ସ୍କୁଲ ବ୍ୟାଗ୍‌ ବଣ୍ଟନରେ ଅନିୟମିତତା ଅଭିଯୋଗ

ନିଶ୍ଚିନ୍ତକୋଇଲି,୧।୯(ଅଶୋକ କୁମାର ମହାପାତ୍ର): ନିଶ୍ଚିନ୍ତକୋଇଲି ଶିକ୍ଷା ମଣ୍ଡଳ ଅଧୀନରେ ଥିବା ବିଭିନ୍ନ ବିଦ୍ୟାଳୟରେ ପିଲାମାନଙ୍କୁ ବ୍ୟାଗ ବଣ୍ଟନରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ବର୍ଷେ ହେବ ଅଧିକାଂଶ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଏହି ବ୍ୟାଗ ମିଳି ନ ଥିବା ଚର୍ଚ୍ଚା ହେଉଛି। ଏହାର ତଦନ୍ତ ଦାବି ହୋଇଛି।
କଟକ ଜିଲା ସମଗ୍ର ଶିକ୍ଷା ଯୋଜନାର ପ୍ରକଳ୍ପ ଅଧିକାରୀଙ୍କ ଚିଠି (ନଂ. ୩୮୪/୯-୨-୨୦୨୨) ଅନୁଯାୟୀ ଗଙ୍ଗାଧର ମେହେର ମାନକ ବୃଦ୍ଧି ଯୋଜନାରେ ସମସ୍ତ ବ୍ଲକ ଶିକ୍ଷାଧିକାରୀଙ୍କୁ ବ୍ୟାଗ ବଣ୍ଟନ ସମ୍ପର୍କରେ ଅବଗତ କରାଯାଇଥିଲା। ଏନେଇ ନିଶ୍ଚିନ୍ତକୋଇଲି ବ୍ଲକ ଅଧୀନରେ ଥିବା ୧୮୩ ବିଦ୍ୟାଳୟର ୩୬୭୮ ଜଣ ଛାତ୍ରୀଛାତ୍ରଙ୍କ ନିମନ୍ତେ ୪ଲକ୍ଷ ୭୬ ହଜାର ୬୬୮ଟଙ୍କା ୮୦ ପଇସା ପଠାଯାଇଥିଲା। ଏହି ଟଙ୍କାରେ ବ୍ଲକ ଅଞ୍ଚଳର ପ୍ରତି ବିଦ୍ୟାଳୟର ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ ବ୍ୟାଗ ବଣ୍ଟନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ନିଶ୍ଚିନ୍ତକୋଇଲି ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ତଥା ବିଆର୍‌ସିସିଙ୍କ ନାମରେ ମାହାଙ୍ଗା ବ୍ଲକ ଗୌଡ଼ଗୋପରେ ଥିତ୍ବା ଏକ ଘରୋଇ ବ୍ୟାଙ୍କ ଜମା ଖାତାରେ ଏହି ଟଙ୍କା ଜମା କରାଯାଇଥିଲା। ଏଥିସହ ପ୍ରତି ବିଦ୍ୟାଳୟ ନାମରେ ଥିବା ଜମାଖାତାକୁ ପଠାଯିବା ପାଇଁ ବ୍ୟବସ୍ଥା କରାଯାଇଥିଲା। ବିଦ୍ୟାଳୟ ପରିଚାଳନା କମିଟି ତରଫରୁ ଉକ୍ତ ଟଙ୍କା ଉଠାଯାଇ ଛାତ୍ରୀଛାତ୍ରଙ୍କ ନିମନ୍ତେ ୧୩୦ ଟଙ୍କା ମୂଲ୍ୟରେ ବ୍ୟାଗ କିଣିବାକୁ ନିର୍ଦ୍ଦେଶନାମାରେ ଉଲ୍ଲେଖ ଥିଲା। ଇତିମଧ୍ୟରେ ବର୍ଷକରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ବ୍ଲକର ବହୁ ଛାତ୍ରୀଛାତ୍ରଙ୍କୁ ବ୍ୟାଗ ମିଳିନାହଁି ବୋଲି ଅଭିଭାବକମାନେ କହିଛନ୍ତି। ବ୍ଲକର ନାମକୁ ମାତ୍ର କେତୋଟି ହାତଗଣତି ବିଦ୍ୟାଳୟରେ ଏହି ବ୍ୟାଗ ବଣ୍ଟନ କରାଯାଇଥିବା ଶୁଣିବାକୁ ମିଳୁଛି। ଅପରପକ୍ଷେ ୧୩୦ ଟଙ୍କା ପରିବର୍ତ୍ତେ ମାତ୍ର ୪୦ରୁ ୫୦ ଟଙ୍କା ମୂଲ୍ୟର ବ୍ୟାଗ କିଣାଯାଇ ଅବଶିଷ୍ଟ ଟଙ୍କା ହଡ଼ପ କରାଯାଇଛି ବୋଲିି କେତେଜଣ ଅଭିଭାବକ କହିଛନ୍ତି। ବିଦ୍ୟାଳୟ ପରିଚାଳନା କମିଟି ସଭାପତି, ପ୍ରଧାନ ଶିକ୍ଷକ ଓ ସିଆର୍‌ସିସିମାନଙ୍କ ଏଥିରେ ସମ୍ପୃକ୍ତି ଥିବା କୁହାଯାଉଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବା ପାଇଁ ସାମାଜିକ କର୍ମୀ ଅମିୟ କୁମାର ବିଶ୍ୱାଳ, ପୂର୍ବତନ ବ୍ଳକ କଂଗ୍ରେସ ସଭାପତି ଦିଲୀପ କୁମାର ରାଉତ ପ୍ରମୁଖ ଦାବି କରିଛନ୍ତି। ଏ ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ଲକ୍ଷେହୀରା ଲାବଣ୍ୟବତୀ ବେହେରା କୁହନ୍ତି, ପ୍ରତି ବିଦ୍ୟାଳୟ ଆକାଉଣ୍ଟକୁ ଅର୍ଥ ପଠାଯାଇଛି। କିଛି ବିଦ୍ୟାଳୟରେ ବ୍ୟାଗ ମଧ୍ୟ ବଣ୍ଟନ କରାଯାଇଛି। ତେବେ ବ୍ୟାଗ ବଣ୍ଟନ ହୋଇ ନ ଥିବା ନେଇ କୌଣସି ଅଭିଯୋଗ ଆମର ହସ୍ତଗତ ହୋଇନାହିଁ। ଅଭିଯୋଗ ମିଳିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri