ଥମିନି ବିବାଦ: ପୁଣି ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ସଙ୍ଗିନ ଅଭିଯୋଗ

ପୁରୁଷୋତ୍ତମପୁର,୨୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧୀନ କୁମାରୀଠାରେ ଥିବା ଉଚ୍ଚପ୍ରାଥମିକ ବିଦ୍ୟାଳୟର ବିବାଦ ପିଛା ଛାଡୁନାହିଁ। ଗୁରବାର ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣି ଜଣେ ଷଷ୍ଠ ଶ୍ରେଣୀର ଛାତ୍ର ନାମଲେଖାରୁ ବଞ୍ଚିତ ହୋଇ ସ୍କୁଲ ସମ୍ମୁଖରେ ଚଣା ମୁଢି ବିକି ପ୍ରତିବାଦ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ପୁଣି ଶୁକ୍ରବାର ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ଛାତ୍ରୀଛାତ୍ର ଓ ଅଭିଭାବକ ସଙ୍ଗିନ ଅଭିଯୋଗ ଆଣିଛନ୍ତି। ଏଭଳି ପ୍ରଧାନ ଶିକ୍ଷୟିତ୍ରୀ ତାଙ୍କର ଦରକାର ନାହିଁ ବୋଲି ରୋକଠୋକ ଶୁଣାଇ ଦେଇଛନ୍ତି। ଏପରିକି ସ୍କୁଲ ପରିସରରେ ହୋହାଲ୍ଲା କରିଥିବା ଜଣାପଡିଛି।

ଅଭିଭାବକଙ୍କ ଅଭିଯୋଗ ମୁତାବକ, ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଅତି ନିମ୍ନମାନର ଦିଆଯାଉଛି। ଯାହାକି ବହୁ ପିଲା ନ ଖାଇ ଘରକୁ ଚାଲିଯାଉଛନ୍ତି। ଏନେଇ ଛାତ୍ରୀଛାତ୍ର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଜଣାଇଲେ ସେ କହୁଛନ୍ତି, ମା’ଙ୍କୁ କୁହ ପରିବା ଦେଲେ ଭଲ ଡାଲମା ଖାଇବ। ଯାହାକି ଜଣେ ପ୍ରଧାନ ଶିକ୍ଷୟିତ୍ରୀ ଏଭଳି କହିବା କେତେଦୂର ଯୁକ୍ତିଯୁକ୍ତ ବୋଲି ଅଭିଭାବକମାନେ ପ୍ରକାଶ କରିଛନ୍ତି। ଅପରପକ୍ଷେ ଛାତ୍ରୀଛାତ୍ରମାନେ ମଧ୍ୟ ଅଭିଯୋଗ କରି କହିଛନ୍ତି, ତାଙ୍କୁ ପ୍ରଧାନ ଶିକ୍ଷୟିତ୍ରୀ ଖରାପ ବ୍ୟବହାର କରୁଛନ୍ତି। ଆଦୌ ପଢାଉ ନାହାନ୍ତି। ବିନା କାରଣରେ ମାଡ଼ ମାରୁଛନ୍ତି। ଏଭଳି ପ୍ରଧାନ ଶିକ୍ଷୟିତ୍ରୀ ଆମକୁ ଦରକାର ନାହିଁ ବୋଲି ଛାତ୍ରୀଛାତ୍ର କହିଛନ୍ତି। ଏହାକୁ ନେଇ ସ୍କୁଲ ପରିସରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ଏଥିପ୍ରତି ତୁରନ୍ତ ଶିକ୍ଷା ବିଭାଗୀୟ ଅଧିକାରୀ ଦୃଷ୍ଟିଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏହାକୁ ନେଇ ପ୍ରଧାନ ଶିକ୍ଷୟିତ୍ରୀ ଟି. ଶାନ୍ତି ଲତା ପାତ୍ର କହିଛନ୍ତି, ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ। ସରକାରଙ୍କ ପକ୍ଷରୁ ଥିବା ନିୟମ ଅନୁସାରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଠିକ୍‌ ଭାବେ ଦିଆଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri