ପୋଲିସ କର୍ମଚାରୀଙ୍କୁ ମାଡ଼ ମାରି ଅଭିଯୁକ୍ତଙ୍କୁ ଛଡ଼ାଇ ନେଲେ : ୮ଜଣଙ୍କ ନାମରେ ରୁଜୁ ହେଲା ମାମଲା

ବାଲିକୁଦା,୨୩।୧(ତାପସ ସ୍ବାଇଁ): ଜଣେ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ପୋଲିସକୁ ମାଡ଼ ଖାଇବାକୁ ପଡ଼ିଛି। ଏପରିକି ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ପୋଲିସ ହାତରୁ ଛଡ଼ାଇ ନେଇଛନ୍ତି। ବାଲିକୁଦା ଥାନା ଅଞ୍ଚଳରେ ଏପରି ଏକ ଘଟଣା ଘଟିଛି। ଏହି ଘଟଣାରେ ଏସ୍‌ଆଇ ବସନ୍ତ କୁମାର ସୋରେନଙ୍କ ସମେତ ୩ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ସେମାନେ ବାଲିକୁଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହୋଇ ଥାନାରେ ପହଞ୍ଚି ଆଇଆଇସିଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ।

ଏସ୍‌ଆଇ ସୋରେନଙ୍କ ଅଭିଯୋଗ ଅନୁଯାୟୀ, ମାଡ଼ ମାରିବା ଘଟଣାରେ ସମ୍ପୃକ୍ତ ୮ ଅଭିଯୁକ୍ତଙ୍କ ନାମରେ ମାମଲା ରୁଜୁ କରାଯାଇଛି। ସେମାନେ ହେଲେ ଏହି ଥାନା ଅନ୍ତର୍ଗତ ଓଷକଣା ପଞ୍ଚାୟତ ପାଣିତରା ଗ୍ରାମର ସନ୍ତୋଷ ମଲ୍ଲିକ, ଅଶୋକ ମଲ୍ଲିକ, ଗଙ୍ଗା ମଲ୍ଲିକ, ବାବୁ ମଲ୍ଲିକ, ମାମି ମଲ୍ଲିକ, ରାନୁ ମଲ୍ଲିକ, ତପନ ମଲ୍ଲିକ, ମଞ୍ଜୁ ମଲ୍ଲିକ।

ଅଭିଯୋଗ ଅନୁଯାୟୀ, ପାଣିତରା ଗ୍ରାମର ବାପି ମଲ୍ଲିକଙ୍କ ନାମରେ ୫ରୁ ଊର୍ଦ୍ଧ୍ୱ ମାମଲା ରହିଛି। ଏନେଇ ତାଙ୍କୁ ଧରିବା ପାଇଁ ଜଗତ୍‌ସିଂହପୁର ଏସ୍‌ଡିଜେମ୍‌ କୋର୍ଟ ପକ୍ଷରୁ ଜାମିନବିହୀନ ଗିରଫ ପରଓ୍ବାନା ଜାରି କରାଯାଇଥିଲା। ଆଇଆଇସି ସଲିଳ ପ୍ରଧାନଙ୍କ ନିର୍ଦ୍ଦେଶ କ୍ରମେ ଏସ୍‌ଆଇ ବସନ୍ତ କୁମାର ସୋରେନ ୬ ଜଣିଆ ଟିମ୍‌ ସହ ପାଣିତିରା ଗ୍ରାମରେ ଚଢ଼ାଉ କରି ବାପିଙ୍କୁ ଧରିଥିଲେ। ଏହି ସମୟରେ ଉପରୋକ୍ତ ଅଭିଯୁକ୍ତମାନେ ବାଡ଼ି, ଲୁହା ଛଡ଼ ଓ ମାରଣାସ୍ତ୍ର ଧରି ପୋଲିସକୁ ଅତର୍କିତ ଭାବେ ଆକ୍ରମଣ କରି ବାପିଙ୍କୁ ଛଡାଇ ନେଇଯାଇଥିଲେ। ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରହିଛି ବୋଲି ଆଇଆଇସି ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ଆରମ୍ଭ: ଭାଗ ନେଲେ ୧୪୦୦ ରେସଲର

ଗୋଣ୍ଡା,୧୦ା୫: ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଯାଇଛି। ଜାତୀୟ କ୍ୟାମ୍ପ୍ସ ଏବଂ ଭବିଷ୍ୟତରେ ହେବାକୁ ଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତା ଚୟନ ପାଇଁ ଜାତୀୟ ଓପନ…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ):  ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ…

ଦୁଲୁକିବ ସୁବଳୟା ଖେଳ ପଡିଆ ମଞ୍ଚ, ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ଗଞ୍ଜାମ,୧୦।୫ (ବିଦ୍ୟାଧର ସାହୁ ): ପ୍ରଥମ ଥର ପାଇଁ ଗଞ୍ଜାମ ବ୍ଲକ ସ୍ତରୀୟ ସାମାଜିକ ଅପେରା ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଆସନ୍ତା ୨୮ ରୁ…

ରୋଗରୁ ହୋଇଛି ଦନ୍ତାହାତୀର ମୃତ୍ୟୁ: ଅପପ୍ରଚାରକାରୀଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ଗାୟଗଣ୍ଡା ନିକଟରେ ମୃତ୍ୟୁବରଣ କରିଥିବା ଦନ୍ତାହାତୀଟି ରୋଗରୁ ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦରୁ…

ବାଲିଅନ୍ତା ବର୍ବରତା; ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ, ୪ ପୋଲିସ ସସ୍‌ପେଣ୍ଡ୍‌

ଭୁବନେଶ୍ବର,୧୦ା୫:  ବାଲିଅନ୍ତା ବର୍ବରତା ଘଟଣା କେବଳ ରାଜ୍ୟ ନୁହେଁ ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ଘଟଣାରେ ବର୍ତ୍ତମାନ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି…

LPG ନେଇ ବଡ଼ ଘୋଷଣା, ଏମାନଙ୍କୁ ମିଳିବନି ସବସିଡି

ନୂଆଦିଲ୍ଲୀ,୧୦ା୫: କେନ୍ଦ୍ର ସରକାର LPG ସବସିଡି ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି । ବର୍ତ୍ତମାନ ଗ୍ରାହକ କିମ୍ବା ସେମାନଙ୍କ ପରିବାର ସଦସ୍ୟଙ୍କ ଆୟ ପ୍ରତିବର୍ଷ ୧୦ ଲକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri