ଗାଈ ସହ ଅପ୍ରାକୃତ ଯୌନକ୍ରିୟା ଅଭିଯୋଗ: ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଯୁବକଙ୍କୁ ମାଡ଼

ବାଲେଶ୍ୱର,୨୪।୯(ବାଞ୍ଛାନିଧି ଦେ): ବାଲେଶ୍ୱର ସଦର ଥାନା ଅଞ୍ଚଳରେ ମଙ୍ଗଳବାର ଅମାନବୀୟ ଘଟଣା ଘଟିଛି। ନିଜର ହିତାହିତ ଜ୍ଞାନ ଭୁଲି ଜଣେ ଯୁବକ ଏକ ଗାଈ ସହ ଅପ୍ରାକୃତିକ ଯୌନକ୍ରିୟା କରିବା ଘଟଣାକୁ ନେଇ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକେ ଉକ୍ତ ଯୁବକଙ୍କୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ ସମ୍ପୃକ୍ତ ଯୁବକଙ୍କୁ ଥାନାକୁ ନେଇ ପଚରାଉଚରା ଜାରି ରଖିଛି।
ପ୍ରକାଶ ଯେ, ସଦର ଥାନା ଅଧୀନ ମେଘଡମ୍ବରୁ ଅଞ୍ଚଳରେ ଏକ ନିର୍ମାଣାଧୀନ ଏକ ଆପାର୍ଟମେଣ୍ଟରେ ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳର ୪୦ରୁ ୫୦ ଜଣ ରାଜମିସ୍ତ୍ରି ଓ ଶ୍ରମିକ କାର୍ଯ୍ୟ କରୁଛନ୍ତି। ଶ୍ରମିକମାନେ ସେଠାରେ ରହିଆସୁଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଯୁବକ ଏକ ଗାଈ ସହ ଅପ୍ରାକୃତିକ ଯୌନ କ୍ରିୟା କରୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଲୋକେ ରୁଣ୍ଡ ହୋଇ ଯୁବକ ଜଣକୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିଥିଲେ। ପୋଲିସ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲା। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri