ଚିକିତ୍ସାରେ ଅବହେଳାରୁ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ

ନୟାଗଡ଼ ଅଫିସ,୧।୫: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୟାଗଡ଼ ବ୍ଳକ ଜୟପୁର ଗାଁର ମଞ୍ଜୁ ମହାରଣା(୬୦) ନାମକ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ରବିବାର ପୂର୍ବାହ୍ନରେ ଉତ୍ତେଜନା ପ୍ରକାଶ ପାଇଥିଲା।
ଚିକିତ୍ସାରେ ଅବହେଳା ଯୋଗୁ ଏପରି ଘଟିଲା ବୋଲି ମଞ୍ଜୁଙ୍କ ପରିବାର ଓ ଆମତ୍ୀୟ ଲୋକେ ପାଟିତୁଣ୍ଡ କରିଥିଲେ। ଝାଡା,ବାନ୍ତି ଓ ଜ୍ୱରରେ ଆକ୍ରାନ୍ତ ହୋଇ ଡାକ୍ତରଖାନାକୁ ଆସିଥିଲେ ମଞ୍ଜୁ।
ଚିକିତ୍ସାରେ ଅବହେଳା ଅଭିଯୋଗ ଆସିଲା ପରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ପୁଅ ପୂର୍ଣ୍ଣ ମହାରଣା କୁହନ୍ତି, ମା ଶନିବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ହେଲେ ନର୍ସ ଓ ଡାକ୍ତରଙ୍କ ସେବା ଦେବାରେ ଅବହେଳା କରିବାରୁ ରବିବାର ବଞ୍ଚିବା ଲୋକ ମରିଗଲେ।
ଯେଉଁମାନେ ଚିକିସତ୍ାରେ ଅବହେଳା କରିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ଭାଇ ଅକ୍ରୁର ମହାରଣାଙ୍କ ଅଭିଯୋଗ ଅନୁସାରେ ଭଉଣୀଙ୍କୁ ଚିକିତ୍ସାରେ ଅବହେଳା କରାଯିବାରୁ ରବିବାର ପ୍ରାଣ ହରାଇଲେ। ଏହାର ତଦନ୍ତ ହେବା ଦରକାର। ଟାଉନ ଥାନାର ତଦନ୍ତକାରୀ ଅଧିକାରୀ ଧର୍ମେନ୍ଦ୍ର ସିଆଳ କୁହନ୍ତି, ପରିବାର ପକ୍ଷରୁ ମୃତଦେହ ବ୍ୟବଚ୍ଛେଦ କରିବାକୁ ମନା କରାଯାଇଥିଲା। ଏହାପରେ ତାଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି । ସିଡିଏମ୍‌ଓ ମକରନ୍ଦ ବେଉରା କୁହନ୍ତି, ଚିକିତ୍ସାରେ ଅବହେଳା ଅଭିଯୋଗ ଆସିବା ପରେ ତଦନ୍ତ ଆରମ୍ଭ ହୋଇଛି। ରବିବାର ଦାୟିତ୍ୱରେ ଥିବା ସୁପରିଟେଣ୍ଡେଣ୍ଟ ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ସୋମବାର ଜିଲା ମୁଖ୍ୟ ଚିକିତ୍ସାଳୟର ସୁପରିଟେଣ୍ଡେଣ୍ଟ ତଦନ୍ତ କରି ରିପୋର୍ଟ ଦେବେ। ରିପୋର୍ଟ ହସ୍ତଗତ ପରେ ପରବର୍ତ୍ତୀ ରିପୋର୍ଟ ଦିଆଯିବ।
ସାମାଜିକ କର୍ମୀ ସନ୍ତୋଷ ପ୍ରଧାନ କୁହନ୍ତି, ଜିଲା ମୁଖ୍ୟ ଚିକିତ୍ସାଳୟରେ ବିଭିନ୍ନ ସମୟରେ ଏପରି ଘଟଣା ଯୋଗୁ ରୋଗୀ ପ୍ରାଣ ହରାଉଛନ୍ତି। ଏଣୁ ଅଭିଯୋଗକୁ ଅଣଦେଖା ନ କରି ସଠିକ୍‌ ଭାବେ ତଦନ୍ତ ହେବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?