ଓଡ଼ିଶାରେ କଇଁଛଙ୍କ ସର୍ବକାଳୀନ ରେକର୍ଡ: ସଂଖ୍ୟା ଟପିଲା ୧୫.୧୧ଲକ୍ଷ

ଭୁବନେଶ୍ୱର,୩୦।୩: ଚଳିତବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିିରେ ରଖି ଓଡ଼ିଶାରେ କଇଁଛଙ୍କ ଆଗମନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ୨୦୨୩-୨୪ବର୍ଷ ତୁଳନାରେ ଚଳିତବର୍ଷ ୫ଗୁଣ ଅଧିକ ଆସିଛନ୍ତି। ଏହାକୁ ନେଇ ପରିବେଶପ୍ରେମୀ ଅଧିକ ଉତ୍ସାହିତ ହୋଇଥିବାବେଳେ ପିସିସିଏଫ୍‌(ବନ୍ୟପ୍ରାଣୀ)ଙ୍କ ପକ୍ଷରୁ ଖୁସିବ୍ୟକ୍ତ କରାଯାଇଛି।
ପିସିସିଏଫ୍‌(ବନ୍ୟପ୍ରାଣୀ)ଙ୍କ ତଥ୍ୟ ଅନୁଯାୟୀ, ୨୦୨୦-୨୧ ବର୍ଷରେ ରାଜ୍ୟରେ ଗହୀରମଥାରେ ୩.୫୦ଲକ୍ଷ କଇଁଛଙ୍କ ସମାଗମ ହୋଇଥିବାବେଳେ ୨୦୨୧-୨୨ରେ ୧୦.୫୧ଲକ୍ଷ, ୨୦୨୨-୨୩ରେ ୧୧.୪୯ଲକ୍ଷ କଇଁଛଙ୍କ ସମାଗମ ହୋଇଥିଲା। ତେବେ ଗତବର୍ଷ ମାତ୍ର ୩.୦୧ଲକ୍ଷ କଇଁଛ ଆସିଥିବାବେଳେ ଚଳିତବର୍ଷ ଗହୀରମଥାରେ ୬ଲକ୍ଷ ୭ହଜାର, ଋଷିକୁଲ୍ୟାରେ ୬.୯୯ଲକ୍ଷ ଏବଂ ଅନ୍ୟାନ୍ୟ ସ୍ଥାନରେ ଅବଶିଷ୍ଟ ୨.୦୫ ଲକ୍ଷ କଇଁଛଙ୍କ ସମାଗମ ହୋଇଛି।
ସେହିପରି ଚଳିତବର୍ଷ ବଉଳା କୁମ୍ଭୀର ଓ ଘଡ଼ିଆଳ କୁମ୍ଭୀରଙ୍କ ସଂଖ୍ୟା ଅଧିକ ରହିଛି। ବିଭାଗୀୟ ତଥ୍ୟ ଅନୁଯାୟୀ, ୨୦୨୦-୨୧ରେ ରାଜ୍ୟରେ ୧୮୩୦ଟି ବଉଳା କୁମ୍ଭୀର ଭିତରକନିକା ଓ ଏହାର ସଂଲଗ୍ନ ଅଞ୍ଚଳରେ ରହିଥିବା ୨୦୨୧-୨୨ରେ ୧୮୧୯, ୨୦୨୨-୨୩ରେ ୧୮୩୧, ୨୦୨୩-୨୪ରେ ୧୮୫୦ ଏବଂ ଚଳିତବର୍ଷ ଏହି ସଂଖ୍ୟା ୧୮୮୧ରେ ପହଞ୍ଚିଛି। ସେହିପରି ଘଡ଼ିଆଳ କୁମ୍ଭୀରଙ୍କ ସଂଖ୍ୟା ୨୦୨୦-୨୧ରେ ୧୧ ଚିହ୍ନଟ ହୋଇଥିବାବେଳେ ଚଳିତବର୍ଷ ୧୬ଟି ଚିହ୍ନଟ ହୋଇଛିି।
ଅନ୍ୟପକ୍ଷରେ ଚିଲିକା ମୁହଁାଣରେ ଇରଓ୍ବାଡୀ ଡଲ୍‌ଫିନଙ୍କ ସଂଖ୍ୟା ୧୫୯ ରହିଥିବାବେଳେ  ଓଡ଼ିଶାର ଅନ୍ୟାନ୍ୟ ଅଞ୍ଚଳରେ ୭୧୦ଟି ଡଲ୍‌ଫିନ ରହିଛନ୍ତି। ଏଥିରେ ଇରଓ୍ବାଡୀଙ୍କ ସଂଖ୍ୟା ୧୮୮ ରହିଥିବାବେଳେ ବଟଲନୋଜ ୧୬, ହମ୍ପବ୍ୟାକ୍‌-୪୯୮ ଏବଂ ୮ଟି ସ୍ପିନର ଡଲଫିନ୍‌ ରହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା…

