ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଅଭିଯୋଗ

ଗୋପ,୨୫ା୭(ଡି.ଏନ୍‌.ଏ.): ଚିକିତ୍ସା ଅବହେଳାରୁ ଗୋପ ବ୍ଲକ ଅନ୍ତର୍ଗତ ମୁଗୁରିଆ ଗ୍ରାମର ତ୍ରିଲୋଚନ କାଣ୍ଡିଙ୍କ ଦେଢ଼ବର୍ଷ ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଗୋପ ପୋଲିସ ଏକ ମାମଲା (ନଂ.୧୯୫/୨୦)ରୁଜୁକରି ତଦନ୍ତ ଚଳାଇଛି। ଅନ୍ୟପଟେ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଶୁକ୍ରବାର ପରିବାର ଲୋକେ ମୃତ ଶିଶୁପୁତ୍ରକୁ ଧରି ନାଗପୁର ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ୩ ଘଣ୍ଟା ରାସ୍ତାରୋକୋ କରିଥିଲେ।
ତ୍ରିଲୋଚନଙ୍କ ଦେଢ଼ବର୍ଷ ଶିଶୁପୁତ୍ରକୁ ଜ୍ୱର ହେବାରୁ ଗୁରୁବାର ପରିବାର ଲୋକେ ନାଗପୁର ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଉପସ୍ଥିତ ଡାକ୍ତର ଶିଶୁପୁତ୍ରକୁ ଚିକିତ୍ସା କରିବା ସହ ଔଷଧ ଲେଖିଥିଲେ। ପରିବାର ଲୋକେ ସ୍ବାସ୍ଥ୍ୟକେନ୍ଦ୍ରରୁ ମାଗଣାରେ ଔଷଧ ନେଇଥିଲେ। ରାତିରେ ଔଷଧ ଖାଇବା ପରେ ଶୁଶୁପୁତ୍ରର ଦେହ ଅଧିକ ଖରାପ ହୋଇଥିଲା। ଶିଶୁପୁତ୍ରକୁ ଡାକ୍ତରଖାନା ଆଣିବା ପୂର୍ବରୁ ମୃତ୍ୟୁ ହୋଇଥିଲା। ଚିକିତ୍ସା ଅବହେଳାରୁ ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ପରିବାର ସଦସ୍ୟ କହିବା ସହ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ନାଗପୁର ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ରାସ୍ତାରୋକୋ କରିଥିଲେ। ଫଳରେ ଉଭୟ ପଟୁ ଆସୁଥିବା ଯାନବାହନ ଅଟକି ରହିଥିଲା। ଖବରପାଇ ଗୋପ ଥାନାଧିକାରୀ ସୁଧୀର କୁମାର ସାହୁ, ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଶିବ ପ୍ରସାଦ ମଙ୍ଗରାଜ ପହଞ୍ଚି ଘଟଣା ସମ୍ପର୍କରେ ତଦନ୍ତ କରିଥିଲେ। ତହସିଲଦାର ପୃଥ୍ବିରାଜ ମଣ୍ଡଳ ପହଞ୍ଚି ବୁଝାଶୁଝା କରିବା ପରେ ଅପରାହ୍ନ ୧ଟାରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ମୃତ ଶିଶୁ ପରିବାରକୁ ରେଡକ୍ରସ ପକ୍ଷରୁ ୧୦ ହଜାର ଟଙ୍କା ତହସିଲଦାର ପ୍ରଦାନ କରିଥିଲେ। ମୃତ ଶିଶୁପୁତ୍ରର ସ୍ବାବ୍‌ ଟେଷ୍ଟ କରାଯିବ ବୋଲି ପୋଲିସ କହିଛି। ଚିକିତ୍ସା ଅବହେଳା ଯୋଗୁ ମୃତ୍ୟୁ ଘଟିବା ନେଇ ସମ୍ପୃକ୍ତ ଡାକ୍ତରଙ୍କୁ ପଚାରିବାରେ ସେ ଏହାକୁ ଖଣ୍ଡନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Read more

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri