ଫିରିଙ୍ଗିଆ ପୋଲିସ ନାଁରେ ଅତ୍ୟାଚାର ଅଭିଯୋଗ

ଫୁଲବାଣୀ ଅଫିସ,୧୮।୪: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପୋଲିସ ନାଁରେ ଅତ୍ୟାଚାର ଏବଂ ଚୋରି ଅଭିଯୋଗ ହୋଇଛି ା ପାଙ୍ଗାଉପରସାହି ପଞ୍ଚାୟତବାସୀ ସୋମବାର ଏସ୍‌ପିଙ୍କୁ ଏ ନେଇ ଦାବିପତ୍ର ପ୍ରଦାନ କରିଛନ୍ତି ା ପାଖାପାଖି ୧୦୦ରୁ ଊର୍ଦ୍ଧ୍ୱ ଲୋକେ ଏକତ୍ରିତ ହୋଇ ପୋଲିସ ବିରୋଧରେ ଅଭିଯୋଗ କରିଛନ୍ତି। ସେମାନେଙ୍କ ଅଭିଯୋଗ କ୍ରମେ ରାତିରେ ପୋଲିସ ସାଦା ପୋଷାକରେ ଯାଇ ଲୋକଙ୍କ ଘରୁ ଗଞ୍ଜେଇ ଯାଞ୍ଚ ଆଳରେ ଘରେ ଥିବା ସୁନା, ରୁପା, ଟଙ୍କା ନେଇ ଯାଉଛି ା ପ୍ରତିବାଦ କଲେ ଆମେ ଫିରିଙ୍ଗିଆ ଥାନାରୁ ଆସିଛୁ ା ପାଟି କଲେ ତୁମ୍ଭମାନଙ୍କୁ ଗଞ୍ଜେଇ ଚାଲାଣ ଏବଂ ଚୋରି କେସରେ ଫସାଇ କୋର୍ଟ ଚାଲାଣ କରିବୁ ମହିଳାମାନେ ପ୍ରତିବାଦ କଲେ ସେମାନଙ୍କ ବେକ, କାନରୁ ଗହଣା ଛିଣ୍ଡାଇ ନେଉଛନ୍ତି ା ଏପରିକି ପିସ୍ତଲ ଦେଖାଇ ଆମକୁ ଭୟଭୀତ କରାଯାଉଛି ା କିଛି ଦିନ ତଳେ ଗ୍ରାମର ଦୁଇ ଜଣ ଯୁବକଙ୍କୁ ପୋଲିସ ଉଠାଇ ନେଇଥିଲା। ପରଦିନ ଥାନାକୁ ଯାଇ ଦେଖିଲା ବେଳକୁ ଜଣେ ଯୁବକ ଥିବା ବେଳେ ଅନ୍ୟ ଜଣେ ନିଖୋଜ ଅଛନ୍ତି ା ଏସବୁ ଦିଗକୁ ତୁରନ୍ତ ତଦନ୍ତ କରାଯାଉ ସରପଞ୍ଚ ରଶ୍ମିତା କହଁର, ଶ୍ରୀଗୁନି ଦିଗାଲ, ରଙ୍କ କହଁର, ବିନୟ କହଁର, ଦିଲୀପ କୁମାର ଦିଗାଲ, ଦଶରଥ ଦିଗାଲ ପ୍ରମୁଖ ପ୍ରକାଶ କରିଛନ୍ତି। ଏ ନେଇ ଫିରିଙ୍ଗିଆ ଥାନାଧିକାରୀ ତପନ କୁମାର ନାହାକଙ୍କୁ ପଚାରିବାରୁ ସେ ଏହାକୁ ଅସ୍ବୀକାର କରିବା ସହ ଅଭିଯୁକ୍ତମାନଙ୍କୁ ଖୋଜୁଥିବା କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କାର୍‌କୁ ଧକ୍କା ପରେ ରାସ୍ତାରେ ଓଲଟିଲା କଦଳୀ ବୋଝେଇ ଟ୍ରକ୍‌

ଭୁବନେଶ୍ୱର,୨୩।୯: ରାଜଧାନୀ ଭୁବନେଶ୍ୱରର ଜୟଦେବ ବିହାର ଜାତୀୟ ରାଜପଥରେ ଏକ କାର୍‌କୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଓଲଟିପଡ଼ିଛି। ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଗୁରୁତର…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?