାର୍ଯ୍ୟାନ୍ବୟନ ସମ୍ବନ୍ଧିତ ପ୍ରଶାସନିକ ଏବଂ ଆର୍ଥିକ ବିଷୟ ଆଲୋଚନା ନିମନ୍ତେ ତଥ୍ୟ ଉପସ୍ଥାପନ କରଥିଲେ।
ଉକ୍ତ ଯୋଜନାର ଅଗ୍ରଗତି ସମୀକ୍ଷାକରି ପ୍ରତି ଟାଉନ୍‌ ପ୍ଲାନିଂ ଅଞ୍ଚଳରେ ଗମନାଗମନ, ପାନୀୟଜଳ ଯୋଗାଣ, ବିଦ୍ୟୁତ୍‌ ଯୋଗାଣ ଆଦି ନିମନ୍ତେ ଉତ୍ତମ ଭିତ୍ତିଭୂମି ନିଶ୍ଚିତ କରାଇବା ପାଇଁ ମୁଖ୍ୟ ଶାସନ ସଚିବ ସମ୍ପୃକ୍ତ ବିଭାଗ ଓ ସଂସ୍ଥାଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତି ସ୍କିମ୍‌ ଅଞ୍ଚଳରେ ମୁଖ୍ୟ ରାସ୍ତାଗୁଡ଼ିକୁ ପୂର୍ତ୍ତ ବିଭାଗ ଏବଂ ଭିତର ରାସ୍ତାଗୁଡ଼ିକୁ ବିଡିଏ ନିର୍ମାଣ କରିବ। ଜଳ ଯୋଗାଣ ଏବଂ ନର୍ଦ୍ଦମା ପରିଚାଳନା ନିମନ୍ତେ ଦୂରଦର୍ଶୀ ଉପଯୁକ୍ତ ଯୋଜନା ପ୍ରସ୍ତୁତ କରିବା ପାଇଁ ୱାଟ୍‌କୋକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ସ୍କିମ୍‌ ଅଞ୍ଚଳଗୁଡିକରେ ଗୁଣାତ୍ମକ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ସବିଶେଷ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଟାଟା ପାୱାର କେନ୍ଦ୍ରୀୟ ବିତରଣ କମ୍ପାନୀକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମସ୍ତ କାର୍ଯ୍ୟ ସମୟାନୁବନ୍ଧିତ ଭାବେ ପୂର୍ଣ୍ଣାଙ୍ଗ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ବିଡିଏ ଉପାଧ୍ୟକ୍ଷ ସିଂ କହିଛନ୍ତି, ରାଜଧାନୀର ଦ୍ରୁତବର୍ଦ୍ଧିଷ୍ଣୁ ସ୍ଥିତି ଦୃଷ୍ଟିରୁ ବିଡିଏ ଦ୍ୱାରା ୪୫ଟି ଟାଉନ୍‌ ପ୍ଲାନିଂ ସ୍କିମ୍‌ କରିବାକୁ ପ୍ରସ୍ତାବ ରଖାଯାଇଛି। ପ୍ରଥମ ପର୍ଯ୍ୟାୟରେ ୪ଟି ସ୍କିମ୍‌ ଆରମ୍ଭ କରାଯାଇଛି। କ୍ଷେତ୍ରସ୍ତରୀୟ କାର୍ଯ୍ୟାନ୍ବୟନ ତ୍ୱରାନ୍ବିତ ହୋଇଛି। ଏହାଛଡ଼ା ଅନ୍ୟ ୯ଟି ସ୍କିମ୍‌ ପ୍ରାରମ୍ଭିକ ପ୍ରସ୍ତୁତି କାମ ମଧ୍ୟ ତ୍ୱରାନ୍ବିତ ହୋଇଛି। ସ୍କିମ୍‌ ନମ୍ବର ୧,୨,୩ ଏବଂ ୪ରେ କ୍ଷେତ୍ରସ୍ତରୀୟ ସର୍ଭେ, ଜମି ଏକତ୍ରୀକରଣ, ସଂଶୋଧିତ ଜମି ପଟ୍ଟା ପ୍ରସ୍ତୁତି ଏବଂ ବଣ୍ଟନ କାର୍ଯ୍ୟ ଚାଲିଛି। ୧ରୁ ୨ମାସ ମଧ୍ୟରେ ସମସ୍ତ ସଂଶୋଧିତ ପଟ୍ଟା ଯୋଗାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହି ୪ଟି ସ୍କିମ୍‌ ସମୁଦାୟ ୧୬୦୦ ଏକର ଜମି ଉପରେ କରାଯାଉଛି। ଏସବୁରେ ପ୍ରାୟ ୧.୫୦ ଲକ୍ଷରୁ ଅଧିକ ଲୋକ ବସବାସ କରିପାରିବେ। ପ୍ରାରମ୍ଭିକ ଆକଳନ ଅନୁସାରେ ଏହି ୪ଟି ସ୍କିମ୍‌ର ବିକାଶ ପାଇଁ ପ୍ରାୟ ୭୪୯ କୋଟି ଟଙ୍କା ବିନିଯୋଗ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri