ଚିକିତ୍ସାରେ ଅବହେଳାରୁ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ

ନୟାଗଡ଼ ଅଫିସ,୧।୫: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୟାଗଡ଼ ବ୍ଳକ ଜୟପୁର ଗାଁର ମଞ୍ଜୁ ମହାରଣା(୬୦) ନାମକ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ରବିବାର ପୂର୍ବାହ୍ନରେ ଉତ୍ତେଜନା ପ୍ରକାଶ ପାଇଥିଲା।
ଚିକିତ୍ସାରେ ଅବହେଳା ଯୋଗୁ ଏପରି ଘଟିଲା ବୋଲି ମଞ୍ଜୁଙ୍କ ପରିବାର ଓ ଆମତ୍ୀୟ ଲୋକେ ପାଟିତୁଣ୍ଡ କରିଥିଲେ। ଝାଡା,ବାନ୍ତି ଓ ଜ୍ୱରରେ ଆକ୍ରାନ୍ତ ହୋଇ ଡାକ୍ତରଖାନାକୁ ଆସିଥିଲେ ମଞ୍ଜୁ।
ଚିକିତ୍ସାରେ ଅବହେଳା ଅଭିଯୋଗ ଆସିଲା ପରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ପୁଅ ପୂର୍ଣ୍ଣ ମହାରଣା କୁହନ୍ତି, ମା ଶନିବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ହେଲେ ନର୍ସ ଓ ଡାକ୍ତରଙ୍କ ସେବା ଦେବାରେ ଅବହେଳା କରିବାରୁ ରବିବାର ବଞ୍ଚିବା ଲୋକ ମରିଗଲେ।
ଯେଉଁମାନେ ଚିକିସତ୍ାରେ ଅବହେଳା କରିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ଭାଇ ଅକ୍ରୁର ମହାରଣାଙ୍କ ଅଭିଯୋଗ ଅନୁସାରେ ଭଉଣୀଙ୍କୁ ଚିକିତ୍ସାରେ ଅବହେଳା କରାଯିବାରୁ ରବିବାର ପ୍ରାଣ ହରାଇଲେ। ଏହାର ତଦନ୍ତ ହେବା ଦରକାର। ଟାଉନ ଥାନାର ତଦନ୍ତକାରୀ ଅଧିକାରୀ ଧର୍ମେନ୍ଦ୍ର ସିଆଳ କୁହନ୍ତି, ପରିବାର ପକ୍ଷରୁ ମୃତଦେହ ବ୍ୟବଚ୍ଛେଦ କରିବାକୁ ମନା କରାଯାଇଥିଲା। ଏହାପରେ ତାଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି । ସିଡିଏମ୍‌ଓ ମକରନ୍ଦ ବେଉରା କୁହନ୍ତି, ଚିକିତ୍ସାରେ ଅବହେଳା ଅଭିଯୋଗ ଆସିବା ପରେ ତଦନ୍ତ ଆରମ୍ଭ ହୋଇଛି। ରବିବାର ଦାୟିତ୍ୱରେ ଥିବା ସୁପରିଟେଣ୍ଡେଣ୍ଟ ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ସୋମବାର ଜିଲା ମୁଖ୍ୟ ଚିକିତ୍ସାଳୟର ସୁପରିଟେଣ୍ଡେଣ୍ଟ ତଦନ୍ତ କରି ରିପୋର୍ଟ ଦେବେ। ରିପୋର୍ଟ ହସ୍ତଗତ ପରେ ପରବର୍ତ୍ତୀ ରିପୋର୍ଟ ଦିଆଯିବ।
ସାମାଜିକ କର୍ମୀ ସନ୍ତୋଷ ପ୍ରଧାନ କୁହନ୍ତି, ଜିଲା ମୁଖ୍ୟ ଚିକିତ୍ସାଳୟରେ ବିଭିନ୍ନ ସମୟରେ ଏପରି ଘଟଣା ଯୋଗୁ ରୋଗୀ ପ୍ରାଣ ହରାଉଛନ୍ତି। ଏଣୁ ଅଭିଯୋଗକୁ ଅଣଦେଖା ନ କରି ସଠିକ୍‌ ଭାବେ ତଦନ୍ତ ହେବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri