ଆରୋପ ପ୍ରତ୍ୟାରୋପରେ ଚାଲିଛି ପ୍ରଚାର

ନୂଆପଡ଼ା,୫ା୧୧ (ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନରେ ପ୍ରମୁଖ ଦଳର ଆରୋପ ପ୍ରତ୍ୟାରୋପ ମଧ୍ୟରେ ପ୍ରଚାର ଚାଲିଛି। ସ୍ବାଧୀନ ପ୍ରାର୍ଥୀ ମଧ୍ୟ ପଛରେ ନାହାନ୍ତି। ସେମାନେ ମଧ୍ୟ ନିର୍ବାଚନୀ ବୈତରଣୀ ପାରିହେବା ପାଇଁ ଦିନରାତି ଏକ କରିଦେଇଛନ୍ତି ସୋମବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ମଇଦାନକୁ ଆସି ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ଭୋଟ ଭିକ୍ଷା କଲା ପରେ ଅନ୍ୟ ପ୍ରମୁଖ ଦଳ ମଧ୍ୟରେ ଛନକା ପଶିଛି। ସେମାନେ ରଣନୀତିକୁ ଆହୁରି ଶାଣିତ କରିବା ପାଇଁ ଯୋଜନା କରୁଛନ୍ତି। ପୂର୍ବରୁ ନୂଆପଡା ନିର୍ବାଚନ ମଣ୍ଡଳୀ ବିଜେଡିର ଗଡ ରହିଥିଲା। ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ ୪ଥର ବିଧାୟକ ହୋଇଛନ୍ତି। ତାଙ୍କ ଦେହାନ୍ତ ପରେ ପୁଅ ଜୟ ଢୋଲକିଆ ଭାଜପାରେ ଯୋଗଦେଇ ପ୍ରାର୍ଥୀ ହୋଇଛନ୍ତି। ଏହା ବିଜେଡି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଥିବାବେଳେ ଖୋଦ ପୂର୍ବତନ ମୁଖ୍ୟମନ୍ତ୍ରୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କୁହାଯାଉଛି। ଅନ୍ୟପକ୍ଷରେ କଂଗ୍ରେସ ପାଇଁ ପିସିସି ସଭାପତି ଭକ୍ତ ଚରଣ ଦାସ ନୂଆପଡାରେ ଡେରା ପକାଇଥିବାବେଳେ ପୂର୍ବତନ ମନ୍ତ୍ରୀ ସୁର ରାଉତରାୟ ପଦଯାତ୍ରା କରି ଭୋଟ ଭିକ୍ଷା କରୁଛନ୍ତି। ବିଜୟ ଲକ୍ଷ୍ୟ ରଖି କଂଗ୍ରେସ ଆଗକୁ ହେଭିୱେଟ ନେତାମାନଙ୍କୁ ପ୍ରଚାର ମଇଦାନକୁ ଆଣିବା ପାଇଁ ପ୍ରସ୍ତୁତି ଚଳାଇଛି। ସେହିପରି ଭାଜପା ପ୍ରାର୍ଥୀ ଜୟଙ୍କ ବିଜୟ ପାଇଁ ଉପକୂଳିଆ ନେତା, ମନ୍ତ୍ରୀ, ବିଧାୟକ ସହ ସିନେ ତାରକା ଦିନରାତି ଏକ କରିଦେଉଛନ୍ତି। ଆଗକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ସମେତ ବହୁ ହେଭିଓ୍ବେଟ ନେତା ଆସି ଜୟଙ୍କ ପାଇଁ ପ୍ରଚାର କରିବେ ବୋଲି ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?