ଇସ୍ରାଏଲ-ପାଲେଷ୍ଟାଇନ ସଂଘର୍ଷ: ଯୁଦ୍ଧ ପାଇଁ ଆମେରିକାକୁ ଦାୟୀ କଲା ଋଷିଆ

ମସ୍କୋ,୧୧।୧୦: ଇସ୍ରାଏଲ ଓ ହମାସ୍‌ର ରକ୍ତାକ୍ତ ସଂଘର୍ଷ ଆଜିକୁ ୫ଦିନ ଧରି ଲାଗି ରହିଛି। ଯୁଦ୍ଧରେ ସରକାରୀ ସମ୍ପତ୍ତି, ଘର, ଯାନବାହାନ କ୍ଷତି ହେବା ସହିତ ଅଧିକରୁ ଅଧିକ ସାଧାରଣ ନାଗରିକ ଶିକାର ହେଉଛନ୍ତି। ଯୁଦ୍ଧକୁ ନେଇ ସବୁ ଦେଶ ଦୁଇ ଭାଗରେ ବିଭକ୍ତ ହୋଇଛନ୍ତି। ଭାରତ ଏବଂ ଆମେରିକା ସମେତ ଅନେକ ଦେଶ ଇସ୍ରାଏଲର ସମର୍ଥନରେ ଛିଡା ହୋଇଥିବାବେଳେ ଶକ୍ତିଶାଳୀ ଦେଶ ଋଷିଆ ପାଲେଷ୍ଟାଇନ ଆତଙ୍କବାଦୀ ଗୋଷ୍ଠୀ ହମାସ୍‌କୁ ସମର୍ଥନ କରିଛି। ସେହିପରି ଯୁଦ୍ଧ ପାଇଁ ଆମେରିକାକୁ ଦାୟୀ କରିଛି।

ଋଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତ, ଇସ୍ରାଏଲ ଏବଂ ପାଲେଷ୍ଟାଇନମାନଙ୍କ ମଧ୍ୟରେ ହୋଇଥିବା ଏହି ହିଂସା ଏକ ଭୟାନକ ରୂପକୁ ଦର୍ଶାଉଛି। ଏଥିରୁ ଜଣାପଡୁଛି ଯେ, ମଧ୍ୟ-ପୂର୍ବରେ ଆମେରିକାର ନୀତି ବିଫଳ ହୋଇଛି ଏବଂ ଏହି ଯୁଦ୍ଧରେ ପାଲେଷ୍ଟାଇନଙ୍କ ଆବଶ୍ୟକତା ପ୍ରତି ଧ୍ୟାନ ଦିଆଯାଉ ନାହିଁ।

ମୁଁ ଭାବୁଛି ଅନେକ ଲୋକ ମୋ ସହ ସହମତ ହେବେ ଯେ ଏହି ଯୁଦ୍ଧ ମଧ୍ୟ-ପୂର୍ବରେ ଆମେରିକାର ରାଜନୀତିର ବିଫଳତାର ଏକ ସ୍ପଷ୍ଟ ଉଦାହରଣକୁ ପ୍ରକାଶ କରିଛି। ସେହିପରି ସ୍ବାଧୀନ ତଥା ସାର୍ବଭୌମତ୍ୟ ପାଲେଷ୍ଟାଇନ ରାଷ୍ଟ୍ର ଗଠନ ସମ୍ପର୍କରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ନିଷ୍ପତ୍ତି କାର୍ଯ୍ୟକାରୀ କରିବାର ଆବଶ୍ୟକତା ରହିଛି। ଏହି ସମସ୍ୟାର ସମାଧାନ କରିବା ପରିବର୍ତ୍ତେ ଆମେରିକା ଏକଚାଟିଆ ଅଧିକାର କରିବାକୁ ଚେଷ୍ଟା କରିଛି। ପାଲେଷ୍ଟାଇନବାସୀଙ୍କ ସ୍ବାର୍ଥକୁ ଆମେରିକା ଅଣଦେଖା କରୁଥିବା ପୁଟିନ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ପ୍ରଳୟଙ୍କରୀ ବନ୍ୟାରେ ୪୨ ମୃତ

ନୈରୋବି,୨୯।୪: କେନ୍ଦ୍ରୀୟ କେନିଆର ମାଇ ମାହୁ ଅଞ୍ଚଳରେ ବ୍ୟାପକ ବନ୍ୟାରେ ମୃତ୍ୟୁ ସଂଖ୍ୟା ୨୦ ରୁ ୪୨କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ସିଟିଜେନ ଟେଲିଭିଜନ ସୋମବାର...

ଦୁବାଇରେ ନିର୍ମାଣ ହେଉଛି ବିଶ୍ୱର ସବୁଠାରୁ ବଡ ବିମାନ ବନ୍ଦର, ରହିବ ଏସବୁ ସୁବିଧା

ଦୁବାଇ,୨୯।୪: ଦୁବାଇରେ ବିଶ୍ୱର ବୃହତ୍ତମ ବିମାନ ବନ୍ଦରର କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅଲ ମକତୁମ ଅନ୍ତର୍ଜାତୀୟ ବିମାନବନ୍ଦର ବର୍ତ୍ତମାନର ଦୁବାଇ ଆନ୍ତର୍ଜାତୀୟ ବିମାନବନ୍ଦର ଠାରୁ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଗାଜା ଯୁଦ୍ଧରେ ଲାଗିବ ବ୍ରେକ୍‌!

ଜେରୁଜେଲମ୍‌,୨୯ା୪: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ବୋଲି ହ୍ବାଇଟ୍‌ ହାଉସ୍‌ କହିଛି।...

ବଢ଼ିବ ଝିଅମାନଙ୍କ ବିବାହ ବୟସ

ଇସଲାମାବାଦ,୨୯ା୪: ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ବଢ଼ିବ। ଏନେଇ ପାକିସ୍ତାନର ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ ପ୍ରସ୍ତାବ ଦେଇଛି। ପାକିସ୍ତାନରେ ଝିଅମାନେ ଖୁବ୍‌ କମ୍‌ ବୟସରେ...

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌...

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri