ଭାଜପା ନାଁରେ ସାଙ୍ଘତିକ ଅଭିଯୋଗ: ଏସ୍‌ପି ଦେଉଛନ୍ତି ଜେଲ୍‌ରେ ପୁରାଇବା ଧମକ

ନୂଆପଡ଼ା,୧ା୧୧ (ମକାରୁ ବେମାଲ): ବାଡ଼ ଯଦି ଫସଲ ଖାଇବ ଦୋଷ ଦେବା କାହାକୁ। ନୂଆପଡ଼ା ଉପନିର୍ବାଚନରେ ଏହା ଜଳ ଜଳ ଦେଖାଯାଉଛି। ସ୍ବଚ୍ଛ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ସୁନିଶ୍ଚିତ କରିବା ପାଇଁ ସମ୍ବିଧାନ ଜିଲାପାଳ ଓ ଏସ୍‌ପିଙ୍କୁ ଦାୟିତ୍ୱ ଦେଇଛନ୍ତି। ହେଲେ ସେମାନେ ଏବେ ଶାସକ ଦଳର ଏଜେଣ୍ଟ ସାଜିଛନ୍ତି। ଜିଲା ପ୍ରଶାସନର ମୁଖିଆ ବୋଲାଉଥିବା ଏହି ୨ବରିଷ୍ଠ ଅଧିକାରୀ ବିଜେଡି ନେତା ଓ କର୍ମୀଙ୍କୁ ଧମକାଉଛନ୍ତି। ଭାଜପାକୁ ସମର୍ଥନ ନ କଲେ ଜେଲରେ ପୂରାଇଦେବାକୁ ନାଲିଆଖି ଦେଖାଉଛନ୍ତି ବୋଲି ସଙ୍ଗିନ ଅଭିଯୋଗ ଆଣି ଶୁକ୍ରବାର ନୂଆପଡ଼ା ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଛି ବିଜେଡି। ଏକ ବିରାଟ ପଟୁଆରରେ ବିଜେଡି ନେତୃବୃନ୍ଦ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକ ତୁରନ୍ତ ନିଜର ଅଗଣତାନ୍ତ୍ରିକ କାର୍ଯ୍ୟଧାରା ବନ୍ଦ କରିବା ପାଇଁ ଦାବି କରିଥିଲେ। ବିଜୁ ଯୁବ ଜନତା ଦଳ ସଭାପତି ଚିନ୍ମୟ ସାହୁ, ଛାତ୍ର ବିଜେଡି ସଭାନେତ୍ରୀ ଈପ୍ସିତା ସାହୁ, ଅମିତ ସିଂଦେଓ, ପ୍ରଦ୍ୟୁମ୍ନ ତ୍ରିପାଠୀ, ରାଜେନ୍ଦ୍ର ପ୍ରସାଦ ଗୁପ୍ତା, ଅବିନାଶ ଠାକୁର, ମାନସ ବାଗ, ମଣ୍ଟୁ ନାଏକ, ଚିରାଗ ସିଂଦେଓ, ମୃତ୍ୟୁଞ୍ଜୟ ମିଶ୍ର, ମନୀନ୍ଦ୍ର ମହାନ୍ତି, ସୁବ୍ରତ ସିଂହ, ବାବୁ ଖାନ, କରନ ସିକନ୍ଦର, ଉଦିତ ପ୍ରତାପ ଭୋଇ ପ୍ରମୁଖ ଅଭିଯୋଗ କରିଥିଲେ, ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଅଘୋଷିତ ଷ୍ଟାର ପ୍ରଚାରକ ଭାବେ ଜିଲାପାଳ, ଆରକ୍ଷୀ ଅଧୀକ୍ଷକ କାର୍ଯ୍ୟ କରୁଛନ୍ତି। ନୂଆପଡ଼ା ଜନତା ଏହାକୁ କେବେ ବରଦାସ୍ତ କରିବେ ନାହିଁ। ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କୁ ବେଆଇନ କାର୍ଯ୍ୟ ବନ୍ଦ କରି ନିରପେକ୍ଷ ହେବାକୁ ବିଜେଡି ନେତୃବୃନ୍ଦ ଚେତାବନୀ ଦେଇଛନ୍ତି। ଯଦି ପ୍ରଶାସନ ମୁକ୍ତ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ନ କରେ ତେବେ ତା’ର ଉଚିତ ଜବାବ ନୂଆପଡ଼ାବାସୀ ଦେବେ ବୋଲି ସେମାନେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ପୋଲିସ ପାଳି, ବର୍ଦ୍ଦିରେ ରହି ସୋସିଆଲ ମିଡିଆରେ ଫଟୋ ଭିଡିଓ ପୋଷ୍ଟ କଲେ…

ଭୁବନେଶ୍ୱର,୨୦ା୯: ଏଣିକି ପୋଲିସ ପାଳି। ରାଜ୍ୟରେ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଗାଇଡ୍‌ଲାଇନ୍‌ ଜାରି…

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା: ସମୁଦ୍ର ଛାଡ଼ି କୂଳମୁହାଁ ମତ୍ସ୍ୟଜୀବୀ, ଆଶଙ୍କାରେ ଲୋକେ

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସହିତ ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବ ଚିନ୍ତା ବାଇଛି। ଫଳରେ ବିଶେଷ କରି ଉପକୂଳ ଅଞ୍ଚଳ ପାରମ୍ପରିକ ମାଛ…

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?