ନିମ୍ନମାନର ଛତୁଆ ବଣ୍ଟନ ଅଭିଯୋଗ

ବାରଙ୍ଗ,୨୦।୧(ଡି.ଏନ୍‌.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ନରାଜ ପଞ୍ଚାୟତର ନରାଜ ଅଙ୍ଗନଓ୍ବାଡି କେନ୍ଦ୍ରରେ ଗର୍ଭବତୀ ଓ ପ୍ରସ୍ତୁତି ମା’ମାନଙ୍କୁ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ନେଇ ନରାଜ ଗ୍ରାମର ତୁଷାରକାନ୍ତ ବେହେରା ସିଡିପିଓ ଓ ବିଡିଓଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ମୁତାବକ, ନରାଜ ଅଙ୍ଗନଓ୍ବାଡି କେନ୍ଦ୍ରରେ ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ ଅବଧି ସରିଯାଇଥିବା ଛତୁଆ ବଣ୍ଟନ କରାଯାଉଛି। ଗର୍ଭବତୀ ଓ ପ୍ରସ୍ତୁତି ମା ଏବଂ ଶିଶୁଙ୍କ ପାଇଁ ଉଦ୍ଦିଷ୍ଟ ପୁଷ୍ଟିକର ଖାଦ୍ୟ ଛତୁଆ, ଅଣ୍ଡା ଓ ବାଦାମ ଲଡୁ ଇତ୍ୟାଦି ପ୍ରଦାନର ନିର୍ଦ୍ଦେଶ ରହିଥିବାବେଳେ ବାସ୍ତବରେ ତାହା କେତେ ଭଲ ପୃଷ୍ଟିକର ଖାଦ୍ୟ ତାହା ଦେଖିଲେ ଜାଣିପାରିବ। ଗତ ୧୫ତାରିଖରେ ନରାଜ ଗ୍ରାମର ତୁଷାରକାନ୍ତଙ୍କ ଘରକୁ ଅଙ୍ଗନଓ୍ବାଡି କେନ୍ଦ୍ରର ଜଣେ ମହିଳା ଛତୁଆ ନେଇ ଦେଇଥିଲେ। ଓଡ଼ିଶା ସରକାରଙ୍କ ଦ୍ବାରା ପ୍ରସ୍ତୁତି ଛତୁଆ ପ୍ୟାକେଟରେ ମା’ ମହାଲକ୍ଷ୍ମୀ ସ୍ବୟଂ ସହାୟକ ଗୋଷ୍ଠୀ, ଗ୍ରାମ- ହରିଶଙ୍କରପୁର ବ୍ଲକ ଆଠଗଡ, ଜିଲା କଟକ ଲେଖାଥିବାବେଳେ ପ୍ରସ୍ତୁତି ତାରିଖ ୨୪.୧୧.୨୦୨୨ ଲେଖାଯାଇଛି। ତା’ ସହିତ ପ୍ରସ୍ତୁତି (ପ୍ୟାକିଂ) ହେବାର ମାସକ ମଧ୍ୟରେ ବ୍ୟବହାର କରାଯିବା ପାଇଁ ଉଲ୍ଲେଖ ରହିଛି। କିନ୍ତୁ ଏହି ଅବଧି ଶେଷ ହୋଯାଇଥିବା ଛତୁଆକୁ ବଣ୍ଟନ କରାଯାଉଛି। ଯାହାକୁ ନେଇ ତୁଷାରକାନ୍ତ ସିଡିପିଓଙ୍କୁ ପ୍ରଥମେ ଅଭିଯୋଗ କରିବାରୁ ସେ ଶୁଣି ନଥିଲେ,ପରେ ବିଡିଓଙ୍କ ପାଖକୁ ଲିଖିତ ଅଭିଯୋଗ କରିଛନ୍ତି। ତେବେ ଅଙ୍ଗନଓ୍ବାଡି ସୁପରଭାଇଜର ବବିତା ଦାସଙ୍କୁ ପଚାରିବାରୁ ସେ କହିଲେ ବିଳମ୍ବରେ ପ୍ୟାକିଂ ହୋଇଛି। ପ୍ରସ୍ତୁତି ତାରିଖ ଭୁଲରେ ଲେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?