ଥମିନି ବିବାଦ: ପୁଣି ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ସଙ୍ଗିନ ଅଭିଯୋଗ

ପୁରୁଷୋତ୍ତମପୁର,୨୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧୀନ କୁମାରୀଠାରେ ଥିବା ଉଚ୍ଚପ୍ରାଥମିକ ବିଦ୍ୟାଳୟର ବିବାଦ ପିଛା ଛାଡୁନାହିଁ। ଗୁରବାର ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣି ଜଣେ ଷଷ୍ଠ ଶ୍ରେଣୀର ଛାତ୍ର ନାମଲେଖାରୁ ବଞ୍ଚିତ ହୋଇ ସ୍କୁଲ ସମ୍ମୁଖରେ ଚଣା ମୁଢି ବିକି ପ୍ରତିବାଦ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ପୁଣି ଶୁକ୍ରବାର ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ଛାତ୍ରୀଛାତ୍ର ଓ ଅଭିଭାବକ ସଙ୍ଗିନ ଅଭିଯୋଗ ଆଣିଛନ୍ତି। ଏଭଳି ପ୍ରଧାନ ଶିକ୍ଷୟିତ୍ରୀ ତାଙ୍କର ଦରକାର ନାହିଁ ବୋଲି ରୋକଠୋକ ଶୁଣାଇ ଦେଇଛନ୍ତି। ଏପରିକି ସ୍କୁଲ ପରିସରରେ ହୋହାଲ୍ଲା କରିଥିବା ଜଣାପଡିଛି।

ଅଭିଭାବକଙ୍କ ଅଭିଯୋଗ ମୁତାବକ, ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଅତି ନିମ୍ନମାନର ଦିଆଯାଉଛି। ଯାହାକି ବହୁ ପିଲା ନ ଖାଇ ଘରକୁ ଚାଲିଯାଉଛନ୍ତି। ଏନେଇ ଛାତ୍ରୀଛାତ୍ର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଜଣାଇଲେ ସେ କହୁଛନ୍ତି, ମା’ଙ୍କୁ କୁହ ପରିବା ଦେଲେ ଭଲ ଡାଲମା ଖାଇବ। ଯାହାକି ଜଣେ ପ୍ରଧାନ ଶିକ୍ଷୟିତ୍ରୀ ଏଭଳି କହିବା କେତେଦୂର ଯୁକ୍ତିଯୁକ୍ତ ବୋଲି ଅଭିଭାବକମାନେ ପ୍ରକାଶ କରିଛନ୍ତି। ଅପରପକ୍ଷେ ଛାତ୍ରୀଛାତ୍ରମାନେ ମଧ୍ୟ ଅଭିଯୋଗ କରି କହିଛନ୍ତି, ତାଙ୍କୁ ପ୍ରଧାନ ଶିକ୍ଷୟିତ୍ରୀ ଖରାପ ବ୍ୟବହାର କରୁଛନ୍ତି। ଆଦୌ ପଢାଉ ନାହାନ୍ତି। ବିନା କାରଣରେ ମାଡ଼ ମାରୁଛନ୍ତି। ଏଭଳି ପ୍ରଧାନ ଶିକ୍ଷୟିତ୍ରୀ ଆମକୁ ଦରକାର ନାହିଁ ବୋଲି ଛାତ୍ରୀଛାତ୍ର କହିଛନ୍ତି। ଏହାକୁ ନେଇ ସ୍କୁଲ ପରିସରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ଏଥିପ୍ରତି ତୁରନ୍ତ ଶିକ୍ଷା ବିଭାଗୀୟ ଅଧିକାରୀ ଦୃଷ୍ଟିଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏହାକୁ ନେଇ ପ୍ରଧାନ ଶିକ୍ଷୟିତ୍ରୀ ଟି. ଶାନ୍ତି ଲତା ପାତ୍ର କହିଛନ୍ତି, ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ। ସରକାରଙ୍କ ପକ୍ଷରୁ ଥିବା ନିୟମ ଅନୁସାରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଠିକ୍‌ ଭାବେ ଦିଆଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?