Posted inଜାତୀୟ

କେରଳ ବିଧାନସଭା ବାଚସ୍ପତିଙ୍କ ବିରୋଧରେ ହିନ୍ଦୁ ଦେବୀଦେବତାଙ୍କୁ ଅପମାନିତ କରିଥିବା ଅଭିଯୋଗ…

ଥିରୁଭାନନ୍ତପୁରମ୍‌,୨୫।୭ : ମଙ୍ଗଳବାର ଭାଜପା ଓ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚପି) କେରଳ ବିଧାନସଭା ବାଚସ୍ପତି ଏଏନ ଶାମସିରଙ୍କ ବିରୋଧରେ ହିନ୍ଦୁ ଦେବୀଦେବତାଙ୍କୁ ଅପମାନିତ କରିଥିବା ଅଭିଯୋଗ ଆଣିଛନ୍ତିି। ସେ ବିବାଦୀୟ ମନ୍ତବ୍ୟ ଦେଇଥିବାରୁ ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ।

ଗତ ସପ୍ତାହରେ ରାଜ୍ୟର ଏର୍ନାକୁଲମ ଜିଲାର ଏକ ସରକାରୀ ବିଦ୍ୟାଳୟରେ ଆୟୋଜିତ ହୋଇଥିବା ‘ବିଦ୍ୟା ଜ୍ୟୋତି’ କାର୍ଯ୍ୟକ୍ରମରେ ବାଚସ୍ପତି ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ ଭାଜପା ଓ ଭିଏଚପି ଅସନ୍ତୋଷ ପ୍ରକାଶ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ତାଙ୍କ ଅଭିଭାଷଣରେ ଶାମସିର ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟାରେ ସଫଳତା ପରିବର୍ତ୍ତେ ପିଲାମାନଙ୍କୁ ହିନ୍ଦୁ ପୁରାଣ ଶିଖାଇବାକୁ ଚେଷ୍ଟା କରାଯାଇଥିବା ଅଭିଯୋଗ କରିଥିଲେ। ଏଥି ସହିତ ବିଧାନସଭା ବାଚସ୍ପତି ଭଗବାନ ଗଣେଶ ଏବଂ ପୁଷ୍ପକ ବିମାନ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ।

ଦଳର କେରଳ ୟୁନିଟ ସୋସିଆଲ ମିଡିଆ ପୋଷ୍ଟରେ କହିଛି ଭାଜପାର ରାଜ୍ୟ କମିଟିର ଜଣେ ସଦସ୍ୟ ଥିରୁଭାନନ୍ତପୁରମ ପୋଲିସ କମିଶନରଙ୍କ ନିକଟରେ ଅଭିଯୋଗ କରି ବିଧାନସଭା ବାଚସ୍ପତିଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ଚାହୁଁଛନ୍ତି। ଏଥିସହ ବିରୋଧୀ କଂଗ୍ରେସ ଏହି ପ୍ରସଙ୍ଗରେ ନୀରବ ରହିଥିବା ଅଭିଯୋଗ କରିଛନ୍ତି ଏବଂ ଏହି ପ୍ରସଙ୍ଗରେ ନିଜର ଆଭିମୁଖ୍ୟ ଉପସ୍ଥାପନ କରିବାକୁ ଦାବି କରିଛନ୍ତି। ଭାଜପା ଏହାର ସୋସିଆଲ ମିଡିଆ ପୋଷ୍ଟରେ କହିଛି ଯଦି କଂଗ୍ରେସ ଚୁପ ରହେ ତେବେ ଏହା ଜଣାପଡିବ ଦେଶର ସର୍ବ ପୁରାତନ ଦଳ ବିଧାନସଭା ବାଚସ୍ପତିଙ୍କ ଭେଦଭାବପୂର୍ଣ୍ଣ ମତକୁ ସମର୍ଥନ କରୁଛି।

ଭାଜପାର ସୂଚନା ଏବଂ ପ୍ରଯୁକ୍ତିବିଦ୍ୟା ବିଭାଗର ଦାୟିତ୍ୱରେ ଥିବା ଅମିତ ମାଲବ୍ୟ ଅଭିଯୋଗ କରିଛନ୍ତି ବିଧାନସଭା ବାଚସ୍ପତି ହିନ୍ଦୁ ବିଶ୍ୱାସ ଏବଂ ଭାବନାକୁ ବଦନାମ କରିବା ପାଇଁ ତାଙ୍କ ପଦର ଅପବ୍ୟବହାର କରୁଛନ୍ତି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ଦଳକୁ ଏଭଳି ଦୃଷ୍ଟିକୋଣରୁ ଅଲଗା କରିବେ କିମ୍ବା ତାଙ୍କ ନିରବତା ଦ୍ୱାରା ସମର୍ଥନ କରିବେ କି ବୋଲି ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?