Posted inଜାତୀୟ

ଭାଜପା ଖାତାକୁ ଯିବ ଏସବୁ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୯ା୬: ସଦ୍ୟସମାପ୍ତ ଲୋକ ସଭା ନିର୍ବାଚନରେ ଭାଜପା ଏକାକୀ ୨୪୦ ଆସନ ଜିତିଥିବାବେଳେ ନ୍ୟାଶନାଲ ଡେମୋକ୍ରାଟିକ ଆଲିଆନ୍ସ (ଏନ୍‌ଡିଏ)କୁ ୨୯୩ ଆସନ ମିଳିଛି। ନୂଆ ଏନ୍‌ଡିଏ ସରକାରରେ ଭାଜପା ସହ ସହଯୋଗୀ ଦଳଗୁଡ଼ିକୁ ଅଧିକ ମନ୍ତ୍ରୀପଦ ମିଳିବ ବୋଲି କୁହାଯାଉଛି। ଏନେଇ ଏକ ସଂସଦୀୟ ଦଳ ବୈଠକ ବସି ମୋଦିଙ୍କୁ ନେତାଙ୍କୁ ଆନୁଷ୍ଠାନିକ ଭାବେ ନେତା ନିର୍ବାଚିତକରାଯାଇଥିଲା। ଏହା ପରେ ସେ ରାଷ୍ଟ୍ରପତି ଭବନ ଯାଇ ସରକାର ଗଠନ ନିମନ୍ତେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟରେ ଦାବି ଜଣାଇଥିଲେ। ରାଷ୍ଟ୍ରପତି ତାଙ୍କୁ ଭାବୀ ପ୍ରଧାନମନ୍ତ୍ରୀ ନିଯୁକ୍ତ କରିବା ସହ ରବିବାର ଶପଥ ଗ୍ରହଣ ପାଇଁ ଆମନ୍ତ୍ରଣ କରିଥିଲେ। ରବିବାର ସନ୍ଧ୍ୟା ୭ଟା ୧୫ ମିନିଟ୍‌ରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ଉତ୍ସବ ଆରମ୍ଭ ହେବ। ସରକାର ଗଠନ ପରେ କେଉଁ ମନ୍ତ୍ରଣାଳୟ ସବୁ ଭାଜପା ହାତକୁ ଯିବ ତାହା ଆଲୋଚନାର ବିଷୟବସ୍ତୁ ପାଲଟିଛି।

ଗୃହ, ଅର୍ଥ, ପ୍ରତିରକ୍ଷା ଏବଂ ବୈଦେଶିକ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ଭାଜପା ହାତରେ ରହିବ। ସେହିଭଳି ଶିକ୍ଷା ଏବଂ ସଂସ୍କୃତି ଭଳି ଦୃଢ଼ ଭାବନୈତିକ ଦିଗ ଥିବା ଦୁଇଟି ମନ୍ତ୍ରଣାଳୟର ନିର୍ଦ୍ଦେଶ ମଧ୍ୟ ଭାଜପା ଏମ୍‌ପିଙ୍କ ନିକଟକୁ ଯାଇପାରେ। ସହଯୋଗୀମାନେ ୫ରୁ ୮ଟି କ୍ୟାବିନେଟ ପଦ ପାଇପାରନ୍ତି ବୋଲି ଅନୁମାନ କରାଯାଉଛି। ଶିବରାଜ ସିଂ ଚୌହାନ, ବାସଭରାଜ ବମ୍ମାଇ, ମନୋହର ଲାଲ ଖଟ୍ଟରଙ୍କ ପରି ଲୋକ ସଭା ନିର୍ବାଚନରେ ଜିତିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀମାନେ ମଧ୍ୟ ନୂତନ ସରକାରରେ ଯୋଗ ଦେବେ। ଶୁଣିବାକୁ ମିଳିଛି ତାଙ୍କୁ ଏ ପର୍ଯ୍ୟନ୍ତ କଲ୍‌ ଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

ରାଜ୍ୟ ସଭା ନିର୍ବାଚନରେ ବିଜୟୀ ହେଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଜିତିଛନ୍ତି। ଚତୁର୍ଥ ଆସନ ପାଇଁ ହୋଇଥିବା କଡ଼ା ମୁକାବିଲାରେ ଭାଜପା…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri