ଛାତ୍ରଙ୍କୁ ମାନସିକ ନିର୍ଯାତନା ଅଭିଯୋଗ

ବ୍ରହ୍ମପୁର ଅଫିସ,୮ା୨: ବ୍ରହ୍ମପୁର ସରକାରୀ ପଲିଟେକନିକରେ ପଢୁଥିବା ଜଣେ ଛାତ୍ରଙ୍କୁ ଅନୁଷ୍ଠାନର ଶିକ୍ଷକମାନେ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ଏପରିକି ତାଙ୍କୁ ଆତ୍ମହତ୍ୟା କରିବାକୁ ବାଧ୍ୟ କରାଯାଉଥିବା ନେଇ ଛାତ୍ରଙ୍କ ପରିବାର ଲୋକେ ବୈଦ୍ୟନାଥପୁର ଥାନାରେ ମଙ୍ଗଳବାର ଅଭିଯୋଗ କରିଛନ୍ତି।
ଆଶିଷ ମହାରଣା ପଲିଟେନିକର ମେକାନିକାଲ ଇଞ୍ଜିନିରିଂରେ ପଢୁଛନ୍ତି। ସେ ୨୦୧୯ରେ ଏଠାରେ ନାମ ଲେଖାଇବା ପରଠାରୁ ଏଠାକାର ଶିକ୍ଷକମାନେ ତାଙ୍କୁ ବିଭିନ୍ନ ପ୍ରକାର ମାନସିକ ନିର୍ଯାତନା ଦେଇଆସୁଛନ୍ତି ବୋଲି ଆଶିଷଙ୍କ ମାଆ ଆରତୀ ମହାରଣା ଅଭିଯୋଗ କରିଛନ୍ତି। ତାଙ୍କ ସାର୍ଟିଫିକେଟ ନେଇ ଚାଲିଯିବାକୁ ଶିକ୍ଷକମାନେ ବାଧ୍ୟ କରୁଥିବା ସେ ଏତଲାରେ ଦର୍ଶାଇଛନ୍ତି। ନିର୍ଯାତନା ଅସହ୍ୟ ହେବାରୁ ଆଶିଷ ଗତ ୩ ତାରିଖରେ ଘରୁ କେଉଁଆଡେ ନିଖୋଜ ହୋଇଯାଇଥିଲେ। ବହୁ ଖୋଜାଖୋଜି ପରେ ତାଙ୍କୁ ନ ପାଇ ପରିବାର ଲୋକେ ଗୋପାଳପୁର ଥାନାରେ ଏତଲା ଦେଇଥିଲେ। ହେଲେ ଏହାର ଦୁଇ ଦିନ ପରେ ତାଙ୍କୁ ରେଳ ଧାରଣା ନିକଟରୁ ଉଦ୍ଧାର କରାଯାଇଥିଲା। ପଲିଟେକନିକର ଶିକ୍ଷକଙ୍କ ନିର୍ଯାତନା ସମ୍ପର୍କରେ ପରିବାର ପକ୍ଷରୁ ବୈଷୟିକ ଶିକ୍ଷା ନିର୍ଦ୍ଦେଶାଳୟରେ ଅଭିଯୋଗ କରାଯାଇଥିବା ବେଳେ ବ୍ରହ୍ମପୁର ଏସ୍‌ପିଙ୍କ ନିକଟରେ ମଧ୍ୟ ଅଭିଯୋଗ ହୋଇଛି। ପରେ ବୈଦ୍ୟନାଥପୁର ଥାନାରେ ନଂ ୭୧/୨୩ରେ ଏକ ମାମଲା ରୁଜୁ କରାଯାଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଏନେଇ ପଲିଟେକନିକ୍‌ ଅଧ୍ୟକ୍ଷ ନିଶାକର ମଲ୍ଲିକ କହିଛନ୍ତି, ଏଭଳି ଅଭିଯୋଗ ଭିତ୍ତିହୀନ। ସମ୍ପୃକ୍ତ ଛାତ୍ରଙ୍କର ଗତ ଜୁଲାଇରେ ପାଠପଢ଼ା ସରିଥିଲା। ହେଲେ ତାଙ୍କର ତୃତୀୟ ଓ ପଞ୍ଚମ ସେମିଷ୍ଟରରେ କେତେକ ପେପର ବ୍ୟାକ୍‌ ଥିଲା। ଜାନୁୟାରୀ ୩୦, ୩୧ ଓ ଫେବୃୟାରୀ ୧ ତିନିଦିନ ସେ କଲେଜକୁ ଆସି ପ୍ରାକ୍ଟିକାଲ ପରୀକ୍ଷା ଦେଇଥିବା ବେଳେ ଗତ ୪ ତାରିଖ ଠାରୁ ଆରମ୍ଭ ହୋଇଥିବା ଥିଓରି ପରୀକ୍ଷା ଦେଇନାହାନ୍ତି। ପଲିଟେକ୍‌ନିକ୍‌ କଲେଜକୁ ସମ୍ପୃକ୍ତ ଛାତ୍ର ଗତ ୬ ମାସ ଧରି ଆସିନଥିବା ବେଳେ ତାଙ୍କୁ କିପରି ଶିକ୍ଷକମାନେ ନିର୍ଯାତନା ଦେଲେ ବୋଲି ଯେଉଁ ଅଭିଯୋଗ କରୁଛନ୍ତି ତାହା ଭିତ୍ତହୀନ ବୋଲି ସେ କହିିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?