ଝାରସୁଗୁଡ଼ା ଡିଏଚ୍‌ଏଚ୍‌ରେ ଶିଶୁ ବଦଳ ଅଭିଯୋଗ

ସମ୍ବଲପୁର,୨୦ା୮(ଶୁଭାଶିଷ ପାଢ଼ୀ)ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନା (ଡିଏଚ୍‌ଏଚ୍‌)ରେ ଶନିବାର ଏକ ନବଜାତ ଶିଶୁ ବଦଳ ନେଇ ଅଭିଯୋଗ ହୋଇଛି। ବ୍ରଜରାଜନଗର ରାମପୁରର ଦମ୍ପତି ରାଜକୁମାର ଗିରି ଓ ସ୍ତ୍ରୀ ଦୀପାଞ୍ଜଳିଙ୍କ ଅଭିଯୋଗକ୍ରମେ ପିଲା ଜନ୍ମହେବା ସମୟରେ ପୁଅ ହୋଇଥିବା ଡାକ୍ତରଖାନା ପକ୍ଷରୁ କୁହାଯାଇଥିଲା। ହେଲେ ଘଣ୍ଟାକ ପରେ ମେଡିକାଲ ଷ୍ଟାଫ୍‌ ଗ୍ରହଣ ଖଣ୍ଡିଆ ଏକ ଶିଶୁ କନ୍ୟାକୁ ଆଣି ଦେଇଥିଲେ। ଆମ ପୁଅକୁ ନ ଦେବା ପର୍ଯ୍ୟନ୍ତ ମେଡିକାଲ ଛାଡ଼ିବାର ପ୍ରଶ୍ନ ଉଠୁନାହିଁ। ଡିଏନ୍‌ଏ ପରୀକ୍ଷା କରାଯାଇ ସତ୍ୟାସତ୍ୟ ସାମ୍‌ନାକୁ ଅଣାଯାଉ ବୋଲି ସେମାନେ ଦାବି କରିଥିଲେ। ଅନ୍ୟପକ୍ଷେ ସିଡିଏମ୍‌ଓ ଡୋଲାମଣି ପଟେଲ କହିଛନ୍ତି, ଏହି ଘଟଣାର ତଦନ୍ତ କରାଯାଉଛି। ରିପୋର୍ଟ ଆସିବା ପରେ ପ୍ରକୃତ ଘଟଣା ଜଣାପଡ଼ିବ।
ସୂଚନା ଅନୁସାରେ, ରାଜକୁମାର ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ଟା ସମୟରେ ତାଙ୍କ ସ୍ତ୍ରୀ ଦୀପାଞ୍ଜଳିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିଛି ସମୟ ପରେ ପ୍ରସବ ପାଇଁ ଦୀପାଞ୍ଜଳିଙ୍କ ଚିକିତ୍ସା ଆରମ୍ଭ ହୋଇଥିଲା। ଅପରାହ୍ନ ପ୍ରାୟ ୪ଟା ସମୟରେ ସେ ଶୌଚଯିବା ପାଇଁ ସ୍ତ୍ରୀ ଓ ପ୍ରସୂତି ବିଭାଗର ପାଇଖାନାକୁ ଯାଇଥିଲେ। ଶୌଚଯାଇ ଫେରିବା ସମୟରେ ପାଇଖାନା ସମ୍ମୁଖରେ ପିଲା ଜନ୍ମ ଦେଇଥିଲେ। ରାଜକୁମାରଙ୍କଠାରୁ ଖବର ପାଇ ନର୍ସ ଓ ଅନ୍ୟମାନେ ପହଞ୍ଚତ୍ଥିଲେ। ସେମାନେ ନବଜାତକଙ୍କୁ ଉଠାଇନେବା ସହ ଦୀପାଞ୍ଜଳିଙ୍କୁ ସଫାସୁତୁରା କରି ବେଡ୍‌କୁ ନେଇଥିଲେ। ହେଲେ ପ୍ରାୟ ଘଣ୍ଟାକ ପରେ ନର୍ସମାନେ ଏକ ନବଜାତ ଶିଶୁକନ୍ୟାକୁ ଧରି ୱାର୍ଡକୁ ଆସିିଥିଲେ। ଏହାକୁ ନେଇ ରାଜକୁମାର ସନ୍ଦେହ କରିଥିଲେ। ସେ ସିଡିଏମ୍‌ଓଙ୍କ ପାଖରେ ଲିଖିତ ଅଭିଯୋଗ କରିଥିଲେ, ଜନ୍ମହେବା ସମୟରେ ନର୍ସମାନେ ପୁଅ ହୋଇଥିବା ସୂଚନା ଦେଇଥିଲେ। ହେଲେ ପରେ ଗ୍ରହଣ ଖଣ୍ଡିଆ ଏକ ଶିଶୁକନ୍ୟାକୁ ଆଣି ଏହା ତୁମର ବୋଲି କହୁଛନ୍ତି। ଆମର ପୁଅ ହୋଇଥିଲା। ସେମାନେ ପୁଅକୁ ବଦଳକରି ଶିଶୁକନ୍ୟାକୁ ଆଣିଦେଇଛନ୍ତି। ଏହାର ତଦନ୍ତ କରାଯାଇ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି କହିଥିଲେ। ଅନ୍ୟପଟେ ମେଡିକାଲରେ ଲାଗିଥିବା ସିିସିଟିଭି ଯାଞ୍ଚ ସହ ଶୁକ୍ରବାରଠାରୁ ଯେଉଁ ପିଲା ଜନ୍ମ ହୋଇଛନ୍ତି ସେମାନଙ୍କର ଡିଏନ୍‌ଏ ପରୀକ୍ଷା କରାଗଲେ ସତ୍ୟାସତ୍ୟ ସାମ୍‌ନାକୁ ଆସିବ ଓ ଅଭିଯୋଗକାରୀ ଦମ୍ପତିଙ୍କୁ ନ୍ୟାୟ ମିଳିବ ବୋଲି ଆଲୋଚନା ହେଉଛି। ସୂଚନାଯୋଗ୍ୟ ଏହି ଦମ୍ପତିଙ୍କ ପୂର୍ବରୁ ଦୁଇଟି ଝିଅ ଅଛନ୍ତି। ପୁଅ ପାଇବା ଆଶାରେ ସେମାନେ ଆଉ ଏକ ସୁଯୋଗ ନେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?