ଜେଲ୍‌ ଭିତରେ କଏଦୀଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜେଲ୍‌ ଭିତରେ ଜଣେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। କଏଦୀ ଜଣକ ବଲାଙ୍ଗୀର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ…

ରାଜ୍ୟ ସଭା ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା କରୁଛି ଘୋଡ଼ା ବେପାର

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ରାସ୍ତାରେ ଧାନବସ୍ତା ରଖି ଅବରୋଧ କଲେ ଚାଷୀ

କେନ୍ଦୁଝର,୧୪ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ଥାନା କାଠ କରଞ୍ଜିଆ ପଞ୍ଚାୟତ ମୁଖ୍ୟାଳୟରେ ଶନିବାର ଚାଷୀମାନେ ବିଭିନ୍ନ ସମସ୍ୟାକୁ ନେଇ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି।…

ଗ୍ୟାସ୍‌ ବିତରକ ସଂଘର ଉପସଭାପତିଙ୍କ ବଡ଼ ବୟାନ: କହିଲେ ଏଣିକି ଆଉ…

କଟକ,୧୪ା୩(ପ୍ରଭୁକଲ୍ୟାଣ ପାଲ): ଗ୍ୟାସ ଦର ବୃଦ୍ଧି ସାଙ୍ଗକୁ ଯୋଗାଣରେ କଟକଣା ଏବେ ସାଧାରଣ ଲୋକଙ୍କ ନିଦ ହଜାଇ ଦେଇଛି। ଏଣିକି ବେହିସାବ ଗ୍ୟାସ ଜାଳିବା ପଡ଼ିବ ମହଙ୍ଗା।…

ବିଧାୟକଙ୍କୁ ଲୁଚାଇଛି କଂଗ୍ରେସ କାହିଁକି ଏମିତି ସଙ୍ଗୀନ ଅଭିଯୋଗ କଲେ …

ଭୁବନେଶ୍ୱର,୧୪।୩: କଂଗ୍ରେସ ତା’ର ବିଧାୟକମାନଙ୍କୁ ଲୁଚାଇ ରଖିଛି। ଏମିତି ଏକ ଅଭିଯୋଗ କରିଛନ୍ତି ଭାଜପା ବିଧାୟକ ଅଶୋକ ମହାନ୍ତି। ବିଧାନସଭା ବେଳେ ବିଧାୟକଙ୍କୁ ଲୁଚାଇବା ନିନ୍ଦନୀୟ ବୋଲି…

ଟ୍ରକ୍‌ରେ ବେଆଇନ ଚାଲାଣ ହେଉଥିଲା ମୂଲ୍ୟବାନ କାଠ, ବାଟରେ ଫାଟିଲା ଚକା, ଆଉ ତା’ ପରେ…

ମୋରଡ଼ା,୧୪ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଞ୍ଚଳରେ ଏକ କାଠ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ,ରାଇରଙ୍ଗପୁର ବନାଞ୍ଚଳ ଅଞ୍ଚଳରୁ ଏକ ୧୨ ଚକିଆ…

ସାଙ୍ଗ ସାଜିଲେ ସଇତାନ, ସାଙ୍ଗରେ ମିଶି ପାର୍ଟି କରିବାବେଳେ ମଦ ପାଉଚ ଭାଗ ବଣ୍ଟାକୁ ନେଇ…

ବଲାଙ୍ଗୀର, ୧୪।୩ (ସୁନିଲ କୁମାର ମହାନ୍ତି): ଏକା ସାଙ୍ଗରେ ମିଶି ପାର୍ଟି କରିବା ସାଙ୍ଗକୁ କାଳ ହେଲା। ବଲାଙ୍ଗୀର ସଦର ବ୍ଲକ ରିନ୍ବବଚନ ଗାଁରେ ଜଣେ ଯୁବକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri