ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ ହେବ କରାଯାଉଛି। ଏଠାରେ ସରକାରୀ ଗାଇଡ୍‌ ଲାଇନକୁ ଉଲ୍ଲଂଘନ କରି କାମ କରାଯାଉଥିବା ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ୧୯୮୪ ମସିହାରେ ଲୋଇସିଂହା ବ୍ଲକ ତଥା ଯୋଗୀସର୍ଡା ପ୍ରାଥମିକ କୃଷି ସମବାୟ ସମିତି ଅଧୀନ କେଉଁଟିପାଲି ଗ୍ରାମର ନୀଳମଣି ନାଏକ ସମିତିରୁ କୃଷି ଋଣ ନେଇଥିଲେ। ୧୯୮୮ରେ ବିଭାଗ ପକ୍ଷରୁ ଋଣ ଖିଲାପତ୍ ଅଭିଯୋଗରେ ତାଙ୍କ ଘରେ ଚଢାଉ କରାଯାଇ କେତେକ ସାମଗ୍ରୀ ଜବତ ହୋଇଥିଲା। ଏହି ସମୟରେ ନୀଳମଣିଙ୍କ ବାପା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ କର୍ପୁର୍ଚ୍ଚନ ନାଏକଙ୍କ ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ମଧ୍ୟ ଜବତ ହୋଇଥିଲା। ସେହି ଜବତ ସାମଗ୍ରୀକୁ ସମିିତିର ଗୋଦାମ ଘରେ ପକାଇ ରଖାଯାଇଥିଲା। ସମିତିରେ ବନ୍ଧକ ପଡିଛି ସ୍ବାଧୀନତା ସଂଗ୍ରମୀଙ୍କ ଦସ୍ତାବିଜ୍‌ ଶୀର୍ଷକ ଖବର ଧରିତ୍ରୀରେ ବିଭିନ୍ନ ସମୟରେ ପ୍ରକାଶ ପାଇଥିଲା। ଏହାପରେ ଦୀର୍ଘ ୩୪ ବର୍ଷ ପରେ ୭ ଅକ୍ଟୋବର ୨୦୨୨ରେ ବଲାଙ୍ଗୀର ସମବାୟ ବିଭାଗ ପକ୍ଷରୁ ଗୋଦାମ ଘରେ ଜବତ ହୋଇଥିବା ବାକ୍ସକୁ ଖୋଲାଯାଇଥିଲା। ସେତେବେଳେ ଅଧିକାଂଶ ଦସ୍ତାବିଜ ଉଇ ଖାଇଯାଇଥିବା ଦେଖିବାକୁ ମିଳିଥିଲା। ଏହାକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଥିଲା ା ପରବର୍ତ୍ତୀ ସମୟରେ ଏହାକୁ ସୁରକ୍ଷିତ ରଖିବା ପାଇଁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ସମୟରେ ସମିତିର ଅବହେଳିତ ଗୋଦାମ ଘରର ପୁନରୁଦ୍ଧାର କାର୍ଯ୍ୟ କରାଯାଉଛି। ତେବେ ସରକାରୀ ନିର୍ଦ୍ଦେଶାନାମା ଅନୁଯାୟୀ କାମ ହେଉ ନ ଥିବା ଅଭିଯୋଗ ହେଉଛି। ଗୋଦାମ ଘର ଛାଉଣିରେ ଅନ୍ୟ ରଙ୍ଗର ଆଜବେଷ୍ଟସ ବ୍ୟବହାର କରାଯାଇଥିବା ଅଭିଯୋଗ ହେଉଛି।

ସେହିପରି ସମିତିର ସମ୍ମୁଖ ଭାଗରେ ପାଚେରି ନିର୍ମାଣ ହେଉଛି। କିନ୍ତୁ ପାଚେରି ନିଅଁରେ ସିମେଣ୍ଟ ଇଟା ବଦଳରେ ପଥର ଯୋଡାଇ କରାଯାଇଛି। ଏହାଛଡା ନିଅଁର ପ୍ଲିନ୍ଥ ଯୋଗୀସର୍ଡା-ବାଦିବାହାଲ ଆରଡି ରାସ୍ତାରୁ ଉଚ୍ଚତା ନ ହୋଇ ତଳେ ରହିଛି। ସିମେଣ୍ଟ ଇଟା ବଦଳରେ ପୋଡା ଇଟା ବ୍ୟବହାର କରାଯାଉଛି। ଏହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କରେ ସମିତିର ସମ୍ପାଦକ ଘନଶ୍ୟାମ ପୁଟା କହିଛନ୍ତି, ଏଣିକି ବୁଝାବୁଝି କରି ଗାଇଡ୍‌ ଲାଇନ ଅନୁଯାୟୀ କାମ କରିବାକୁ କୁହାଯିବ ବୋଲି ସେ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri