ଚିକିତ୍ସାରେ ଅବହେଳାରୁ ଶିଶୁଙ୍କ ମୃତ୍ୟୁ ଅଭିଯୋଗ, ହସ୍ପିଟାଲରେ ଉତ୍ତେଜନା

ଗଜପତି,୧୧।୧୦: ଗଜପତି ଜିଲା ପାରଳାଖେମୁଣ୍ଡି ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ଏନେଇ ହସ୍ପିଟାଲରେ ପରିସରରେ ଉତ୍ତେଜନା ପରିସ୍ଥତି ସୃଷ୍ଟି ହୋଇଛି। ଡାକ୍ତର ନ ଥିବାରୁ ନର୍ସଙ୍କ ଦ୍ବାରା ଶିଶୁଙ୍କୁ ଚିକିତ୍ସା କରାଯାଇଥିଲା। ଫଳରେ ଶିଶୁର ମୃତ୍ୟୁ ଘଟିଛି ବୋଲି ପରିବାର ଲୋକେ ଅଭିଯୋଗ କରି ହସ୍ପିଟାଲରେ ମୃତଦେହ ରଖି ପ୍ରତିବାଦ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ଗୁରାଣ୍ଡି ଗ୍ରାମର ଅନୀଲ ବିଶୋଇଙ୍କ ପୁଅ ଆୟୁଷ(୬ ବର୍ଷ)ଙ୍କ ସୋମବାର ବିଳମ୍ବିତ ରାତିରେ ପେଟ ବ୍ୟଥା ହୋଇଥିଲା। ଏନେଇ ପରିବାର ଲୋକେ ତାଙ୍କୁ ପ୍ରଥମେ ଗୁରାଣ୍ଡି ପ୍ରାଥମିକ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ କୌଣସି ଡ଼ାକ୍ତର ନ ଥିବାରୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ଏଠାରେ ମଧ୍ୟ ସମାନ ପରିସ୍ଥିତି ଦେଖାଦେଇଥିଲା। ଡାକ୍ତର ନ ଥିବାରୁ ଡ୍ୟୁଟିରେ ଥିବା ନର୍ସ ଜଣକ ଆୟୁଷଙ୍କୁ କିଛି ଇଞ୍ଜେକସନ ଦେଇଥିଲେ। ଇଞ୍ଜେକସନ ଦେବାର କିଛି ସମୟ ପରେ ନାବାଳକଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri