ବ୍ରାହ୍ମଣୀ କୂଳର ଶୋଷିଲା ଗଁା କମଳାଙ୍ଗ

ଢେଙ୍କାନାଳ ଅଫିସ, ୧୩।୪: ଗଁା ନିକଟରେ ପ୍ରବାହିତ ହେଉଛି ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀ। ଶିଳ୍ପସଂସ୍ଥା ପାଣି ଶୋଷୁଛନ୍ତି। ଜମିକୁ ଜଳଯୋଗାଣ ହେଉଛି। ହେଲେ ନଦୀ ନିକଟରେ ଶୋଷରେ ଆଉଟୁପାଉଟୁ ହେଉଛନ୍ତି ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କମଳାଙ୍ଗ ପଞ୍ଚାୟତର କମଳାଙ୍ଗ ଗ୍ରାମବାସୀ। ବିଶୁଦ୍ଧ ଜଳଯୋଗାଣ ପାଇଁ ପ୍ରଶାସନ ଏବଂ ପାନୀୟ ଜଳ ଓ ପରିମଳ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉ ନ ଥିବାରୁ ଏହାକୁ ନେଇ କ୍ଷୋଭବ୍ୟକ୍ତ କରିଛନ୍ତି ସେମାନେ।
ଅଭିଯୋଗ ଅନୁଯାୟୀ, କମଳାଙ୍ଗ ପଞ୍ଚାୟତର ଜନସଂଖ୍ୟା ୭,୦୦୦ରୁ ଅଧିକ। ତେବେ ପଞ୍ଚାୟତ ସଦର ଅର୍ଥାତ୍‌ କମଳାଙ୍ଗ ଗ୍ରାମରେ ନଳକୂପ କିମ୍ବା ଗଭୀର ବୋରିଂ ବ୍ୟବସ୍ଥା ନାହିଁ। ଜଳଯୋଗାଣ ପାଇଁ କୌଣସି ପ୍ରକଳ୍ପ ମଧ୍ୟ କରାଯାଇନାହିଁ। ଫଳରେ ଗ୍ରାମର ମହିଳାମାନେ ବର୍ଷସାରା ବ୍ରାହ୍ମଣୀ ନଦୀ ଉପରେ ନିର୍ଭର କରୁଛନ୍ତି। ତେବେ ଖରା ଆସିଲେ ସମସ୍ୟା ବଢିଯାଉଛି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ନଦୀ ପଠାରେ ଚୁଆ ଖୋଳି ପାଣି ସଂଗ୍ରହ ପାଇଁ ଘଣ୍ଟା ଘଣ୍ଟା ସମୟ ଚାଲିଯାଉଛି। ଏହି ପାଣି ମଧ୍ୟ ସ୍ବାସ୍ଥ୍ୟ ଉପଯୋଗୀ ହେଉନାହିଁ। କାରଣ ନଦୀକୂଳରେ ଗଢ଼ି ଉଠିଥିବା ଶିଳ୍ପାନୁଷ୍ଠାନର ବର୍ଜ୍ୟବସ୍ତୁ ନଦୀ ପାଣିକୁ ପ୍ରଦୂଷିତ କରୁଛି। ଏହାଦ୍ୱାରା ମାରାତ୍ମକ ରୋଗ ହେବାର ଆଶଙ୍କା ରହୁଥିଲେ ମଧ୍ୟ ବିକଳ୍ପ ନ ଥିବାରୁ ଲୋକେ ଏହାକୁ ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି। ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଗ୍ରାମବାସୀ ଗତ ସପ୍ତାହରେ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ଏ ଦିଗରେ କେହି ଗୁରୁତ୍ୱ ଦେଉନାହାନ୍ତି। ତେଣୁ ଗ୍ରାମକୁ ତୁରନ୍ତ ପାଇପ ଯୋଗେ ଜଳଯୋଗାଣ ବ୍ୟବସ୍ଥା କରିବା ପାଇଁ ପଞ୍ଚାୟତ ଜନପ୍ରତିନିଧି ଏବଂ ଗ୍ରାମବାସୀ ଦାବି କରିଛନ୍ତି।
ଏ ସଂକ୍ରାନ୍ତରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା କୁହନ୍ତି, ଅଭିଯୋଗ ପାଇଛୁ। ବିଭାଗୀୟ ଯନ୍ତ୍ରୀ ଗ୍ରାମକୁ ଯାଇ ସରପଞ୍ଚଙ୍କ ସହ ଯୋଗାଯୋଗ କରିବାକୁ ଉଦ୍ୟମ କରିଥିଲେ। ତେବେ ସରପଞ୍ଚ ଅନୁପସ୍ଥିତ ଥିବାରୁ ଆଲୋଚନା ହୋଇପାରିନାହିଁ। ଯନ୍ତ୍ରୀମାନେ ଖୁବ୍‌ଶୀଘ୍ର ପଞ୍ଚାୟତ ବୁଲି କେଉଁ କେଉଁ ଜାଗାରେ ସମସ୍ୟା ରହିଛି ଦେଖିବେ। ଏହାପରେ ସମାଧାନର ବାଟ ବାହାରିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?