ଇସ୍ରାଏଲ-ପାଲେଷ୍ଟାଇନ ସଂଘର୍ଷ: ଯୁଦ୍ଧ ପାଇଁ ଆମେରିକାକୁ ଦାୟୀ କଲା ଋଷିଆ

ମସ୍କୋ,୧୧।୧୦: ଇସ୍ରାଏଲ ଓ ହମାସ୍‌ର ରକ୍ତାକ୍ତ ସଂଘର୍ଷ ଆଜିକୁ ୫ଦିନ ଧରି ଲାଗି ରହିଛି। ଯୁଦ୍ଧରେ ସରକାରୀ ସମ୍ପତ୍ତି, ଘର, ଯାନବାହାନ କ୍ଷତି ହେବା ସହିତ ଅଧିକରୁ ଅଧିକ ସାଧାରଣ ନାଗରିକ ଶିକାର ହେଉଛନ୍ତି। ଯୁଦ୍ଧକୁ ନେଇ ସବୁ ଦେଶ ଦୁଇ ଭାଗରେ ବିଭକ୍ତ ହୋଇଛନ୍ତି। ଭାରତ ଏବଂ ଆମେରିକା ସମେତ ଅନେକ ଦେଶ ଇସ୍ରାଏଲର ସମର୍ଥନରେ ଛିଡା ହୋଇଥିବାବେଳେ ଶକ୍ତିଶାଳୀ ଦେଶ ଋଷିଆ ପାଲେଷ୍ଟାଇନ ଆତଙ୍କବାଦୀ ଗୋଷ୍ଠୀ ହମାସ୍‌କୁ ସମର୍ଥନ କରିଛି। ସେହିପରି ଯୁଦ୍ଧ ପାଇଁ ଆମେରିକାକୁ ଦାୟୀ କରିଛି।

ଋଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତ, ଇସ୍ରାଏଲ ଏବଂ ପାଲେଷ୍ଟାଇନମାନଙ୍କ ମଧ୍ୟରେ ହୋଇଥିବା ଏହି ହିଂସା ଏକ ଭୟାନକ ରୂପକୁ ଦର୍ଶାଉଛି। ଏଥିରୁ ଜଣାପଡୁଛି ଯେ, ମଧ୍ୟ-ପୂର୍ବରେ ଆମେରିକାର ନୀତି ବିଫଳ ହୋଇଛି ଏବଂ ଏହି ଯୁଦ୍ଧରେ ପାଲେଷ୍ଟାଇନଙ୍କ ଆବଶ୍ୟକତା ପ୍ରତି ଧ୍ୟାନ ଦିଆଯାଉ ନାହିଁ।

ମୁଁ ଭାବୁଛି ଅନେକ ଲୋକ ମୋ ସହ ସହମତ ହେବେ ଯେ ଏହି ଯୁଦ୍ଧ ମଧ୍ୟ-ପୂର୍ବରେ ଆମେରିକାର ରାଜନୀତିର ବିଫଳତାର ଏକ ସ୍ପଷ୍ଟ ଉଦାହରଣକୁ ପ୍ରକାଶ କରିଛି। ସେହିପରି ସ୍ବାଧୀନ ତଥା ସାର୍ବଭୌମତ୍ୟ ପାଲେଷ୍ଟାଇନ ରାଷ୍ଟ୍ର ଗଠନ ସମ୍ପର୍କରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ନିଷ୍ପତ୍ତି କାର୍ଯ୍ୟକାରୀ କରିବାର ଆବଶ୍ୟକତା ରହିଛି। ଏହି ସମସ୍ୟାର ସମାଧାନ କରିବା ପରିବର୍ତ୍ତେ ଆମେରିକା ଏକଚାଟିଆ ଅଧିକାର କରିବାକୁ ଚେଷ୍ଟା କରିଛି। ପାଲେଷ୍ଟାଇନବାସୀଙ୍କ ସ୍ବାର୍ଥକୁ ଆମେରିକା ଅଣଦେଖା କରୁଥିବା ପୁଟିନ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri