ନିଯୁକ୍ତିରେ ଜାଲିଆତି ଅଭିଯୋଗ

ବାଲେଶ୍ୱର ଅଫିସ,୩।୨: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ଅଧୀନରେ ଗତ ୨୦୧୩ ଜୁଲାଇ ୧୫ତାରିଖରେ ବିଭିନ୍ନ ପଦବୀ ସହ ୫୧ଟି ମଲ୍ଟି ପରପଜ ହେଲ୍‌ଥ ୱାର୍କର୍‌ ଏମ୍‌ପିଏଚ୍‌ଡବ୍ଲ୍ୟୁ(ଏଫ୍‌) ପଦବୀ ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା। ସେଥିମଧ୍ୟରୁ ଗୋଟିଏ ପଦବୀ ଦିବ୍ୟାଙ୍ଗଙ୍କ ପାଇଁ ସଂରକ୍ଷିତ ରହିଥିଲା। ଉକ୍ତ ପଦବୀ ନିଯୁକ୍ତିରେ ଚଞ୍ଚକତା ହୋଇଥିବା ଅଭିଯୋଗ ହୋଇଥିବା ବେଳେ ମାମଲା ହାଇକୋର୍ଟରେ ପହଞ୍ଚିଥିଲା। ଅଭିଯୋଗକୁ ଆଧାର କରି ହାଇକୋର୍ଟ ପୁନର୍ବିଚାର କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ବାଲେଶ୍ୱର ଜିଲା ସ୍ବାସ୍ଥ୍ୟବିଭାଗ ଟାଳଟୁଳ ନୀତି ଦେଖାଇ ଦିନ ପରେ ଦିନ ଗଡ଼ାଇ ଚାଲିଥିବା ଅଭିଯୋଗ ହୋଇଛି।
ଅଭିଯୋଗ ଅନୁଯାୟୀ, ଏମ୍‌ପିଏଚ୍‌ଡବ୍ଲ୍ୟୁ(ଏଫ୍‌)ର ସଂରକ୍ଷିତ ଭିନ୍ନକ୍ଷମ ପଦବୀ ପାଇଁ ମଧୁସ୍ମିତା ପଲାଇ ଓ ରଶ୍ମିତା ଦେ ଆବେଦନ କରିଥିଲେ। ବିଜ୍ଞାପନରେ (ମାଟ୍ରିକ୍‌+ଏଏନ୍‌ଏମ୍‌)ର ମାର୍କକୁ ଆଧାର କରି ମେରିଟ୍‌ ଆଧାରରେ ଦେବା ପାଇଁ ନିର୍ଦ୍ଦେଶ ରହିଥିଲା। ସୂଚନା ଅଧିକାର ଆଇନରେ ମିଳିଥିବା ତଥ୍ୟ ଅନୁସାରେ ମଧୁସ୍ମିତା ଦୁଇଟି ଦିବ୍ୟାଙ୍ଗ ସାର୍ଟିଫିକେଟ୍‌ ଦାଖଲ କରିଛନ୍ତି। ଗୋଟିଏରେ ୩୦% ଓ ଅନ୍ୟଟିରେ ୪୦% ଓ ମାଟ୍ରିକ୍‌+ଏଏନ୍‌ଏମ୍‌ ମାର୍କରେ ୬୦% ଥିବା ପ୍ରମାଣ ମିଳିଛି। ଅନ୍ୟପକ୍ଷରେ ରଶ୍ମି ତାଙ୍କର ଭିନ୍ନକ୍ଷମ ସାର୍ଟିଫିକେଟ୍‌ରେ ୫୦% ଥିବା ବେଳେ ମାଟ୍ରିକ୍‌+ଏଏନ୍‌ଏମ୍‌ ମାର୍କରେ ୬୧.୮୯% ରହିଛି। ଯୋଗ୍ୟ ପ୍ରାର୍ଥୀଙ୍କୁ ଅଣଦେଖା କରାଯାଇ ଚଞ୍ଚକତା ପୂର୍ବକ କମ୍‌ ମାର୍କ ଥିବା ମଧୁସ୍ମିତାଙ୍କୁ ଗତ ୨୦୧୩ ଡିସେମ୍ବର ୬ତାରିଖରେ ଉକ୍ତ ପଦବୀରେ ସୋର ବ୍ଲକ ଗୁଡ଼ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତି ଦିଆଯାଇଥିଲା। ଏହାର ପ୍ରତିବାଦରେ ସମସ୍ତ ତଥ୍ୟ ଓ ପ୍ରମାଣ ସହ ରଶ୍ମିତା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଗତ ୨୦୨୨ ଜୁଲାଇ ୨୭ ତାରିଖରେ ହାଇକୋର୍ଟ ରଶ୍ମିତାଙ୍କର ମେରିଟ୍‌ ଅଧିକ ଅଛି, ତେଣୁ ପୁଣିଥରେ ଉଭୟଙ୍କର ସାର୍ଟିଫିକେଟ୍‌ ଯାଞ୍ଚ କରି ନିଯୁକ୍ତି ଦିଅନ୍ତୁ ବୋଲି ନିର୍ଦ୍ଦେଶ ଦେଇଥିଲେ। ଏହାସତ୍ତ୍ୱେ ବି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଟାଳଟୁଳ ନୀତି ଦର୍ଶାଇ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଗଡ଼ାଇ ଚାଲିଥିବା ରଶ୍ମିତା ଅଭିଯୋଗ କରିଛନ୍ତି।
ଏନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଦୁଲାଲସେନ ଜଗଦ୍ଦେବ କହନ୍ତି, ଉକ୍ତ ମାମଲାରେ ବିଭାଗ ତରଫରୁ ଉତ୍ତର ରଖାଯିବା ପାଇଁ ହାଇକୋର୍ଟକୁ ପଠାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri