ମଦବିକ୍ରି ବନ୍ଦ କରିବାରୁ ଗାଳି, ଅସଦାଚରଣ ଅଭିଯୋଗ

ଢେଙ୍କାନାଳ ଅଫିସ,୨୪।୫ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ବରଦା, କୁଶିଦା, ସୋଗରଦିଆଣୀ ଗ୍ରାମର ମା’ ଦୁର୍ଗତିନାଶିନୀ ନିଶା ନିବାରଣ ମହିଳା ସଂଘ ନ୍ୟାୟ ପାଇଁ ସୋମବାର ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛି। ସଂଘ ପକ୍ଷରୁ ଅଭିଯୋଗ କରାଯାଇଛି, ଗ୍ରାମରେ ଦେଶୀ ମଦ ବ୍ୟବସାୟ ଦିନକୁ ଦିନ ବଢୁଥିବା ବେଳେ ମଦ୍ୟପମାନେ ବିଶୃଙ୍ଖଳା ବଢ଼ାଉଛନ୍ତି। ଏହାକୁ ବିରୋଧ କଲେ ମହିଳାମାନଙ୍କୁ ଗାଳିଗୁଲଜ ଓ ଅସଦାଚରଣ କରାଯାଉଛି। ବର୍ଷକ ମଧ୍ୟରେ ମଦ ପିଇ ଗାଁର ୬ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବାରୁ ସେମାନଙ୍କ ପରିବାର କ୍ଷତିଗ୍ରସ୍ତ ହୋଇଛି। ଏହି ଘଟଣାର ପ୍ରତିବାଦ କରି ସଂଘ ପକ୍ଷରୁ ବରଦା ପଞ୍ଚାୟତରେ ମଦ ବିକ୍ରିକୁ ବନ୍ଦ କରାଯିବାରୁ ୪ଜଣ ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ମହିଳାମାନଙ୍କୁ ଗାଳିଗୁଲଜ କରିବା ସହିତ ଅସଦାଚରଣ କରୁଥିବା ଉଲ୍ଲେଖ କରାଯାଇଛି। ଏ ସଂକ୍ରାନ୍ତରେ ମହିଳାମାନେ ଗଁଦିଆ ଥାନାରେ ଗତ ୨୦ ତାରିଖରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଗ୍ରାମରେ ମଦ୍ୟପଙ୍କ ଉତ୍ପାତ ବନ୍ଦ କରିବା ସହିତ ମଦ ବିକ୍ରି ବନ୍ଦ କରିବା ଏବଂ ମହିଳାମାନଙ୍କୁ ନ୍ୟାୟ ଦେବା ପାଇଁ ସଂଘର କମଳିନୀ ଖଟୁଆ, ସଞ୍ଜୁ ସାମଲ, ସାରଙ୍ଗ ସାହୁ, ନୋଭା ସାହୁ, ଗୋଲାପ ସାହୁ, ଦଣ୍ଡେଇ ସାହୁ ପ୍ରମୁଖଙ୍କ ସମେତ ବହୁ ମହିଳା ଜିଲାପାଳଙ୍କୁ ଲିଖିତ ଭାବରେ ଜଣାଇଛନ୍ତି। ଏଥିସହିତ ମହିଳାମାନେ ଜିଲା ଅବକାରୀ କାର୍ଯ୍ୟାଳୟକୁ ମଧ୍ୟ ଘେରାଉ କରିଥିଲେ। ଉପ ଅବକାରୀ ଅଧୀକ୍ଷକ ମହିଳାମାନଙ୍କୁ ବୁଝାଝୁଝା କରିଥିଲେ। ଏ ସଂକ୍ରାନ୍ତରେ ଉପ ଅବକାରୀ ଅଧୀକ୍ଷକ ସୀତାରାଣୀ ପଟ୍ଟନାୟକ କହିଛନ୍ତି, ଗଁଦିଆ ବ୍ଲକ ବରଦା ପଞ୍ଚାୟତରୁ ଆସିଥିବା ମହିଳାମାନଙ୍କ ଅଭିଯୋଗ ପାଇଛୁ ା ଅଭିଯୋଗ ଭିତ୍ତିରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri