ପୌରାଧ୍ୟକ୍ଷଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ସୁନାବେଡ଼ା/ସେମିଳିଗୁଡା, ୧୫।୧(ସ୍ବ.ପ୍ର.): ସୁନାବେଡା ପୌରାଧ୍ୟକ୍ଷ ଡ. ରାଜେନ୍ଦ୍ର କୁମାର ପାତ୍ରଙ୍କ ବିରୋଧରେ ଶନିବାର ଜଣେ ମହିଳା ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସୁନାବେଡ଼ା ଥାନା ଅଧୀନ ସେମିଳିଗୁଡା ସରସ୍ବତୀ ନଗର ଅଞ୍ଚଳରେ ରହୁଥିବା ଏହି ମହିଳା ଜଣକ ପ୍ରଥମେ ସୁନାବେଡ଼ା ଥାନା ଓ ପରେ କୋରାପୁଟ ଏସ୍‌ପିଙ୍କ ଦ୍ବାରସ୍ଥ ହୋଇଛନ୍ତି।
ମିଳିଥିବା ଖବରରୁ ଜଣାପଡିଛି, ମହିଳା ଜଣକ ତାଙ୍କ ପରିବାର ସହ ଦୀର୍ଘ ଦିନ ହେବ ସରସ୍ବତୀ ନଗର ଅଞ୍ଚଳରେ ରହି ଆସୁଛନ୍ତି। ତାଙ୍କ ସ୍ବାମୀ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ କାର୍ଯ୍ୟ କରନ୍ତି। କିଛି ଦିନ ହେବ ପୌରାଧ୍ୟକ୍ଷ ଡ. ପାତ୍ର ଓ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସମ୍ପାଦକ ଥିବା ତାଙ୍କ ବାପା ପ୍ରକାଶ ପାତ୍ର ତାଙ୍କୁ ଯୌନ ନିର୍ଯାତନା ଦେଉଛନ୍ତି। ସ୍ଥାନୀୟ ଅଞ୍ଚଳର କେତେ ଜଣ ଲୋକଙ୍କୁ ଲଗାଇ ତାଙ୍କ ଉପରେ ଅତ୍ୟାଚାର କରୁଛନ୍ତି। ରାତି ଅଧରେ ଘରେ ପଶି ଗାଳିଗୁଲଜ କରିବା ସହ ମାରଧର କରୁଥିବା ମହିଳା ଜଣକ ଲିଖିତ ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ଏନେଇ ସେ କିଛି ଦିନ ତଳେ ସୁନାବେଡ଼ା ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ଥାନା ଅଧିକାରୀ କୌଣସି ପଦକ୍ଷେପ ଗ୍ରହଣ କରି ନ ଥିଲେ। ଏ ସମ୍ପର୍କରେ ସେ ବ୍ରହ୍ମପୁରର ସାମାଜିକ କର୍ମୀ ପ୍ରମିଳା ତ୍ରିପାଠୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଶୁକ୍ରବାର ପ୍ରମିଳା ସେମିଳିଗୁଡାରେ ପହଞ୍ଚତ୍ଥିଲେ। ସେ ସେମିଳିଗୁଡାରେ ଏକ ହୋଟେଲରେ ଥିବା ଖବର ପାଇ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର କିଛି ଗୁରୁମାଗୁରୁଜୀଙ୍କ ସହ କେତେକ ଯୁବକ ହୋଟେଲରେ ପହଞ୍ଚତ୍ ପ୍ରମିଳାଙ୍କୁ ବିରୋଧ କରିଥିଲେ। ତେବେ ଏହା ସତ୍ତ୍ୱେ ପ୍ରମିଳା ତାଙ୍କୁ ଧରି ସୁନାବେଡା ଥାନା ଅଧିକାରୀଙ୍କୁ ସାକ୍ଷାତ କରିଥିଲେ। କୋରାପୁଟ ଏସ୍‌ପିଙ୍କ ନିକଟକୁ ଉଭୟେ ଯାଇଥିଲେ ବୋଲି ମହିଳା ଜଣକ କହିଛନ୍ତି। ଏନେଇ ପୌରାଧ୍ୟକ୍ଷ ଡ.ପାତ୍ରଙ୍କୁ ପଚାରିବାରୁ ସେ କହିଥିଲେ ଯେ, ମୋ ନାମରେ ହୋଇଥିବା ଅଭିଯୋଗ ଭିତ୍ତିହୀନ। ମୁଁ ନାରୀମାନଙ୍କୁ ଯଥେଷ୍ଟ ସମ୍ମାନ ଦିଏ। ଏପରି ମିଥ୍ୟା ଅଭିଯୋଗ ପଛରେ କି ଉଦ୍ଦେଶ୍ୟ ରହିଛି ତାହା ସମୟ ଆସିଲେ ସବୁ ସ୍ପଷ୍ଟ ହୋଇଯିବ। ସମ୍ପୃକ୍ତା ମହିଳାଙ୍କ ସମ୍ପର୍କରେ ସେ ଅବଗତ ଅଛନ୍ତି। ତାଙ୍କୁ କେହି ଦୁର୍ବ୍ୟବହାର କରିନାହାନ୍ତି ବୋଲି ଡ.ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri