ଠାକୁରମୁଣ୍ଡା,୨୪ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଚମ୍ପାଝର ପଞ୍ଚାୟତ ଅନ୍ତର୍ଗତ ନୂଆଗଁା ପ୍ରାଥମିକ ବିଦ୍ୟାଳୟରେ ପଶି ଜଣେ ବ୍ୟକ୍ତି ଛାତ୍ରମାନଙ୍କୁ ମାଡ଼ ମରିଥିବା ଅଭିଯୋଗ ହୋଇଛି। ଏହି ବିଦ୍ୟାଳୟରେ ୩୮ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି। ଅପରାହ୍ନ ୩ଟାରେ ବିଦ୍ୟାଳୟରେ ପାଠପଢ଼ା ଚାଲିଥିବା ସମୟରେ ଉକ୍ତ ବ୍ୟକ୍ତିଜଣକ ୫ଜଣ ଛାତ୍ରଙ୍କୁ ମାଡ଼ ମାରିଥିଲେ। ଗୁରବାର ଏହି ଘଟଣାକୁ ନେଇ ଅଭିଭାବକମାନେ ବିଦ୍ୟାଳୟରେ ପହଞ୍ଚି ମାଡ ମାରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଥିଲେ। ଖବର ପାଇ ଠାକୁରମୁଣ୍ଡା ବ୍ଲକ ଶିକ୍ଷା ଅଧିକାରୀ ଓ ଅତିରିକ୍ତ ଶିକ୍ଷା ଅଧିକାରୀ ବିଦ୍ୟାଳୟରେ ପହଞ୍ଚି ଅଭିଭାବକ ଓ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନଙ୍କ ସହିତ ଆଲୋଚନା କରିଥିଲେ। ଦୋଷୀଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏ ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁଷ୍ମନ୍ତ ବେହେରା ମହୁଲଡ଼ିହା ଥାନାରେ ନୂଆଗଁା ଗ୍ରାମର ଅନି ଦାସଙ୍କ ନାମରେ ଛାତ୍ରମାନଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ କରିଥିବା ସୂଚନା ମିଳିଛି।
Posted inHome Left, ଆମ ଜିଲା ଖବର, ମୟୂରଭଞ୍ଜ View All
ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି
ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…
ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…
ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…
କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ
ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…
ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…
ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…
ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍, ସତର୍କ କରାଇବ କହିବ…
ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…
‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ
ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…
ଆଉଟ୍ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video
କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…
ସଠିକ୍ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ
ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…
Archives

