ବାତ୍ୟା ପରେ କାଦୁଅଫିଙ୍ଗା

ଭୁବନେଶ୍ୱର,୪।୬(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପରିଚାଳନାକୁ ନେଇ ଶାସକ ଏବଂ ବିରୋଧୀ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଛି। ବାତ୍ୟା ପରିଚାଳନା ସରକାରଙ୍କ ପ୍ରଚାର ସର୍ବସ୍ବ ବୋଲି ଭାଜପା ପକ୍ଷରୁ ଅଭିଯୋଗ କରାଯାଇଥିବାବେଳେ ଏଭଳି ସମାଲୋଚନା ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ବିଜେଡି ପକ୍ଷରୁ କୁହାଯାଇଛି।
ପୂର୍ବତନ ରାଜସ୍ବ ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ମନମୋହନ ସାମଲ ଖବରଦାତା ସମ୍ମିଳନୀରେ ଅଭିଯୋଗ କରିଛନ୍ତି ଯେ, ରାଜଧାନୀରେ ବସି ବାତ୍ୟା ଓ ବନ୍ୟା ସୁପରିଚାଳନା କରିବାର ମିଛ ପ୍ରଶଂସା ସାଉଁଟିବାରେ ରାଜ୍ୟ ସରକାର ସିଦ୍ଧହସ୍ତ। ୨୦୦୮ରେ ବିଧାନସଭାରେ ଗୃହ ବିଭାଗ କମିଟି ଦେଇଥିବା ରିପୋର୍ଟ ଆଧାରରେ ରାଜ୍ୟ ସରକାର ବାତ୍ୟା ମୁକାବିଲା ପାଇଁ କୌଣସି ପ୍ରାକ୍‌ ପ୍ରସ୍ତୁତି କରି ନ ଥିଲେ। ବାତ୍ୟା ତାଣ୍ଡବ ରଚିବ ବୋଲି ଭାରତୀୟ ପାଣିପାଗ ସତର୍କ କରାଇଥିଲା। ଏନ୍‌ଡିଆର୍‌ଏଫ୍‌ ମଧ୍ୟ ସମସ୍ତ ସହଯୋଗ କରିଥିଲା। ବାତ୍ୟା ପ୍ରଭାବିତ ଅଞ୍ଚଳବାସୀଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ବୋଲି କହିବା କେବଳ ପ୍ରହସନ। ୫୦ ଜଣଙ୍କୁ ସ୍ଥାନାନ୍ତରିତ କରି ୩୦୦ ଦର୍ଶାଯାଇଛି। ସେହିପରି ବାତ୍ୟା ଆଶ୍ରୟସ୍ଥଳୀରେ ବ୍ୟାପକ ଅବ୍ୟବସ୍ଥା ସୃଷ୍ଟି ହୋଇଥିଲା। ବିସ୍କୁଟ, ଚୁଡ଼ା ଦେଇ ଔପଚାରିକତା ପୂରଣ କରାଯାଇଥିଲା। କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ବାତ୍ୟାଶ୍ରୟ ପରିଚାଳନା ହେଉଥିବା ମିଥ୍ୟା ପ୍ରଚାର କରାଯିବାରୁ ଅନେକେ ଆଶ୍ରୟ ସ୍ଥଳକୁ ଯାଇ ନ ଥିଲେ ବୋଲି ସାମଲ ଅଭିଯୋଗ କରିଛନ୍ତି।
ଅନ୍ୟପଟେ ଭାଜପାରେ ଏଭଳି ଅଭିଯୋଗର ଜବାବ ରଖିଛି ବିଜେଡି। ଦଳୀୟ ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି, ବାତ୍ୟା ପରିଚାଳନାରେ ରାଜ୍ୟ ସରକାର ସମୁଚିତ ପଦକ୍ଷେପକୁ ସବୁଆଡୁ ପ୍ରଶଂସା କରାଯାଉଥିବା ବେଳେ ରାଜନୈତିକ ଉଦ୍ଦେଶ୍ୟ ରଖି ଭାଜପା ନେତା ମନମୋହନ ସାମଲ ପ୍ରଶ୍ନ କରୁଛନ୍ତି। ବାତ୍ୟା ପରେ ସରକାର ରିଲିଫ୍‌ ଓ ଥଇଥାନ କାର୍ଯ୍ୟ ହାତକୁ ନେଇଛନ୍ତି। ପ୍ରଭାବିତ ଅଞ୍ଚଳବାସୀଙ୍କୁ ୭ଦିନ ପାଇଁ ମାଗଣା ଖାଦ୍ୟ ପ୍ରଦାନ ସହ କ୍ଷୟକ୍ଷତି ଆକଳନ କରାଯାଇଛି ବୋଲି ଲେନିନ୍‌ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri