ସମସ୍ତ ଉଠାଦୋକାନୀଙ୍କୁ ଥଇଥାନ କରାଯିବ : ମେୟର

ଭୁବନେଶ୍ୱର,୨୧।୧(ବ୍ୟୁରୋ): ନିଖିଳ ଉତ୍କଳ କ୍ଷୁଦ୍ର ବ୍ୟବସାୟୀ ଓ ଭେଣ୍ଡିଂଜୋନ୍‌ ସୁରକ୍ଷା ଟ୍ରଷ୍ଟ, ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ ଓ ଜାତୀୟ ଉଠାଦୋକାନୀ ମହାସଂଘ ପକ୍ଷରୁ ଜାତୀୟ ଉଠାଦୋକାନୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ହଜାର ହଜାର ଉଠାଦୋକାନୀ ମାଷ୍ଟର କ୍ୟାଣ୍ଟିନ ଛକରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ରାଜମହଲ ଛକ ଦେଇ ଭୁବନେଶ୍ୱର ୟୁନିଟ୍‌-୧ସ୍ଥିତ ଫଳ ଭେଣ୍ଡିଂଜୋନ୍‌ ନିକଟରେ ପହଞ୍ଚତ୍ଥିଲେ। ସେଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥଲା। ଉଠାଦୋକାନୀ ମହାସଂଘର ପ୍ରତିଷ୍ଠାତା ସଭାପତି ପ୍ରତାପ ସାହୁଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଏମ୍‌ସି ମେୟର ସୁଲୋଚନା ଦାସ ଯୋଗଦେଇ କହିଲେ, ଭୁବନେଶ୍ୱରରେ କିଛିଦିନ ହେବ ବହୁ ଉଠାଦୋକାନୀଙ୍କୁ ଉଚ୍ଛେଦ କରାଯାଇଛି, ଫଳରେ ସେମାନେ ଜୀବିକା ହରାଇଛନ୍ତି। ଏବେ ମଧ୍ୟ ସେମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଏମ୍‌ସି ସେମାନଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଖୁବ୍‌ଶୀଘ୍ର ୩୬ଟି ଭେଣ୍ଡିଂଜୋନ୍‌ ମାଧ୍ୟମରେ ଉଠାଦୋକାନୀଙ୍କୁ ଥଇଥାନ କରାଯିବ। ଅବଶିଷ୍ଟ ଦୋକାନୀଙ୍କୁ ପର୍ଯ୍ୟାୟକ୍ରମେ ଥଇଥାନ କରାଯିବ। ଭେଣ୍ଡିଂଜୋନ୍‌ଗୁଡ଼ିକରେ ପାନୀୟ ଜଳ, ଶୌଚାଳୟ ଓ ପାର୍କିଂର ବ୍ୟବସ୍ଥା ମଧ୍ୟ କରାଯିବ ବୋଲି ସେ କହିଥିଲେ। ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କହିଲେ, ଭୁବନେଶ୍ୱର ହେଉଛି ସମସ୍ତଙ୍କର ସହର।
ଗରିବ, ଧନୀ ସମସ୍ତେ ଏଠାରେ ରହିବାର ଅଧିକାର ଅଛି। ଯଦି କୌଣସି ଦୋକାନୀ ଅସୁବିଧାରେ ପଡ଼େ, ଆମ କର୍ପୋରେଟରଙ୍କୁ ସହଯୋଗ ମାଗିଲେ ସହଯୋଗର ହାତ ବଢାଇବେ। ମୁଖ୍ୟବକ୍ତା ଭାବେ ମହାସଂଘର ଉପଦେଷ୍ଟା ତଥା କଟକ ମେୟର ସୁବାସ ସିଂ କହିଲେ, ଉଠାଦୋକାନୀଙ୍କ ଅଧିକାର ପାଇଁ ଆନ୍ଦୋଳନ କରି ବହୁବାର ମୁଁ ଜେଲ୍‌ ଯାଇଛି। କଟକରେ ଉଠାଦୋକାନୀମାନେ କିଭଳି ଥଇଥାନ ହୋଇପାରିବେ, ଟାଉନ ଭେଣ୍ଡିଂ କମିଟି ଓଡ଼ିଶାର ପ୍ରତ୍ୟେକ ସହରରେ କିପରି ଗଠନ କରାଯିବ ତାହା ଉପରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ବିଏମ୍‌ସି ଷ୍ଟାଣ୍ଡିଂ କମିଟି (ପ୍ଲାନିଂ, ସାନିଟେସନ, ୱାଟର ସପ୍ଲାଏ)ର ଚେୟାରମ୍ୟାନ ବିରଞ୍ଚତ୍ ନାରାୟଣ ମହାସୁପକାର ଯୋଗଦେଇ ଉଠାଦୋକାନୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। କର୍ପୋରେଟରମାନେ ଉଠାଦୋକାନୀଙ୍କ ସମସ୍ୟା ପ୍ରତି ଦୃଷ୍ଟି ଦେବେ ବୋଲି କହିଥିଲେ। ଏହି ଅବସରରେ ମହାସଂଘର ମୁଖପତ୍ର ‘ଆଶା’କୁ ଅତିଥିମାନେ ଉନ୍ମୋଚନ କରିଥିଲେ। ୬୭ଟି ୱାର୍ଡ଼ର ୧୬୪ ସଂଘ ତଥା ୬୦ଟି ଭେଣ୍ଡିଂଜୋନର କର୍ମକର୍ତ୍ତା ଉପସ୍ଥିତ ଥିଲେ। ସାଧାରଣ ସମ୍ପାଦକ ଅନୁଜ କୁମାର ପ୍ରଧାନ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri