ପୁଅ-ବୋହୂଙ୍କ ନିର୍ଯାତନା ଅଭିଯୋଗ: ଥାନାର ଦ୍ବାରସ୍ଥ ହେଲେ ମା’ ବାପା

ବାଲେଶ୍ୱର ଅଫିସ, ୮।୭: ପିଲାମାନେ ବଡ଼ ହେଲେ ବୃଦ୍ଧାବସ୍ଥାରେ ବାପା ମା’ଙ୍କ ସାହାରା ହେବେ ବୋଲି ଭାବିଥାନ୍ତି। ହେଲେ ଆଜିକାଲି ପୁଅ ବୋହୂ ସେମାନଙ୍କ ଉପରେ ନିର୍ଯାତନା କରୁଥିବା ଦେଖିବାକୁ ମିଳିଛି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ବର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ଦେଉଳା ଗ୍ରାମ ପଞ୍ଚାୟତର ବାସୁଦେବପୁର ଗ୍ରାମରେ। ଉକ୍ତ ଗ୍ରାମର ସୁଶୀଳା ବିଶ୍ବାଳ, ସ୍ବାମୀ ଉମାକାନ୍ତ ବିଶ୍ବାଳ ପୁଅ ବୋହୂଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ବାର୍ଦ୍ଧକ୍ୟ ଅବସ୍ଥାରେ କେହି ପୁଅ ଓ ବୋହୂ ତାଙ୍କର ଯତ୍ନ ନେଉ ନ ଥିବା ବେଳେ ନାନାପ୍ରକାର ମାନସିକ ନିର୍ଯାତନା ଓ ମାଡ଼ମାରୁଥିବା ନେଇ ସୁଶୀଳା ବାଲିଆପାଳ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ଉକ୍ତ ବୃଦ୍ଧ ଦମ୍ପତିଙ୍କ ୨ପୁଅ। ବାପା ଉମାକାନ୍ତ ବାଡ଼ିରେ ଥିବା ଗଛରୁ ପଇଡ଼ ବିଛାଉଥିବା ସମୟରେ ବଡ଼ ପୁଅ ଓ ବୋହୂ ତାଙ୍କୁ ମାଡ଼ ମାରିଥିବା ଅଭିଯୋଗ କରିଛନ୍ତି ମା’ ସୁଶୀଳା। ବାପା ଓ ମା’ଙ୍କୁ ନେଇ ବଡ଼ ପୁଅ ଓ ସାନ ପୁଅ ଭିତରେ ବହୁ ଟଣାଓଟରା ଥିବା ବେଳେ ତାଙ୍କୁ ଘରୁ ତଡ଼ିବାକୁ ସେମାନେ ଉଦ୍ୟମ କରୁଛନ୍ତି ବୋଲି ସୁଶୀଳା କହିଛନ୍ତି। ତେବେ ପୁଅ ବୋହୂଙ୍କ ଦାଉରୁ ରକ୍ଷା ପାଇବା ସହ ସେମାନଙ୍କର ସୁରକ୍ଷା ବ୍ୟବସ୍ଥା ଲାଗି ସୁଶୀଳା ଓ ଉମାକାନ୍ତ ବାଲିଆପାଳ ଥାନାରେ ଦ୍ୱାରସ୍ଥ ହୋଇଛନ୍ତି। ଅନ୍ୟପଟେ ବୃଦ୍ଧାବସ୍ଥାରେ ବାପା ମା’ଙ୍କ ପ୍ରତି ୨ପୁଅଙ୍କର ଏଭଳି ବ୍ୟବହାର ସମାଜ ପାଇଁ ଏକ ନିନ୍ଦନୀୟ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଶନିଙ୍କ ବକ୍ରୀ ଚଳନ: ୩ ରାଶି ପାଇଁ ଅକ୍ଟୋବରରେ କଠିନ ସମୟ! ପାଖରୁ ପଳାଇବ ଟଙ୍କା, ଘରକୁ ଆସିବ ଖରାପ ଖବର!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷରେ ଶନିଙ୍କୁ କର୍ମଫଳଦାତା ଓ ନ୍ୟାୟର ଦେବତା ଭାବେ ବିବେଚନା କରାଯାଏ। ଶନିଙ୍କ ଚଳନରେ ପରିବର୍ତ୍ତନ ହେଲେ ଏହା ସମସ୍ତ ରାଶି ଉପରେ ପ୍ରଭାବ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସୃଷ୍ଟି ହେଲା ତ୍ରିଗ୍ରହୀ ଯୋଗ: ଆଜିଠୁ ଆରମ୍ଭ ୩ ରାଶିଙ୍କ ଭଲଦିନ, ହେବେ ମାଲାମାଲ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ, ୨୦୨୬ ଅକ୍ଟୋବର ୧୭ରେ ସୂର୍ଯ୍ୟ ତୁଳା ରାଶିରେ ଗୋଚର କରିବେ। ଏହି ସମୟରେ ତୁଳା ରାଶିରେ ପୂର୍ବରୁ ଶୁକ୍ର ଓ ବୁଧ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?