ସବୁ କାର୍ଯ୍ୟ ଅନ୍‌ଲାଇନ୍‌ରେ ହେବ

ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ):ରାଶନ କାର୍ଡଠାରୁ ଆରମ୍ଭ କରି ଧାନ ସଂଗ୍ରହ ପଞ୍ଜୀକରଣ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଅନ୍‌ଲାଇନ୍‌ରେ ହେବ। ‘ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା। ଜଣେ ବି ଗରିବ ଲୋକଙ୍କୁ ଏଥିରୁ ବଞ୍ଚିତ ହେବାକୁ ଦେବି ନାହିଁ’ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏହି ବିଚାରଧାରାକୁ କାର୍ଯ୍ୟରେ ପରିଣତ କରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଧାନ ସଂଗ୍ରହ ପଞ୍ଜୀକରଣଠାରୁ ଆରମ୍ଭ କରି ରାଶନ କାର୍ଡ ଆବେଦନ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଅନ୍‌ଲାଇନ୍‌ରେ ଆରମ୍ଭ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସରେ ଏହାର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବଚ୍ଛତା ଓ ଦକ୍ଷତା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ସରକାର ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ସହିତ ସରକାର ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରୁ ବାଦ୍‌ ପଡ଼ିଥିବା ୨୫ ଲକ୍ଷ ଲୋକଙ୍କୁ ଏଥିରେ ସାମିଲ କରିଛନ୍ତି। ସାଢ଼େ ୩ କୋଟିରୁ ଅଧିକ ଲୋକ ଏହି ବିଭାଗ ସହିତ ସିଧାସଳଖ ଯୋଡି ହୋଇ ରହିଛନ୍ତି। ଲୋକ ଯେପରି ଠିକ୍‌ ସୁଯୋଗ ପାରିବେ ସେଥିପାଇଁ ଅନ୍‌ଲାଇନ୍‌ ବ୍ୟବସ୍ଥାରେ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ମାସକ ମଧ୍ୟରେ କେତେ ଲୋକ ଏହି ସୁବିଧା ବ୍ୟବହାର କଲେ ସେ ସମ୍ପର୍କରେ ଜଣାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ସୁରକ୍ଷା ଦିଗରେ ଗତ ୨୦ ବର୍ଷ ମଧ୍ୟରେ ଓଡ଼ିଶାରେ ଯେଉଁ ବ୍ୟାପକ ପରିବର୍ତ୍ତନ ଆସିଛି । ଏକ ପୁସ୍ତକ ‘ମେକିଂ ଅଫ୍‌ ଏ ଫୁଡ୍‌ ସିକ୍ୟୁଅର ଓଡ଼ିଶା’କୁ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି।
ସୂଚନାଯୋଗ୍ୟ, ବିଭାଗ ପକ୍ଷରୁ ୪ସେବା ପାଇଁ ଅନ୍‌ଲାଇନ୍‌ ବ୍ୟବସ୍ଥା କରାଯାଇଛି। ସେଗୁଡ଼ିକ ହେଲା ଧାନ କ୍ରୟ ପାଇଁ ପଞ୍ଜୀକରଣ, ରାଶନ କାର୍ଡ ଲାଗି ଆବେଦନ ଏବଂ ସଂଶୋଧନ, ସୁଲଭ ମୂଲ୍ୟ ଦୋକାନ ନିମନ୍ତେ ଲାଇସେନ୍ସ ଫି’ ପ୍ରଦାନ ଓ ସୁଲଭ ମୂଲ୍ୟ ଦୋକାନଗୁଡିକ ଦ୍ୱାରା ଖାଦ୍ୟଶସ୍ୟ ମୂଲ୍ୟ ପ୍ରଦାନ। ଏହି ସୁବିଧାଗୁଡିକ www.foododisha.inରେ ନାଗରିକ ସେବା ଲିଙ୍କ୍‌ରେ ଉପଲବ୍ଧ ହେବ। ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି, ୫-ଟିରେ ବ୍ୟାପକ ପରିବର୍ତ୍ତନ ଆଣିବା ପାଇଁ ବିଭାଗ ପ୍ରତିଶ୍ରୁତିବଦ୍ଧ। ଅନ୍‌ଲାଇନ୍‌ ସେବାଗୁଡିକ ଏ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ସଚିବ ଭି.ଭି. ଯାଦବ ସ୍ବାଗତ ଭାଷଣ ଦେଇଥିଲେ। ଯୁଗ୍ମ ସଚିବ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର.କେ. ଶର୍ମା, କୃଷି ସଚିବ ସୌରଭ ଗର୍ଗ, ଅର୍ଥ ସଚିବ ଏ.କେ. ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?