ବ୍ଲକ ଉପାଧ୍ୟକ୍ଷାଙ୍କ ସ୍ବାମୀଙ୍କ ନାଁରେ ଅଭିଯୋଗ

ଦେବଗଡ଼,୬ା୧୧(ଡି.ଏନ୍‌.ଏ.): ଭାଜପା ବ୍ଲକ ଅଧ୍ୟକ୍ଷାଙ୍କୁ ଅସମ୍ମାନ ଅଭିଯୋଗ କରି ଉପାଧ୍ୟକ୍ଷାଙ୍କ ସ୍ବାମୀ ଡିଆର୍‌ଡିଏର ଏପିଡି (ଟ୍ରେନିଂ) ଦୀପକ କୁମାର ବେହେରାଙ୍କୁ ଗାଳିଗୁଲଜ ସହ ହତ୍ୟା ଧମକ ଦେଇଥିବା ନେଇ ଦେବଗଡ଼ ଥାନାରେ ଲିଖିତ ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ବ୍ଲକ ଉପାଧ୍ୟକ୍ଷାଙ୍କ ସ୍ବାମୀ ଯୋଗେଶ ପ୍ରଧାନ ବ୍ଲକ ଅଧ୍ୟକ୍ଷା ବୃନ୍ଦାବତୀ ଭୋଇ ଓ ସ୍ତ୍ରୀ ଉପାଧ୍ୟକ୍ଷା ଆରତି ପ୍ରଧାନଙ୍କ ସମେତ ନିଜ ସମର୍ଥକଙ୍କ ସହ ଦେବଗଡ଼ ଥାନାକୁ ଆସି ଏପିଡି ଶ୍ରୀ ବେହେରା ବ୍ଲକ ଅଧ୍ୟକ୍ଷାଙ୍କୁ ଜାତିଆଣ ଆକ୍ଷେପ କରି ଅପମାନିତ କରିଥିବା ନେଇ ପାଲଟା ଅଭିଯୋଗ କରିଥିବା ଜଣାପଡ଼ିଛି। ପିଆରଆଇ ମେମ୍ବରଙ୍କ ଏକ ପ୍ରଶିକ୍ଷଣ ଶିବିରରେ ଶନିବାର ବାରକୋଟ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ପାତ୍ରଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇ ପୁଷ୍ପଗୁଚ୍ଛ ଦେଇ ବନ୍ଦାପନା କରାଯାଇ ତାଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଥିବା ବେଳେ ତିଳେଇବଣି ବ୍ଲକ ଅଧ୍ୟକ୍ଷା ବୃନ୍ଦାବତୀ ଭୋଇଙ୍କୁ ପ୍ରଶିକ୍ଷଣ ଶିବିରରେ ଡକାଯାଇଥିଲେ ମଧ୍ୟ ତାଙ୍କୁ ସମ୍ମାନ ପ୍ରଦର୍ଶନ କରାଯାଇ ନ ଥିବା ଅଭିଯୋଗ ହୋଇଛି। ତିଳେଇବଣି ବ୍ଲକ ଉପାଧ୍ୟକ୍ଷାଙ୍କ ସ୍ବାମୀ ଯୋଗେଶ ପ୍ରଧାନ ଏପିଡିଙ୍କୁ ହତ୍ୟା ଧମକ ଦେଇଥିବା ବେଳେ ଏହି କାର୍ଯ୍ୟକ୍ରମ ଏକ ଏନଜିଓ ଦ୍ୱାରା ପରିଚାଳନା କରାଯାଉଥିବା ଏବଂ ଏଥିରେ ତାଙ୍କ କୌଣସି ଭୂମିକା ନ ଥିବା ଏପିଡି ପ୍ରକାଶ କରିଛନ୍ତି l ତେବେ ଭାଜପା ଦଳର ବରିଷ୍ଠ ନେତା ଯୋଗେଶ ଜଣେ ସରକାରୀ ଅଧିକାରୀଙ୍କୁ ଧମକ ଦେବା ଏବଂ ତାଙ୍କ ନାମରେ ମିଥ୍ୟା ମାମଲା କରାଇବାକୁ ନେଇ ଶ୍ରୀ ବେହେରା ଦୁଃଖ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri