Posted inଜାତୀୟ

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ ଦାନ ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି।

ଶ୍ରୀବଦ୍ରିନାଥ ଧାମକୁ ମିଳିଥିବା ଦାନ ଅର୍ଥରେ ଅନିୟମିତତା ଅଭିଯୋଗ ସୋସିଆଲ ମିଡିଆରେ ଘୂରି ବୁଲିବା ସହ ଲୋକଙ୍କ ଧ୍ୟାନ ଆକର୍ଷଣ କରିବା ପରେ ଶ୍ରୀବଦ୍ରିନାଥ-କେଦାରନାଥ ମନ୍ଦିର କମିଟି (ବିକେଟିସି) ଏହାର ତଦନ୍ତ ଆରମ୍ଭ କରିଛି।

ଘଟଣା ଉପରେ ନିରପେକ୍ଷ ଓ ତଥ୍ୟଭିତ୍ତିକ ତଦନ୍ତ ଲାଗି ଏକ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ବିକେଟିସି ଅଧ୍ୟକ୍ଷ ହେମନ୍ତ ଦ୍ୱିବେଦୀ କହିଛନ୍ତି। ତଦନ୍ତରୁ କୌଣସି କର୍ମଚାରୀ ଦୋଷୀସାବ୍ୟସ୍ତ ହେଲେ, ଆଇନ ଅନୁଯାୟୀ ତାଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ମନ୍ଦିରକୁ ମିଳୁଥିବା ଦାନର ଦୁରୁପଯୋଗ ହେଉଥିବା ନେଇ କିଛିଦିନ ହେଲା ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହାକୁ ଗମ୍ଭୀରତାର ସହ ବିଚାରକୁ ନେଇ କମିଟି ୨୪ ଘଣ୍ଟା ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଦାନ ଟଙ୍କା ଗଣନା କାର୍ଯ୍ୟରେ ନିୟୋଜିତ ଥିବା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କଠାରୁ ଆରମ୍ଭ କରି ସମସ୍ତ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଥିବା ଦ୍ୱିବେଦୀ କହିଛନ୍ତି।

ହିନ୍ଦୁ ସଂଗଠନ ଭୈରବ ସେନାର ପ୍ରତିଷ୍ଠାତା ସଭାପତି ସନ୍ଦୀପ ଖତ୍ରୀ ବିକେଟିସିର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୋହନ ସିଂ ରଙ୍ଗଦଙ୍କୁ ପତ୍ର ଲେଖି ଦାନ ଟଙ୍କା ଚୋରି ଅଭିଯୋଗ ଆଣିବା ପରେ ଘଟଣା ସାମ୍‌ନାକୁ ଆସିଛି। ଗତ ଶୁକ୍ରବାର ସନ୍ଦୀପ ପଠାଇଥିବା ଚିଠିରେ ଜଣାଇଥିଲେ ଯେ, ବଦ୍ରିନାଥ ଧାମକୁ ମିଳୁଥିବା ଦାନ ଚୋରି ହେଉଥିବା ନେଇ ତାଙ୍କୁ ସୂଚନା ମିଳିଛି। ବିକେଟିସି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବ ଦାନ ଅର୍ଥ ଚୋରି କରୁଥିବା ଅଭିଯୋଗରେ ଦର୍ଶାଯାଇଛି। ଏନେଇ ଏତଲା ଦାଏର କରାଯିବା ସହ ସମ୍ପୂର୍ଣ୍ଣ ଘଟଣାର ନିରପେକ୍ଷ ତଦନ୍ତ କରାଯିବାକୁ ସନ୍ଦୀପ୍‌ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡକୁ ଜିତାଇଲେ ବେଥେଲ, ୧-୦ରେ ସିରିଜ୍‌ ଆଗୁଆ

ମାଞ୍ଚେଷ୍ଟର,୪ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ…

ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…

ବୀରମହାରାଜପୁର ପ୍ରବଳ ବର୍ଷା, ପୂର୍ବତନ ସରପଞ୍ଚଙ୍କ ଘରେ ପସିଲା ପାଣି

ବୀରମହାରାଜପୁର,୪।୭(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ଶନିବାର ସାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପ୍ରବଳ…

ଦଶମନ୍ତପୁରରେ ରେକର୍ଡ ଭାଙ୍ଗିଲା ବର୍ଷା

କୋରାପୁଟ/ନନ୍ଦପୁର,୪ା୭(ଅମିତାଭ ବେହେରା/ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲାରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ସହରର ମିଶନ କମ୍ପାଉଣ୍ଡ ଛକରେ ଗଛ ପଡ଼ି ୨୬ ନଂ. ଜାତୀୟ ରାଜପଥ…

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri