Posted inଜାତୀୟ

ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ ଲଗାଇଲେ ହାଇକୋର୍ଟ; ନୂଆ ଲିଷ୍ଟ ଜାରି କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୬।୮: ୬୯ ହଜାର ଶିକ୍ଷକ ନିଯୁକ୍ତି ମାମଲାରେ ବଡ଼ ରାୟ ଦେଇଛନ୍ତି ହାଇକୋର୍ଟ। କୋର୍ଟଙ୍କ ଦୁଇଜଣିଆ ଖଣ୍ଡପୀଠ ଶିକ୍ଷକ ନିଯୁକ୍ତି ମେରିଟ୍ ଲିଷ୍ଟକୁ ଖାରଜ କରି ଦେଇଛନ୍ତି। ଏଥିସହିତ ସଂରକ୍ଷଣ ନିୟମ ୧୯୯୪ର ଧାରା-୩(୬) ଏବଂ ମୌଳିକ ଶିକ୍ଷା ନିୟମାବଳୀ ୧୯୮୧ର ପାଳନ କରିବାକୁ ଆଦେଶ ଦେଇଛନ୍ତି।

ଆଲ୍ଲାହାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ ୬୯ ,୦୦୦ ସହଯୋଗୀ ଶିକ୍ଷକ ନିଯୁକ୍ତି ପରୀକ୍ଷାର ଫଳାଫଳ ନୂଆ ରୂପରେ ଜାରି କରିବାକୁ କହିଛନ୍ତି। ଏବେ ମୌଳିକ ବିଭାଗର ୩ ମାସ ମଧ୍ୟରେ ନୂଆ ତାଲିକା ଜାରି କରିବାକୁ ହେବ। ଆଲ୍ଲାହାବାଦ ହାଇକୋର୍ଟଙ୍କ ଏହି ରାୟ ପରେ ଉତ୍ତରପ୍ରଦେଶ ରାଜ୍ୟ ସରକାରଙ୍କୁ ବଡ଼ ଝଟକା ଲାଗିଛି। ନୂଆ ଚୟନ ତାଲିକା ପ୍ରସ୍ତୁତ କରିବାକୁ ହାଇକୋର୍ଟ କହିବା ପରେ ଗତ ଚାରିବର୍ଷ ହେଲା ନିଯୁକ୍ତ ପାଇଥିବା ଶିକ୍ଷକ ଚାକିରି ହରାଇବେ।

୬୯  ହଜାର ଶିକ୍ଷକ ନିଯୁକ୍ତିରେ ସଂରକ୍ଷଣ ଅନିୟମିତତା ମାମଲା ଦୀର୍ଘ ଦିନ ଧରି ହାଇକୋର୍ଟରେ ବିଚାରାଧୀନ ଥିଲା। ଶିକ୍ଷକ ନିଯୁକ୍ତିରେ ୧୯ ହଜାର ସିଟ୍ ସଂରକ୍ଷଣ ନେଇ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ଏଥିରେ ଅସଙ୍ଗତି ଅଭିଯୋଗ କରି ଅନେକ କୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲେ। ୬୯ ହଜାର ଶିକ୍ଷକ ନିଯୁକ୍ତିରେ ସଂରକ୍ଷଣ ଅନିୟମିତତା ମାମଲା ଦୀର୍ଘ ଦିନ ଧରି ହାଇକୋର୍ଟରେ ବିଚାରାଧୀନ ଥିଲା। ବିଦ୍ୟମାନ ଥିବା ୬୯ ,୦୦୦ ସହଯୋଗୀ ଶିକ୍ଷକଙ୍କ ତାଲିକାକୁ ଭୁଲ ବୋଲି ବିଚାର କରି ହାଇକୋର୍ଟ ମେରିଟ ତାଲିକା ବାତିଲ କରିଛନ୍ତି। ୩ ମାସ ମଧ୍ୟରେ ଏକ ନୂତନ ଯୋଗ୍ୟତା ତାଲିକା ପ୍ରସ୍ତୁତ କରିବାକୁ ଉତ୍ତରପ୍ରଦେଶ ସରକାରଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ସଂରକ୍ଷଣ ନିୟମ ଏବଂ ମୌଳିକ ଶିକ୍ଷା ନିୟମ ଅନୁଯାୟୀ ଏହା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।…

ବ୍ରିଜ ତଳକୁ ଖସିଲା ପିକଅପ୍‌: ୬ ଆହତ

ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ…

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

ପ୍ରଥମ ସେମିଫାଇନାଲରୁ ୪ ଖେଳାଳି ବାଦ୍‌, ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୩: T୨୦ ବିଶ୍ୱକପ୍‌ ୨୦୨୬ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ ଜିତି…

ରାଇପଦା ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା, ୩…..

ଜି.ଉଦୟଗିରି,୪ା୩(ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଠାରୁ କଳିଙ୍ଗା ରାଜ୍ୟ ରାଜପଥ ରାଇପଦା ଦୀର୍ଘ ବୁଲାଣି ଠାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri