‘ଭାଇଚାରା ସହ ସମାଜରେ ସମସ୍ତେ ମିଳିମିଶି ରହିବାକୁ ଆହ୍ବାନ’

ପୁରୁଷୋତ୍ତମପୁର,୫ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିର ପରିସରରେ ଗଞ୍ଜାମ ଜିଲା ବିଶ୍ବକର୍ମା ସମାଜର ବାର୍ଷିକ ଅଧିବେଶନ ରବିବାର ଅନୁଷ୍ଠିତ ହୋଇଯାଇଛି।  ପୂର୍ବଖଣ୍ଡମୁଠା ଆନୁକୂଲ୍ୟରେ ରାଜଶ୍ରୀ କୃଷ୍ଣଚନ୍ଦ୍ର ମହାରଣାଙ୍କ ସଂଯୋଜନାରେ  ଅନୁଷ୍ଠିତ ଅଧିବେଶନରେ ଜିଲା ସଭାପତି ଅଜୟ କୁମାର ମହାରଣା, ଉପସଭାପତି ନୀଳାଞ୍ଚଳ ମହାରଣା, ଗୌରାଙ୍ଗ ମହାରଣା, ସାଂଗଠନିକ ସମ୍ପାଦକ ମୁଟୁ ମହାରଣା, ତ୍ରିନାଥ ମହାରଣା, କୃଷ୍ଣଚନ୍ଦ୍ର ମହାରଣା, ଜିଲା ସଂଯୋଜକ ଶ୍ରୀନିବାସ ମହାରଣା ଯୋଗଦେଇ ସମାଜ ଓ ଜାତିଭାଇଙ୍କ ବିକାଶ ଦିଗରେ ଗୁରୁତ୍ୱାରୋପ କରିଥିଲେ। ସମାଜରେ ଗରିବ ଶ୍ରେଣୀର ପିଲାମାନେ ଅର୍ଥଅଭାବରୁ ପାଠ ପଢ଼ି ପାରୁ ନ ଥିବାବେଳେ ସେମାନଙ୍କ ପାଠ ପଢ଼ା ଲାଗି ପଦକ୍ଷେପ ନେଇ ସାହାଯ୍ୟ ସହଯୋଗ ପ୍ରଦାନ କରିବା, ଭାଇଚାରା ସହ ସମସ୍ତେ ମିଳିମିଶି ରହିବା ଲାଗି ପରାମର୍ଶମାନ ଦେଇଥିଲେ।

ଏହି ଅବସରରେ ବାର୍ଷିକ ଆୟବ୍ୟୟର ସମୀକ୍ଷା କରାଯିବା ସହ ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏଥିରେ ଜିଲାର ୨୪ଟି ତାଲୁକର କର୍ମକର୍ତ୍ତାମାନେ ଯୋଗଦେଇଥିଲେ। ଏହାକୁ ସଦାନନ୍ଦ ମହାରଣା, କୃଷ୍ଣଚନ୍ଦ୍ର ମହାରଣାଙ୍କ ସମେତ ପୂର୍ବଖଣ୍ଡ ତାଲୁକର ସଦସ୍ୟମାନେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗର ୨୧ ଚୋରଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ, ବିଦେଶୀ ଲିଙ୍କ୍‌ର ହେବ ଖୋଳତାଡ଼, ପାଖରୁ ମିଳିଲା…

ଭଞ୍ଜନଗର,୩୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଆନ୍ତଃରାଜ୍ୟ ଚୋର ଗ୍ୟାଙ୍ଗର ୨୧ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଛି। ଏଥିସହ ସେମାନଙ୍କଠାରୁ ୧୦୬୬ଟି…

ଭୟଙ୍କର ଦୁର୍ଘଟଣା: ହଳଦିଆପଦର ଓଭରବ୍ରିଜରେ ଟ୍ରକ ଧକ୍କାରେ ୫ମୃତ, ଜଣେ ଗୁରୁତର 

ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ  ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…

ଗଞ୍ଜାମବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ପଲ୍ଲୀଶ୍ରୀ ମେଳାକୁ ବୃଦ୍ଧି କରି କହିଲେ…

ଛତ୍ରପୁର,୩୧ା୧(ଦିଲ୍ଲୀପ ସାମଲ): ଗଞ୍ଜାମବାସୀଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶତାଧିକ କୋଟିର ପ୍ରକଳ୍ପ ସହିତ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଗୋପାଳପୁର ବେଳାଭୂମି…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ ଭି. ରମେଶଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ, ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୩୧।୧(ଦିଲ୍ଲୀପ ସାମଲ): ଭିନ୍ନକ୍ଷମ ହେଲେବି ସେ ସକ୍ଷମ । କ୍ରୀଡା କ୍ଷେତ୍ରରେ ବେଶ ସଫଳତା ହାସଲ କରି ଦେଶ ବିଦେଶରେ ସୁନାମ ଅର୍ଜନ କରିଥିବା ଅନ୍ତର୍ଜାତୀୟ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri