Posted inଜାତୀୟ

ସମଲିଙ୍ଗୀ ବିବାହ ସ୍ବୀକୃତି ଆବେଦନ ଖାରଜ

ଆଲ୍ଲାହାବାଦ,୧୫।୪: ଉତ୍ତରପ୍ରଦେଶର ଦୁଇ ମହିଳା ସେମାନଙ୍କ ବିବାହକୁ ସ୍ବୀକୃତି ଦେବା ଲାଗି ଆଲ୍ଲାହାବାଦ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହିନ୍ଦୁ ବିବାହ ଆଇନ ସେମାନଙ୍କ ବିବାହକୁ ବିରୋଧ କରି ନ ଥିବା ସେମାନେ ଯୁକ୍ତି ଦର୍ଶାଇଥିଲେ। ତେବେ ହାଇକୋର୍ଟ ସେମାନଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି। ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ଏଭଳି ବିବାହକୁ ବିରୋଧ କରାଯାଇଥିଲା। ସମଲିଙ୍ଗୀ ବିବାହ ଭାରତୀୟ ସଂସ୍କୃତି ଓ ଧର୍ମର ବିରୋଧୀ। ଭାରତୀୟ ଆଇନ ଅନୁଯାୟୀ ଏଭଳି ବିବାହ ଅବୈଧ ବୋଲି ୟୁପି ସରକାରଙ୍କ ଓକିଲ ଯୁକ୍ତି ଦର୍ଶାଇଥିଲେ।

ଅଞ୍ଜୁ ଦେବୀ ନାମ୍ନୀ ମହିଳାଙ୍କ ୨୩ ବର୍ଷୀୟ ଝିଅଙ୍କୁ ଅନ୍ୟ ଜଣେ ୨୨ ବର୍ଷୀୟା ଯୁବତୀ ବେଆଇନ ଭାବେ ଅଟକ ରଖିଥିବା ସେ କୋର୍ଟଙ୍କୁ ଜଣାଇଥିଲେ। ଉଭୟ ଝିଅଙ୍କୁ ଶୁଣାଣି ଲାଗି ହାଜର କରାଇବା ପାଇଁ କୋର୍ଟ ରାଜ୍ୟ ସରକାରଙ୍କ ଓକିଲଙ୍କୁ ନିର୍ଦ୍ଦେଶ ଦେଇଥିଲେ। ୭ ତାରିଖରେ ସେମାନେ ଜଷ୍ଟିସ୍‌ ଶେଖର କୁମାର ଯାଦବଙ୍କ ଅଦାଲତରେ ହାଜର ହୋଇ ପରସ୍ପରକୁ ବିବାହ କରିଥିବା ଜଣାଇଥିଲେ। ଏଥିସହିତ ସେମାନଙ୍କ ବିବାହକୁ ସ୍ବୀକୃତି ଦେବା ଲାଗି ସେମାନେ କୋର୍ଟଙ୍କୁ ଅନୁରୋଧ କରିଥିଲେ। ସରକାରୀ ଓକିଲ କହିଥିଲେ, ଅନ୍ୟ ଦେଶରେ ବିବାହ ଏକ ଠିକା ହୋଇଥିବାବେଳେ ହିନ୍ଦୁ ବିବାହ ଏକ ସଂସ୍କାର, ଯାହା ଜଣେ ପୁରୁଷ ଓ ଜଣେ ମହିଳାଙ୍କ ମଧ୍ୟରେ ହୋଇଥାଏ। ସରକାରୀ ଓକିଲଙ୍କ ଯୁକ୍ତି ପରେ ଅଦାଲତ ଦୁଇ ମହିଳାଙ୍କ ଆବେଦନକୁ ଖାରଜ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri