ପୌରାଧ୍ୟକ୍ଷଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ସୁନାବେଡ଼ା/ସେମିଳିଗୁଡା, ୧୫।୧(ସ୍ବ.ପ୍ର.): ସୁନାବେଡା ପୌରାଧ୍ୟକ୍ଷ ଡ. ରାଜେନ୍ଦ୍ର କୁମାର ପାତ୍ରଙ୍କ ବିରୋଧରେ ଶନିବାର ଜଣେ ମହିଳା ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସୁନାବେଡ଼ା ଥାନା ଅଧୀନ ସେମିଳିଗୁଡା ସରସ୍ବତୀ ନଗର ଅଞ୍ଚଳରେ ରହୁଥିବା ଏହି ମହିଳା ଜଣକ ପ୍ରଥମେ ସୁନାବେଡ଼ା ଥାନା ଓ ପରେ କୋରାପୁଟ ଏସ୍‌ପିଙ୍କ ଦ୍ବାରସ୍ଥ ହୋଇଛନ୍ତି।
ମିଳିଥିବା ଖବରରୁ ଜଣାପଡିଛି, ମହିଳା ଜଣକ ତାଙ୍କ ପରିବାର ସହ ଦୀର୍ଘ ଦିନ ହେବ ସରସ୍ବତୀ ନଗର ଅଞ୍ଚଳରେ ରହି ଆସୁଛନ୍ତି। ତାଙ୍କ ସ୍ବାମୀ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ କାର୍ଯ୍ୟ କରନ୍ତି। କିଛି ଦିନ ହେବ ପୌରାଧ୍ୟକ୍ଷ ଡ. ପାତ୍ର ଓ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସମ୍ପାଦକ ଥିବା ତାଙ୍କ ବାପା ପ୍ରକାଶ ପାତ୍ର ତାଙ୍କୁ ଯୌନ ନିର୍ଯାତନା ଦେଉଛନ୍ତି। ସ୍ଥାନୀୟ ଅଞ୍ଚଳର କେତେ ଜଣ ଲୋକଙ୍କୁ ଲଗାଇ ତାଙ୍କ ଉପରେ ଅତ୍ୟାଚାର କରୁଛନ୍ତି। ରାତି ଅଧରେ ଘରେ ପଶି ଗାଳିଗୁଲଜ କରିବା ସହ ମାରଧର କରୁଥିବା ମହିଳା ଜଣକ ଲିଖିତ ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ଏନେଇ ସେ କିଛି ଦିନ ତଳେ ସୁନାବେଡ଼ା ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ଥାନା ଅଧିକାରୀ କୌଣସି ପଦକ୍ଷେପ ଗ୍ରହଣ କରି ନ ଥିଲେ। ଏ ସମ୍ପର୍କରେ ସେ ବ୍ରହ୍ମପୁରର ସାମାଜିକ କର୍ମୀ ପ୍ରମିଳା ତ୍ରିପାଠୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଶୁକ୍ରବାର ପ୍ରମିଳା ସେମିଳିଗୁଡାରେ ପହଞ୍ଚତ୍ଥିଲେ। ସେ ସେମିଳିଗୁଡାରେ ଏକ ହୋଟେଲରେ ଥିବା ଖବର ପାଇ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର କିଛି ଗୁରୁମାଗୁରୁଜୀଙ୍କ ସହ କେତେକ ଯୁବକ ହୋଟେଲରେ ପହଞ୍ଚତ୍ ପ୍ରମିଳାଙ୍କୁ ବିରୋଧ କରିଥିଲେ। ତେବେ ଏହା ସତ୍ତ୍ୱେ ପ୍ରମିଳା ତାଙ୍କୁ ଧରି ସୁନାବେଡା ଥାନା ଅଧିକାରୀଙ୍କୁ ସାକ୍ଷାତ କରିଥିଲେ। କୋରାପୁଟ ଏସ୍‌ପିଙ୍କ ନିକଟକୁ ଉଭୟେ ଯାଇଥିଲେ ବୋଲି ମହିଳା ଜଣକ କହିଛନ୍ତି। ଏନେଇ ପୌରାଧ୍ୟକ୍ଷ ଡ.ପାତ୍ରଙ୍କୁ ପଚାରିବାରୁ ସେ କହିଥିଲେ ଯେ, ମୋ ନାମରେ ହୋଇଥିବା ଅଭିଯୋଗ ଭିତ୍ତିହୀନ। ମୁଁ ନାରୀମାନଙ୍କୁ ଯଥେଷ୍ଟ ସମ୍ମାନ ଦିଏ। ଏପରି ମିଥ୍ୟା ଅଭିଯୋଗ ପଛରେ କି ଉଦ୍ଦେଶ୍ୟ ରହିଛି ତାହା ସମୟ ଆସିଲେ ସବୁ ସ୍ପଷ୍ଟ ହୋଇଯିବ। ସମ୍ପୃକ୍ତା ମହିଳାଙ୍କ ସମ୍ପର୍କରେ ସେ ଅବଗତ ଅଛନ୍ତି। ତାଙ୍କୁ କେହି ଦୁର୍ବ୍ୟବହାର କରିନାହାନ୍ତି ବୋଲି ଡ.ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?