ମୃତଦେହ ଛାଡ଼ିବା ପାଇଁ ଲାଞ୍ଚ ଅଭିଯୋଗ

ବ୍ରହ୍ମପୁର,୨ା୯ (ସୁବାସ ଚନ୍ଦ୍ର ପାଢ଼ୀ): ଏମକେସିଜି ମେଡିକାଲରେ ରୋଗୀସେବା ପାଇଁ ବିଭିନ୍ନ ସମୟରେ ଲାଞ୍ଚ ମଗାଯାଉଥିବା ଅଭିଯୋଗ ଆସୁଛି। ଏବେ ମୃତଦେହ ଛାଡ଼ିବା ପାଇଁ ମଧ୍ୟ ସମ୍ପର୍କୀୟଙ୍କୁ ଟଙ୍କା ମାଗିଥିବା ଅଭିଯୋଗ ଆସିଛି। ଏଭଳି ଅଭିଯୋଗ ଆସିବା ପରେ ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି।
ଆସିକାରୋଡ଼ ଶ୍ରୀରାମନଗର ନିକଟସ୍ଥ ଗଙ୍ଗାଧରନଗର ନିବାସୀ ପର୍ଶୁରାମ ସାହୁ ଅସୁସ୍ଥ ହେବାରୁ ତାଙ୍କୁ ଏମକେସିଜିରେ ଭର୍ତ୍ତି କରାଯାଇଥିଲା। ଝାଡ଼ାବାନ୍ତି ଲାଗି ରହି ରକ୍ତଚାପ କମିଯାଇଥିଲା। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ମୃତ୍ୟୁ ଘଟିଥିଲା। ଆଇସିୟୁରୁ ମୃତଦେହ ବାହାର କରିବା ପାଇଁ ଜଣେ କର୍ମଚାରୀ ୫ଶହ ଟଙ୍କା ମାଗିବାରୁ ପୁଅ ପର୍ଶୁରାମଙ୍କ ପୁଅ ମହେନ୍ଦ୍ର ସାହୁ ବାଧ୍ୟ ହୋଇ ତାହା ଦେଇଥିଲେ। ଏହାପରେ ପୁଣି ଜଣେ ଆଟେଣ୍ଡାଣ୍ଟ୍‌ ସେଠାକୁ ଆସି ୫ଶହ ଟଙ୍କା ମାଗିଥିଲେ ବୋଲି ସମ୍ପର୍କୀୟ ବସନ୍ତ ସାହୁ ଅଭିଯୋଗ କରିଛନ୍ତି। ୫ଶହ ଟଙ୍କାକୁ ନେଇ ୨ ଜଣ ଆଟେଣ୍ଡାଣ୍ଟ୍‌ଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ସେମାନେ ମୃତଦେହ ନ ଛାଡ଼ିବାରୁ ବାଧ୍ୟ ହୋଇ ପରିବାରବର୍ଗ ପୋଲିସକୁ ଖବର କରିଥିଲେ। ପୋଲିସ ସେଠାରେ ପହଞ୍ଚିଥିଲା। ତଥାପି ସେମାନେ ମୃତଦେହ ଛାଡ଼ି ନ ଥିଲେ। କିଛି ସମୟ ପାଇଁ ସେଠାରେ ଉତ୍ତେଜନା ଦେଖାଦେଇଥିଲା। ବିଳମ୍ବିତ ରାତିରେ ଶେଷରେ ମୃତକଙ୍କ ଅନ୍ୟ ସମ୍ପର୍କୀୟ ମାନେ ସେଠାରେ ପହଞ୍ଚି ମୃତଦେହ ନେଇଥିଲେ। ଏମକେସିଜି ରେଜିଷ୍ଟାର ସଂଗ୍ରାମ ପଣ୍ଡା କହିଛନ୍ତି ଗୁରୁବାର ରାତ୍ରର ଘଟଣା ସାମାଜିକ ଗଣମାଧ୍ୟମରେ ପ୍ରସାରିତ ହେବା ପରେ ଆମେ ଜାଣିବାକୁ ପାଇଲୁ। ଶୁକ୍ରବାର ସମ୍ପୃକ୍ତ କର୍ମଚାରୀଙ୍କୁ ଡ଼ାକି ପଚରାଉଚରା କରିବା ସହ ତାଙ୍କୁ ନିଲମ୍ବନ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri