ଚିକିତ୍ସା ଅବହେଳାରୁ ଛାତ୍ରୀ ମୃତ୍ୟୁ ଅଭିଯୋଗ: ଥାନାରେ ଏତଲା

ଦାରିଙ୍ଗବାଡି,୧୨।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାମୁଣୀଗାଁ ଥାନା ଝିଞ୍ଜିରୀଗୁଡ଼ା ପଞ୍ଚାୟତ ଉଲିପଦର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜଣେ ଦଶମ ଛାତ୍ରୀଙ୍କ ଚିକିତ୍ସାରେ ଅବହେଳା ଯୋଗୁ ମୃତ୍ୟୁ ଘଟିଥିବା ବାମୁଣୀଗାଁ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ପୋଲିସ ମୃତଦେହ ଜବତ କରି ଗୁରୁବାର ବ୍ୟବଚ୍ଛେଦ କରାଯାଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ.୧/୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

ସୂଚନା ମୁତାବକ, ଛାତ୍ରୀ ଜଣକ ସୋମବାର ଅସୁସ୍ଥ ହୋଇପଡ଼ିଥିଲେ। ହେଲେ ମଙ୍ଗଳବାର ବିଦ୍ୟାଳୟ କର୍ତ୍ତୃପକ୍ଷ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଚିକିତ୍ସା କରାଇଥିଲେ। ପୁଣି ବୁଧବାର ସକାଳେ ଛାତ୍ରୀ ଜଣକ ଅସୁସ୍ଥ ହେବାରୁ ତାଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ପୋଲିସ କହିଛି। ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳା ପାଇଁ ଝିଅର ମୃତ୍ୟୁ ହୋଇଥିବା ମୃତଛାତ୍ରୀଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ଏପରିକି ଘଟଣାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ପରିବାର ଲୋକଙ୍କୁ କ୍ଷତିପୂରଣ ଦେବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।

ଘଟଣାର ତଦନ୍ତ କରିବା ପାଇଁ ଜିଲା ମଙ୍ଗଳ ଅଧିକାରୀ ସୀମାଞ୍ଚଳ ବେହେରା, ବାଲିଗୁଡା ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ ଜଗତଜୀବନ ବଗର୍ତ୍ତୀ, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବୁରୁ ମାଝୀ ପଡ୍ରା ପ୍ରମୁଖ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଏପରକି ପରିବାର ଲୋକଙ୍କୁ ଭେଟି ଜିଲା ରେଡ଼କ୍ରସ ପାଣ୍ଠିରୁ ୨୦ ହଜାର ଟଙ୍କା ସହାୟତା ରାଶି ଦିଆଯାଇଥିବା ବେଳେ ପଞ୍ଚାୟତ ପକ୍ଷରୁ ହରିଶ୍ଚନ୍ଦ୍ର ଯୋଜନାରେ ୨ ହଜାର ଟଙ୍କା ଯୋଗାଇ ଦିଆଯାଇଛି। ଏନେଇ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ତଦନ୍ତ ରିପୋର୍ଟ କନ୍ଧମାଳ ଜିଲାପାଳଙ୍କୁ ଦିଆଯିବ ବୋଲି ଅଧିକାରୀମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?