ଜାଲ୍‌ ଦସ୍ତଖତ କରି ଏସ୍‌ଏଚ୍‌ଜିରୁ ୬ ଲକ୍ଷ ଟଙ୍କା ଆତ୍ମସାତ୍‌ ଅଭିଯୋଗ

କେସିଙ୍ଗା,୨୨ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଫଟକାଲ ମାଲ ପଞ୍ଚାୟତ ଅଧୀନସ୍ଥ ବୋରିଂପଦର ଗ୍ରାମସ୍ଥିତ ମା’ ବୃନ୍ଦାବତୀ ସ୍ବୟଂ ସହାୟକ ଗୋଷ୍ଠୀ ବୋରିଂପଦର ଗ୍ରାମର ପୂର୍ବତନ ସଭାପତି ରେବତୀ ମାଝୀ ଓ ପୂର୍ବତନ ସମ୍ପାଦିକା ତେଜସ୍ବିନୀ ମାଝୀଙ୍କ ମିଳିତ ଉଦ୍ୟମରେ ଗ୍ରୁପରେ ଜମା ଥିବା ଖାତାରୁ ୬ ଲକ୍ଷ ୮୨ହାଜର ଟଙ୍କା ଉକ୍ତ ଗ୍ରୁପର କୌଣସି ସଦସଙ୍କୁ ନ ଜଣାଇ ମିଥ୍ୟା ଦସ୍ତଖତ କରି ପାଷ୍ଟିକୁଡି ଉତ୍କଳ ଗ୍ରାମ୍ୟବ୍ୟାଙ୍କରୁ ଉଠାଇ ଆତ୍ମସାତ୍‌ କରିଛନ୍ତି। ଏହାକୁ ନେଇ ଗ୍ରୁପ୍‌ର ସଦସ୍ୟାମାନେ ଗତ ଜାନୁଆରୀ ୧୧ରେ ସଦର ଥାନାରେ ଲିଖିତ ଅଭିଯୋଗ କରିଥିଲେ। କିନ୍ତୁ ସଦର ଥାନା ଆଜିଯାଏ କେସ ରେଜିଷ୍ଟ୍ରେଶନ କରି ନ ଥିବାରୁ ଆତ୍ମସାତ କରିଥିବା ଦୁଇ ଜଣଙ୍କୁ ଗିରଫ ଦାବିରେ ଜିଲାପାଳ ଓ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ମହିଳା ଗ୍ରୁପର ସଦସ୍ୟାମାନେ ଅଭିଯୋଗ କରିଛନ୍ତି। ପ୍ରକାଶ ଥାଉ କି, ଆରକ୍ଷୀ ଅଧୀକ୍ଷକଙ୍କୁ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଅତିରିକ୍ତ ଜିଲାପାଳ ମଧ୍ୟ ଚିଠି କରିଥିଲେ ସୁଦ୍ଧା କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିବାରୁ ଉକ୍ତ ମହିଳା ଗ୍ରୁପର ବର୍ତ୍ତମାନ ସଭାପତି, ସମ୍ପାଦିକାଙ୍କ ସମେତ ସଦସ୍ୟାମାନେ ଜିଲାପାଳ ଓ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?