ଯୁବକଙ୍କୁ ଅପହରଣ ସହ ନିସ୍ତୁକ ମାଡ଼ ଅଭିଯୋଗ: ୩ ଦିନ ପରେ ବି ମିଳୁନି ପତ୍ତା

ଛତ୍ରପୁର,୮ା୧୦(ସନ୍ତୋଷ ପାଢ଼ୀ): ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଅପହରଣ କରି ଦୁର୍ବୃତ୍ତମାନେ ନେଇଯାଇଛନ୍ତି । ଗଞ୍ଜାମ ଜିଲା କୋଦଳା ଥାନା ଅନ୍ତର୍ଗତ ଜେ ଛଚିନାଠାରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଥିବା ବେଳେ ପୋଲିସ ପାଇଁ ଏହି ଘଟଣା ଏବେ ଚ୍ୟାଲେଞ୍ଜ ସୃଷ୍ଟି କରିଛି।

ସୂଚନାନୁସାରେ, ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ କେ ଖରିଡ଼ା ଗ୍ରାମର ୩୨ ବର୍ଷୀୟ ଦୀପୁ ପାତ୍ର ଆସିକା ଅଞ୍ଚଳର ସତ୍ୟ ପାତ୍ର ନାମକ ଯୁବକଙ୍କ ସହ କୌଣସି ଏକ ମାମଲାରେ କୋଦଳା କୋର୍ଟକୁ ଯାଇଥିଲେ। କୋର୍ଟରୁ ଫେରି ନିଜ ଗ୍ରାମକୁ ଫେରୁଥିଲା ବେଳେ ଜେ ଛଚିନାଠାରେ ୪ରୁ ୫ ଜଣ ଦୁର୍ବୃତ୍ତ ଦୀପଙ୍କୁ ବଳପୂର୍ବକ ଉଠାଇ ନେଇ ଚାଲିଗଲେ। ଶୁକ୍ରବାର ଅପରାହ୍ନରେ ଦୀପୁଙ୍କୁ ଅପହରଣ କରାଯାଇଥିବା ବେଳେ ସତ୍ୟଙ୍କୁ ମାଡ ମାରି ଘଟଣାସ୍ଥଳରୁ ଚାଲିଯିବାକୁ କୁଆଡ଼େ ବାଧ୍ୟ କରିଥିଲେ ଦୁର୍ବୃତ୍ତ।
ଖାଲି ସେତିକି ନୁହେଁ, ଦୁର୍ବୃତ୍ତମାନେ ଅପହରଣ କରି ଦୀପୁଙ୍କୁ ଏକ ଜଙ୍ଗଲକୁ ନେଇ ପ୍ରବଳ ମାଡ଼ ମାରିବା ସହ ଭିଡିଓ କଲ୍‌ ଜରିଆରେ ଦୀପୁଙ୍କ ସମ୍ପର୍କୀୟଙ୍କୁ ଘଟଣାସ୍ଥଳର ଦୃଶ୍ୟ ବି ଦେଖାଉଥିଲେ। ଆଉ ଭିଡିଓ କଲ୍‌ ବେଳେ ମାଡ଼ ମାରିବା ଦୃଶ୍ୟ ଦେଖାଇ ବାହାବା ନେଉଥିଲେ ଦୁର୍ବୃତ୍ତ। ବର୍ତ୍ତମାନ ସୁଦ୍ଧା ଦୁର୍ବୃତ୍ତମାନଙ୍କ ଠୋସ୍‌ ପାଇ ପାରିନି ପୋଲିସ। ଏନେଇ କୋଦଳା ଥାନାରେ ପରିବାର ଲୋକେ ଏତଲା ଦେଇଥିବା ବେଳେ ଅପହରଣକାରୀ କେଉଁଠି ନେଇ ରଖିଛନ୍ତି ତାହା ବି ଜଣାପଡ଼ିନି। ସେପଟେ ଦୀପୁଙ୍କ ମା’ ଛତ୍ରପୁର ଆସି ଗଞ୍ଜାମ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଠୁଗଣ୍ଠି ସମସ୍ୟା ଥିଲେ ଖାଆନ୍ତୁ କଖାରୁ ଫୁଲ

