ଗଳାବାଟ ଦେଇ ଭକ୍ତଙ୍କୁ ଛାଡ଼ିବା ନେଇ ଅଭିଯୋଗ: କମଚାରୀଙ୍କୁ ନିଲମ୍ବନ ନିର୍ଦ୍ଦେଶ

ପୁରୀ,୭ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ଚାରିଦ୍ୱାର ଓ କିଛି ଗଳାବାଟରେ ନିୟୋଜିତ ଥିବା ସୁରକ୍ଷାକର୍ମୀ ଭକ୍ତଙ୍କ ଠାରୁ ଟଙ୍କା ନେଇ ଛାଡୁଥିବା ନେଇ ଅଭିଯୋଗ ହୋଇଆସୁଛି। ବିଭିନ୍ନ ଗଣମାଧ୍ୟମରେ ଏନେଇ ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କିଛିଦିନ ପରେ ପୁଣି ଯେଉଁ କଥାକୁ ସେଇ କଥା ଦେଖିବାକୁ ମିଳୁଛି। ଗଳାବାଟରେ ହାତଗୁଞ୍ଜା ନେଇ ଦାୟିତ୍ୱରେ ଥିବା ସୁରକ୍ଷାକର୍ମୀ ଭକ୍ତଙ୍କୁ ଛାଡୁଛନ୍ତି । ଯାହାର ଏକ ଜ୍ବଳନ୍ତ ଉଦାହରଣ ବୁଧବାର ଦେଖିବାକୁ ମିଳିଛି। ହାତଗୁଞ୍ଜା ରଖି ଗଳାବାଟରେ ନୂତନ ଭାବେ ନିଯୁକ୍ତି ପାଇଥିବା ଜେଟିପି ସ୍କ୍ବାଡ୍‌ ଭକ୍ତଙ୍କୁ ଛାଡୁଥିବା ଦେଖାଯାଇଛି। ବାବୁ ଠାଣିରେ ଚୌକିରେ ରଖି ଟଙ୍କା ଆଦାୟ କରୁଥିବା ଦେଖିବାକୁ ମିଳିଛି।

ସୂଚନାଯୋଗ୍ୟ, ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖ ସେବାୟତଙ୍କ ପାଇଁ ଉର୍ଦ୍ଦିଷ୍ଟ ରାସ୍ତାରେ ସୁରକ୍ଷା କର୍ମୀ ଟଙ୍କା କାରବାର କରୁଛନ୍ତି। ଏପରି କାର୍ଯ୍ୟ ଶ୍ରୀମନ୍ଦିରର ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗତ ୩ମାସ ତଳେ ଆଉଟ୍‌ ସୋର୍ସିଂ ଏଜେନ୍ସି ମାଧ୍ୟମରେ ଏହି କର୍ମଚାରୀମାନେ ଚୟନ ହୋଇଛନ୍ତି। ନିଯୁକ୍ତିକୁ ୩ ମାସ ନ ପୂରୁଣୁ କର୍ମଚାରୀଙ୍କ ଏପରି ଭକ୍ତଙ୍କ ଠାରୁ ଟଙ୍କା ଆଦାୟ କରି ଗଳା ବାଟରେ ପ୍ରବେଶ କରାଇବାକୁ ସାଧାରଣରେ କ୍ଷୋଭ ପ୍ରକାଶ ପାଇଛି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଅବଗତ କରାଇବା ପରେ ଭକ୍ତଙ୍କ ଠାରୁ ହାତଗୁଞ୍ଜା ନେଇ ଛାଡୁଥିବା ସଂପୃକ୍ତ ଜେଟିପି ସ୍କ୍ବାଡ୍‌ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri