୮ ତାରିଖରେ ବନ୍ଦ ରହିବ ଏସବୁ ଅଫିସ, ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩ା୭: ଚଳିତବର୍ଷ ରଥଯାତ୍ରା ଦୁଇଦିନ ଧରି ଅନୁଷ୍ଠିତ ହେବ। ଏହା ଏକ ବିରଳ ରଥଯାତ୍ରା। ତେଣୁ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ୨ ଦିନ ଛୁଟି ଘୋଷଣା କରିଛନ୍ତି। ଆସନ୍ତା ୭ ଓ ୮ ତାରିଖରେ ସରକାରୀ କାର୍ଯ୍ୟାଳୟ, ସ୍କୁଲ,କଲେଜ ଛୁଟି ରହିବ ବୋଲି  ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ବୁଧବାର ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ୮ ତାରିଖରେ ରାଜସ୍ବ, ବ୍ୟାଙ୍କ ଏବଂ କୋର୍ଟ ଛୁଟି ରହିବ।  ଛୁଟି ନେଇ ରାଜସ୍ୱ ବିଭାଗ ପକ୍ଷରୁ ବିଜ୍ଞପ୍ତି ପାଇଛି।

ପୁରୀଠାରେ ମଙ୍ଗଳବାର ଆୟୋଜିତ ସମୀକ୍ଷା ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଥିଲେ। ସରକାରୀ ଛୁଟି ସମ୍ପର୍କିତ ବିଧିବଦ୍ଧ ବିଜ୍ଞପ୍ତି ତୁରନ୍ତ ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରଥଯାତ୍ରାର ସମୀକ୍ଷା ବୈଠକରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ପୁରୀରେ ପହଞ୍ଚିଥିଲେ। ସ୍ଥାନୀୟ ଟାଉନ୍‌ ହଲ୍‌ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସ୍ବତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା ସମ୍ପନ୍ନ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ମହାପ୍ରଭୁଙ୍କ ସେବାକୁ ଜୀବନର ବ୍ରତ ଭାବେ ପାଳନ କରିବାକୁ ସରକାରୀ ଅଧିକାରୀମାନଙ୍କୁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲାର ସମସ୍ତ ବିଧାୟକ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସ୍‌ପି, ସେବାୟତଙ୍କ ସମେତ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ। ରଥ ନିର୍ମାଣ ଅଗ୍ରଗତି, ନୀତିକାନ୍ତି, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପାନୀୟ ଜଳ ଯୋଗାଣ, ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ, ପରିବହନ ବ୍ୟବସ୍ଥା, ସ୍ବାସ୍ଥ୍ୟସେବା, ପରିମଳ ବ୍ୟବସ୍ଥାର ସୁପରିଚାଳନା ନିମନ୍ତେ ସବିଶେଷ ଭାବେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଗଣେଶ ମେଢ଼ ଭସାଣିବେଳେ ନିଆଁରେ ପୋଡ଼ି ୩ ଶିଶୁ ଆହତ: ପରିବାରକୁ ଭେଟି ପ୍ରଶାସନର ସହାୟତା

ପୁରୁଷୋତ୍ତମପୁର,୨୦ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଣେଶ ମୂର୍ତ୍ତି ଭସାଣିବେଳେ ଜେନେରେଟରରୁ ନିଆଁ ଲାଗି ପୋଡ଼ି ଆହତ ହୋଇଥିଲେ ୩ ଶିଶୁ। ଉକ୍ତ ପରିବାରକୁ ଜିଲାପାଳଙ୍କ ନିର୍ଦ୍ଦେଶ…

ପାକିସ୍ତାନରେ ହଲଚଲ! ଆନ୍ଦୋଳନ ପୂର୍ବରୁ ପୋଲିସ୍‌ର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ….

ଇସଲାମାବାଦ,୨୦ା୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଓ ପାକିସ୍ତାନ ତେହରିକ୍‌-ଏ-ଇନ୍‌ସାଫ୍‌ (PTI) ମୁଖ୍ୟ ଇମ୍ରାନ ଖାନ୍‌ଙ୍କ ଭଉଣୀ ଅଲିମା ଖାନ୍‌ଙ୍କୁ ଲାହୋର ପୋଲିସ୍‌ ଗିରଫ କରିଛି । ରବିବାର…

ଭାଜପାକୁ ନେଇ ଅଖିଳେଶ ଯାଦବଙ୍କ ବଡ଼ ଦାବି, ପ୍ରତି ବିଧାନସଭାରେ କମିବ…

ଲକ୍ଷ୍ନୌ,୨୦ା୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ସମାଜବାଦୀ ପାର୍ଟି (ସପା) ନିଜର ସଂଗଠନକୁ ମଜବୁତ କରିବା ଆରମ୍ଭ କରିଛି । ଦଳର ପ୍ରଦେଶ କାର୍ଯ୍ୟକାରିଣୀ ବୈଠକ…

ଦୁଇଦିନ ଧରି ଅନୁଷ୍ଠିତ ହେବ ଘୁମୁସର ଗବେଷଣା ପ୍ରତିଷ୍ଠାନର ବାର୍ଷିକ ସମ୍ମିଳନୀ, ଯୋଗ ଦେବେ…

ଭଞ୍ଜନଗର,୨୦ା୯(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନର କାର୍ଯ୍ୟକାରିଣୀ ବୈଠକ ରବିବାର ଭଞ୍ଜନଗରସ୍ଥିତ ପ୍ରତିଷ୍ଠାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଗାମୀ ଦୁଇଦିନିଆ ବାର୍ଷିକ ସମ୍ମିଳନୀ ସମେତ…

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?