କଖାରୁ ଫୁଲ ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅନେକେ ଏଥିରୁ ପ୍ରସ୍ତୁତ ପିଠା ଖାଇବାକୁ ଭଲ ପାଆନ୍ତି। ଏଥିରେ ଅନେକ ପ୍ରକାର ଭିଟାମିନ୍‌…

ଆମ୍ବଝରନ ଫରେଷ୍ଟ ରିଜର୍ଭରେ ଝୁଲୁଛି ଅଜଣା ମୃତଦେହ

ବଲାଙ୍ଗୀର,୧୧।୫: ବଲାଙ୍ଗୀର ଆଗଲପୁର ଥାନା ଅନ୍ତର୍ଗତ ଆମୱଝରନ ରିଜର୍ବ ଫରେଷ୍ଟରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିଛି । ସୂଚନା ଅନୁଯାୟୀ, ଆମ୍ବଝରନ ରିର୍ଜବ ଫରେଷ୍ଟଠାରେ ଏକ…

କୋଟିଆରେ ଶେଷ ହୋଇଛି ଶତ ପ୍ରତିଶତ ଘରଗଣନା: ମନ୍ତ୍ରୀ

ଭୁବନେଶ୍ୱର,୧୧।୫: ରାଜ୍ୟରେ ଚାଲିଥିବା ଜନଗଣନାକୁ ନେଇ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଓଡ଼ିଶାରେ ୯୦ ପ୍ରତିଶତରୁ ଅଧିକ ଘରଗଣନା କାମ ଶେଷ ହୋଇଥିବା…

ସୋମନାଥ ଅମୃତ ମହୋତ୍ସବରେ ଯୋଗଦେଲେ ମୋଦି, କଲେ ପୂଜାର୍ଚ୍ଚନା

ପ୍ରଭାସପାଟନା,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମନାଥ ମନ୍ଦିରରେ ଆୟୋଜିତ ‘ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ମନ୍ଦିରରେ ପୂଜା କରିଥିଲେ ଏବଂ ପ୍ରାର୍ଥନା କରିଥିଲେ।…

ଭାରତରେ ପ୍ରଯୁକ୍ତିବିଦ୍ୟାର ବିକାଶ

ଦେଶ ସ୍ବାଧୀନତା ଲାଭ କରିବା ପରେ ଏହାର ପ୍ରଗତି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ପ୍ରଯୁକ୍ତିବିଦ୍ୟାକୁ ଗୁରୁତ୍ୱ ପ୍ରଦାନ କରାଯାଇଛି। ଦେଶରେ ଅନେକ ବୃହତ୍‌ ନଦୀବନ୍ଧ ନିର୍ମାଣ…

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳକୁ ଲୋକଙ୍କ ଭରସା ନାହିଁ, ଆଲର୍ଟ କେନ୍ଦ୍ରରେ ବାଜୁନି ସାଇରନ

କେନ୍ଦ୍ରାପଡା,୧୧୦ା୫ (ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ବନ୍ୟା, ବାତ୍ୟା ସହ ସୁନାମି…

ମୋବାଇଲ୍‌ ଟାଓ୍ବାର ଉପରେ ଚଢ଼ିଗଲେ ଯୁବକ: ପରେ ଧମକ ଦେଇ ଯେଉଁ କାଣ୍ଡକଲେ…

କଲ୍ୟାଣସିଂହପୁର,୧୧।୫(ଦୀପକ କୁମାର ପରିଡା ): ମୋବାଇଲ ଟାୱାର ଉପରେ ଚଢି ମଦ୍ୟପ ଯୁବକଙ୍କ ଉନ୍ମତକାଣ୍ଡ। ଏଭଳି ଘଟଣା ଘଟିଛି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସହରରେ । ମଦ୍ୟପ…

ସୁନାଥରରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ ଘଟଣା: ଭୁବନେଶ୍ୱର ସ୍ଥାନାନ୍ତର ହେଲେ ଦୁଇ ଗୁରୁତର

ପୁରୁଷୋତ୍ତମପୁର,୧୧ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ରବିବାର ସନ୍ଧ୍ୟାରେ ରୋଷେଇ ପାଇଁ ଗ୍ୟାସ୍‌ ଲଗାଇବା ବେଳେ ହଠାତ୍‌ ସିଲିଣ୍ଡରଟି ବିସ୍ଫୋରଣ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri