Posted inଜାତୀୟ

ଗ୍ୟାଙ୍ଗଷ୍ଟର ମାମଲାରେ ମୁଖତାର ଅନସାରୀଙ୍କୁ ବଡ ଆଶ୍ୱସ୍ତି

ଲକ୍ଷ୍ନୌ,୨୫।୯: ଗ୍ୟାଙ୍ଗଷ୍ଟର ମାମଲାରେ ମୁଖତାର ଅନସାରୀଙ୍କୁ ଟ୍ରାଏଲ କୋର୍ଟରୁ ମିଳିଥିବା ୧୦ବର୍ଷର ଦଣ୍ଡ ଉପରେ ଆହ୍ଲାବାଦ ହାଇକୋର୍ଟ ରାୟ ଦେଇଛନ୍ତି। ଗ୍ୟାଙ୍ଗଷ୍ଟର ମାମଲାରେ ମୁଖତାର ଅନସାରୀଙ୍କୁ ଆଶ୍ୱସ୍ତି ମିଳିଛି। ଆହ୍ଲାବାଦ ହାଇକୋର୍ଟ ମୁଖତାର ଅନସାରୀଙ୍କ ଜାମିନକୁ ମଞ୍ଜୁର କରିଛନ୍ତି। ଏହା ସହିତ ହାଇକୋର୍ଟ ଦଣ୍ଡ ସହିତ ଲଗାଯାଇଥିବା ୫ ଲକ୍ଷ ଟଙ୍କା ଜରିମାନା ମଧ୍ୟ ସ୍ଥଗିତ ରଖିଛନ୍ତି। ତେବେ ମୁଖତାର ଅନସାରୀଙ୍କ ଦଣ୍ଡାଦେଶ ରୋକ ଲଗାଇବା ଉପରେ ହାଇକୋର୍ଟ ମନା କରିଦେଇଛନ୍ତି। ଏହି ଦଣ୍ଡ ବିରୋଧରେ ଦାଖଲ ହୋଇଥିବା ଆବେଦନ ଉପରେ ଶୁଣାଣି ହାଇକୋର୍ଟରେ ଜାରି ରହିବ।

ଜଷ୍ଟିସ ରାଜଭୀର ସିଂଙ୍କ ଏଏକ ବେଞ୍ଚ ସୋମବାର ଏହି ରାୟ ଦେଇଛନ୍ତି। ଯୁକ୍ତି ସମାପ୍ତ ହେବା ପରେ ହାଇକୋର୍ଟ ୨୦ ସେପ୍ଟେମ୍ବରରେ ଏହି ନିଷ୍ପତ୍ତି ସୁରକ୍ଷିତ ରଖିଥିଲେ। ୧୦ ବର୍ଷର ଦଣ୍ଡକୁ ଚ୍ୟାଲେଞ୍ଜ କରି ମୁଖତାର ଅନସାରୀ ହାଇକୋର୍ଟରେ ଏକ ଆବେଦନ କରିଥିଲେ। ଗ୍ୟାଙ୍ଗଷ୍ଟର ମାମଲାରେ ଏମ୍‌ପି ଏମ୍‌ଏଲଏ ସ୍ବତନ୍ତ୍ର କୋର୍ଟ ଦଣ୍ଡାଦେଶ ଶୁଣାଇଥିଲେ। ଏପ୍ରିଲ ୨୯ରେ ଅନସାରୀଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୦ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri