Posted inଜାତୀୟ

ଆଜମ୍‌ ଖାନ୍‌ଙ୍କୁ ପୁଣି ଝଟ୍‌କା

ଲକ୍ଷ୍ନୌ,୨୮।୭: ୨୦୧୯ର ଘୃଣା ଭାଷଣ ମାମଲାରେ ବରିଷ୍ଠ ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌ଙ୍କୁ ଆହ୍ଲାବାଦ ହାଇକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଏହି ମାମଲାରେ ତାଙ୍କୁ ସ୍ବର ନମୂନା(ଭଏସ୍‌ ସାମ୍ପୁଲ) ଦେବାକୁ ହେବ ବୋଲି କୋର୍ଟ କହିଛନ୍ତି। ତେବେ ସେ ଉତ୍ତରପ୍ରଦେଶ ରାମପୁରର ସ୍ବତନ୍ତ୍ର ଏମ୍‌ପି/ଏମ୍‌ଏଲ୍‌ଏ କୋର୍ଟର ଦଣ୍ଡାଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ଗୁରୁବାର ତାଙ୍କ ଆବେଦନକୁ ଖାରଜ କରି ସ୍ବର ନମୂନା ରେକର୍ଡ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୧୯ ଲୋକ ସଭା ନିର୍ବାଚନ ପାଇଁ ପ୍ରଚାର ବେଳେ ସମାଜବାଦୀ ପାର୍ଟିର ଉତ୍ତରପ୍ରଦେଶର ଏକ ରାଲିରେ ଆଜମ ଖାନ୍‌ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବିରୋଧରେ ଘୃଣିତ ମନ୍ତବ୍ୟ ଦେଇଥିଲେ। ଏଥିସହ ସେ ନିର୍ବାଚନ କମିଶନ ଏବଂ ତତ୍କାଳୀନ ରାମପୁର ଜିଲାପାଳଙ୍କ ବିରୋଧରେ ମଧ୍ୟ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ନିର୍ବାଚନକୁ ନେଇ ମିଥ୍ୟା ମନ୍ତବ୍ୟ ଦେବା, ସର୍ବସାଧାରଣରେ କୁତ୍ସା ରଟନା କରିବା ନେଇ ଆଜମଙ୍କ ବିରୋଧରେ ଆଇପିସିର ବିଭିନ୍ନ ଧାରା ଏବଂ ଜନପ୍ରତିନିଧି ଆଇନ, ୧୯୫୧ର ଧାରା ୧୨୫ରେ ମାମଲା ରୁଜୁ ହୋଇଥିଲା। ଶାହଜାଦନଗରର ଧାମୋରାରେ ରାଲିକୁ ସମ୍ବୋଧିତ କଲାବେଳେ ୟୁପି ମୁଖ୍ୟମନ୍ତ୍ରୀ ଜଣେ ହତ୍ୟାକାରୀ ଏବଂ ଅଫିସରମାନେ ତାଙ୍କୁ ମାରିଦେବାକୁ ଚାହାନ୍ତି ବୋଲି ଆଜମ କହିଥିଲେ। ନିର୍ବାଚନ କମିଶନଙ୍କ ବିରୋଧରେ ସେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri