ନାବାଳିକା ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଗ୍ରାମରେ ଉତ୍ତେଜନା

ହିଞ୍ଜିଳିକାଟୁ,୧୧ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଦାରୁଭଦ୍ରା ପ୍ରାଥମିକ ବିଦ୍ୟାଳୟରେ ଜଣେ ନାବାଳିକା ଛାତ୍ରୀଙ୍କୁ ଗୁରୁବାର ପୂର୍ବାହ୍ନରେ ଉକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଗ୍ରାମରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି ପାଇଛି। ବହୁ ଅଭିଭାବକ ଓ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରି ବିଦ୍ୟାଳୟ ଘେରାଉ କରିଛନ୍ତି।

ପ୍ରକାଶ ଯେ, ନାବାଳିକା ଛାତ୍ରୀମାନଙ୍କୁ ଉକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ସମେତ ଅନ୍ୟ ଜଣେ ସହକାରୀ ଶିକ୍ଷକ ପୂର୍ବରୁ ବିଭିନ୍ନ ସମୟରେ ନିର୍ଯାତନା ଓ ଅସଦାଚରଣ କରୁଥିବା ଅଭିଯୋଗ ହୋଇ ଆସୁଥିଲା। ଗୁରୁବାର ପୂର୍ବାହ୍ନରେ ଜଣେ ନାବାଳିକା ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ ପ୍ରଦର୍ଶନ କରୁଥିବା ବେଳେ ଗ୍ରାମର ଜଣେ ବ୍ୟକ୍ତି ଦେଖି ଗ୍ରାମବାସୀଙ୍କୁ ଜଣାଇଥିଲେ। ଫଳରେ ଉତ୍ତ୍ୟକ୍ତ ଗ୍ରାମବାସୀ ଓ ଅଭିଭାବକ ବିଦ୍ୟାଳୟରେ ପହଞ୍ଚି ପାଟିତୁଣ୍ଡ କରିବା ସହ ଆନ୍ଦୋଳନ କରିଥିଲେ। ଖବର ପାଇ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସୁଶୀଳ କୁମାର ପାତ୍ର, ଦୁର୍ବନ୍ଧ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଜୋତ୍ସ୍ନାରାଣୀ ପାତ୍ର ବିଦ୍ୟାଳୟରେ ପହଞ୍ଚି ଉତ୍ତ୍ୟେକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ପରେ ଜିଲା ପରିଷଦ ସଭ୍ୟ ଏ. ସୁଦର୍ଶନ, ସରପଞ୍ଚ ବିକାଶ ସେଠୀ ଓ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ପହଞ୍ଚି ସ୍କୁଲରେ ଏକ ଆଲୋଚନା ବୈଠକ ହୋଇଥିଲା। ଗ୍ରାମବାସୀ ଓ ଅଭିଭାବକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ବିଦ୍ୟାଳୟରୁ ବହିଷ୍କାର ଦାବିରେ ଅଡ଼ି ବସିଥିଲେ। ଏନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବା ପାଇଁ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇବା ପାଇଁ ପ୍ରତିଶ୍ରୁତି ପରେ ଆନ୍ଦୋଳନ ହଟିଥିଲା। ଘଟଣା ନେଇ ଗୋଷ୍ଠୀ ଶିକ୍ଷାଧିକାରୀ ଏସ୍‌. ଗିରିଧରଙ୍କୁ ପଚାରିବାରୁ ସେ ଘଟଣାର ତଦନ୍ତ କରାଯାଇ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। ଅନ୍ୟପକ୍ଷରେ ପ୍ରଧାନ କିମ୍ବା ସ୍କୁଲ କମିଟି ପକ୍ଷରୁ ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ପ୍ରଦାନ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri