ସବୁ କାର୍ଯ୍ୟ ଅନ୍‌ଲାଇନ୍‌ରେ ହେବ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ):ରାଶନ କାର୍ଡଠାରୁ ଆରମ୍ଭ କରି ଧାନ ସଂଗ୍ରହ ପଞ୍ଜୀକରଣ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଅନ୍‌ଲାଇନ୍‌ରେ ହେବ। ‘ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା। ଜଣେ ବି ଗରିବ ଲୋକଙ୍କୁ ଏଥିରୁ ବଞ୍ଚିତ ହେବାକୁ ଦେବି ନାହିଁ’ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏହି ବିଚାରଧାରାକୁ କାର୍ଯ୍ୟରେ ପରିଣତ କରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଧାନ ସଂଗ୍ରହ ପଞ୍ଜୀକରଣଠାରୁ ଆରମ୍ଭ କରି ରାଶନ କାର୍ଡ ଆବେଦନ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଅନ୍‌ଲାଇନ୍‌ରେ ଆରମ୍ଭ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସରେ ଏହାର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବଚ୍ଛତା ଓ ଦକ୍ଷତା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ସରକାର ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ସହିତ ସରକାର ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍‌ ପଡ଼ିଥିବା ୨୫ ଲକ୍ଷ ଲୋକଙ୍କୁ ଏଥିରେ ସାମିଲ କରିଛନ୍ତି। ସାଢ଼େ ୩ କୋଟିରୁ ଅଧିକ ଲୋକ ଏହି ବିଭାଗ ସହିତ ସିଧାସଳଖ ଯୋଡି ହୋଇ ରହିଛନ୍ତି। ଲୋକ ଯେପରି ଠିକ୍‌ ସୁଯୋଗ ପାରିବେ ସେଥିପାଇଁ ଅନ୍‌ଲାଇନ୍‌ ବ୍ୟବସ୍ଥାରେ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ମାସକ ମଧ୍ୟରେ କେତେ ଲୋକ ଏହି ସୁବିଧା ବ୍ୟବହାର କଲେ ସେ ସମ୍ପର୍କରେ ଜଣାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ସୁରକ୍ଷା ଦିଗରେ ଗତ ୨୦ ବର୍ଷ ମଧ୍ୟରେ ଓଡ଼ିଶାରେ ଯେଉଁ ବ୍ୟାପକ ପରିବର୍ତ୍ତନ ଆସିଛି । ଏକ ପୁସ୍ତକ ‘ମେକିଂ ଅଫ୍‌ ଏ ଫୁଡ୍‌ ସିକ୍ୟୁଅର ଓଡ଼ିଶା’କୁ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି।
ସୂଚନାଯୋଗ୍ୟ, ବିଭାଗ ପକ୍ଷରୁ ୪ସେବା ପାଇଁ ଅନ୍‌ଲାଇନ୍‌ ବ୍ୟବସ୍ଥା କରାଯାଇଛି। ସେଗୁଡ଼ିକ ହେଲା ଧାନ କ୍ରୟ ପାଇଁ ପଞ୍ଜୀକରଣ, ରାଶନ କାର୍ଡ ଲାଗି ଆବେଦନ ଏବଂ ସଂଶୋଧନ, ସୁଲଭ ମୂଲ୍ୟ ଦୋକାନ ନିମନ୍ତେ ଲାଇସେନ୍ସ ଫି’ ପ୍ରଦାନ ଓ ସୁଲଭ ମୂଲ୍ୟ ଦୋକାନଗୁଡିକ ଦ୍ୱାରା ଖାଦ୍ୟଶସ୍ୟ ମୂଲ୍ୟ ପ୍ରଦାନ। ଏହି ସୁବିଧାଗୁଡିକ www.foododisha.inରେ ନାଗରିକ ସେବା ଲିଙ୍କ୍‌ରେ ଉପଲବ୍ଧ ହେବ। ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି, ୫-ଟିରେ ବ୍ୟାପକ ପରିବର୍ତ୍ତନ ଆଣିବା ପାଇଁ ବିଭାଗ ପ୍ରତିଶ୍ରୁତିବଦ୍ଧ। ଅନ୍‌ଲାଇନ୍‌ ସେବାଗୁଡିକ ଏ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ସଚିବ ଭି.ଭି. ଯାଦବ ସ୍ବାଗତ ଭାଷଣ ଦେଇଥିଲେ। ଯୁଗ୍ମ ସଚିବ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର.କେ. ଶର୍ମା, କୃଷି ସଚିବ ସୌରଭ ଗର୍ଗ, ଅର୍ଥ ସଚିବ ଏ.କେ. ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri