ସମ୍ବଲପୁର,୨୦ା୮(ଶୁଭାଶିଷ ପାଢ଼ୀ)ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନା (ଡିଏଚ୍ଏଚ୍)ରେ ଶନିବାର ଏକ ନବଜାତ ଶିଶୁ ବଦଳ ନେଇ ଅଭିଯୋଗ ହୋଇଛି। ବ୍ରଜରାଜନଗର ରାମପୁରର ଦମ୍ପତି ରାଜକୁମାର ଗିରି ଓ ସ୍ତ୍ରୀ ଦୀପାଞ୍ଜଳିଙ୍କ ଅଭିଯୋଗକ୍ରମେ ପିଲା ଜନ୍ମହେବା ସମୟରେ ପୁଅ ହୋଇଥିବା ଡାକ୍ତରଖାନା ପକ୍ଷରୁ କୁହାଯାଇଥିଲା। ହେଲେ ଘଣ୍ଟାକ ପରେ ମେଡିକାଲ ଷ୍ଟାଫ୍ ଗ୍ରହଣ ଖଣ୍ଡିଆ ଏକ ଶିଶୁ କନ୍ୟାକୁ ଆଣି ଦେଇଥିଲେ। ଆମ ପୁଅକୁ ନ ଦେବା ପର୍ଯ୍ୟନ୍ତ ମେଡିକାଲ ଛାଡ଼ିବାର ପ୍ରଶ୍ନ ଉଠୁନାହିଁ। ଡିଏନ୍ଏ ପରୀକ୍ଷା କରାଯାଇ ସତ୍ୟାସତ୍ୟ ସାମ୍ନାକୁ ଅଣାଯାଉ ବୋଲି ସେମାନେ ଦାବି କରିଥିଲେ। ଅନ୍ୟପକ୍ଷେ ସିଡିଏମ୍ଓ ଡୋଲାମଣି ପଟେଲ କହିଛନ୍ତି, ଏହି ଘଟଣାର ତଦନ୍ତ କରାଯାଉଛି। ରିପୋର୍ଟ ଆସିବା ପରେ ପ୍ରକୃତ ଘଟଣା ଜଣାପଡ଼ିବ।
ସୂଚନା ଅନୁସାରେ, ରାଜକୁମାର ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ଟା ସମୟରେ ତାଙ୍କ ସ୍ତ୍ରୀ ଦୀପାଞ୍ଜଳିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିଛି ସମୟ ପରେ ପ୍ରସବ ପାଇଁ ଦୀପାଞ୍ଜଳିଙ୍କ ଚିକିତ୍ସା ଆରମ୍ଭ ହୋଇଥିଲା। ଅପରାହ୍ନ ପ୍ରାୟ ୪ଟା ସମୟରେ ସେ ଶୌଚଯିବା ପାଇଁ ସ୍ତ୍ରୀ ଓ ପ୍ରସୂତି ବିଭାଗର ପାଇଖାନାକୁ ଯାଇଥିଲେ। ଶୌଚଯାଇ ଫେରିବା ସମୟରେ ପାଇଖାନା ସମ୍ମୁଖରେ ପିଲା ଜନ୍ମ ଦେଇଥିଲେ। ରାଜକୁମାରଙ୍କଠାରୁ ଖବର ପାଇ ନର୍ସ ଓ ଅନ୍ୟମାନେ ପହଞ୍ଚତ୍ଥିଲେ। ସେମାନେ ନବଜାତକଙ୍କୁ ଉଠାଇନେବା ସହ ଦୀପାଞ୍ଜଳିଙ୍କୁ ସଫାସୁତୁରା କରି ବେଡ୍କୁ ନେଇଥିଲେ। ହେଲେ ପ୍ରାୟ ଘଣ୍ଟାକ ପରେ ନର୍ସମାନେ ଏକ ନବଜାତ ଶିଶୁକନ୍ୟାକୁ ଧରି ୱାର୍ଡକୁ ଆସିିଥିଲେ। ଏହାକୁ ନେଇ ରାଜକୁମାର ସନ୍ଦେହ କରିଥିଲେ। ସେ ସିଡିଏମ୍ଓଙ୍କ ପାଖରେ ଲିଖିତ ଅଭିଯୋଗ କରିଥିଲେ, ଜନ୍ମହେବା ସମୟରେ ନର୍ସମାନେ ପୁଅ ହୋଇଥିବା ସୂଚନା ଦେଇଥିଲେ। ହେଲେ ପରେ ଗ୍ରହଣ ଖଣ୍ଡିଆ ଏକ ଶିଶୁକନ୍ୟାକୁ ଆଣି ଏହା ତୁମର ବୋଲି କହୁଛନ୍ତି। ଆମର ପୁଅ ହୋଇଥିଲା। ସେମାନେ ପୁଅକୁ ବଦଳକରି ଶିଶୁକନ୍ୟାକୁ ଆଣିଦେଇଛନ୍ତି। ଏହାର ତଦନ୍ତ କରାଯାଇ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି କହିଥିଲେ। ଅନ୍ୟପଟେ ମେଡିକାଲରେ ଲାଗିଥିବା ସିିସିଟିଭି ଯାଞ୍ଚ ସହ ଶୁକ୍ରବାରଠାରୁ ଯେଉଁ ପିଲା ଜନ୍ମ ହୋଇଛନ୍ତି ସେମାନଙ୍କର ଡିଏନ୍ଏ ପରୀକ୍ଷା କରାଗଲେ ସତ୍ୟାସତ୍ୟ ସାମ୍ନାକୁ ଆସିବ ଓ ଅଭିଯୋଗକାରୀ ଦମ୍ପତିଙ୍କୁ ନ୍ୟାୟ ମିଳିବ ବୋଲି ଆଲୋଚନା ହେଉଛି। ସୂଚନାଯୋଗ୍ୟ ଏହି ଦମ୍ପତିଙ୍କ ପୂର୍ବରୁ ଦୁଇଟି ଝିଅ ଅଛନ୍ତି। ପୁଅ ପାଇବା ଆଶାରେ ସେମାନେ ଆଉ ଏକ ସୁଯୋଗ ନେଇଥିଲେ ା
Posted inHome, Home Left, ଆମ ଜିଲା ଖବର, ସମ୍ବଲପୁର View All
ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…
ଭୁବନେଶ୍ୱର, ୧।୪(ସୁନିତ୍ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…
ଶେଷରେ ନଇଁଲେ ଟ୍ରମ୍ପ୍! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’
ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…
କୁଏଟ୍ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…
ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍
ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…
କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…
ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍ଫେୟାର କର୍ପୋରେଶନ (ଓପିଏଚ୍ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…
ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ
ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…
ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ
ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…
ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଯାପିତ ହୋଇଛି।…
Archives

