ଚିକିତ୍ସା ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌, କାର୍ଯ୍ୟାନୁଷ୍ଠାନ ଦାବି

ବରଗଡ଼ ଅଫିସ୍‌/ରେଢ଼ାଖୋଲ,୧୨।୭-ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଶିଶୁପୁତ୍ରର ମୃତ୍ୟୁ ଘଟଣା ଆଲୋଡ଼ନ ଖେଳାଇ ଦେଇଛି। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭିନ୍ନ ମହଲରେ ଦାବି ହୋଇଛି । ରବିବାର ଏ ନେଇ ବରଗଡ଼ ଜିଲା ୟୁଥ୍‌ ଏଗେନଷ୍ଟ କରପ୍ସନ, ଯୋଖିପାଲି ପକ୍ଷରୁ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଜାତୀୟ ସ୍ବାସ୍ଥ୍ୟ ମିଶନ ଏବଂ ସମ୍ବଲପୁର ଜିଲାପାଳଙ୍କୁ ଟୁଇଟ୍‌ କରାଯାଇଛି। ଏଭଳି ଏକ ସମ୍ବେଦନଶୀଳ ଘଟଣାର ନିରପେକ୍ଷ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଅନୁରୋଧ କରାଯାଇଛି।
ପ୍ରକାଶଥାଉକି, ଶନିବାର ରେଢ଼ାଖୋଲ ବ୍ଲକ ଭରତପୁର ପଞ୍ଚାୟତ ଅଧୀନ ଭତରା ଗ୍ରାମର ରସାନନ୍ଦ ପ୍ରଧାନ ତାଙ୍କ ୪ଦିନର ଶିଶୁପୁତ୍ର ଅସୁସ୍ଥ ହୋଇ ପଡ଼ିବାରୁ ଚିକିତ୍ସା ପାଇଁ ରେଢ଼ାଖୋଲ ଡାକ୍ତରଖାନାକୁ ଆଣିଥିଲେ। ସେମାନେ ଅପରାହ୍ନ ପ୍ରାୟ ସାଢ଼େ ୨ଟାରେ ପହଞ୍ଚିଥିବାବେଳେ ସେତେବେଳେ ସେଠାରେ ଡ୍ୟୁଟିରେ ଥିବା ଶିଶୁରୋଗ ବିଶେଷଜ୍ଞ ଡା. ରାମକୃଷ୍ଣ ପତି ଉପସ୍ଥିତ ନ ଥିଲେ। ଏପରିକି ସମ୍ପୃକ୍ତ ଶିଶୁରୋଗ ବିଶେଷଜ୍ଞଙ୍କୁ ଖବର ଦେଇଥିଲେ ସୁଦ୍ଧା ସେଠାକୁ ପହଞ୍ଚି ନ ଥିଲେ। ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଧିକାରୀ ଡା. ବିପିନ ସାହୁ ସେଥିରେ ହସ୍ତକ୍ଷେପ କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳି ନ ଥିଲା। ପ୍ରାୟ ସାଢ଼େ ୪ଘଣ୍ଟା ପରେ ସମ୍ପୃକ୍ତ ଶିଶୁରୋଗ ବିଶେଷଜ୍ଞ ଡାକ୍ତରଖାନା ପହଞ୍ଚିଥିଲେ ଏବଂ ସ୍ବାସ୍ଥ୍ୟ ପରୀକ୍ଷା କରି ଶିଶୁପୁତ୍ରକୁ ମୃତ ଘୋଷଣା କରିଥିଲେ। ଏହାକୁ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା ଏବଂ ପରିସ୍ଥିତି ନିୟନ୍ତ୍ରଣ ପାଇଁ ପୋଲିସ ମଧ୍ୟ ପହଞ୍ଚିଥିଲା। ଏସଡ଼ିଏମଓ ସାହୁ ଉକ୍ତ ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ଏ ନେଇ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରିବେ ବୋଲି କହିଛନ୍ତି । ଅନ୍ୟପଟେ ଏଭଳି ଏକ ସମ୍ବେଦନଶୀଳ ଘଟଣାକୁ ଚାପି ଦେବାକୁ ଉଦ୍ୟମ ଆରମ୍ଭ ହୋଇଛି ବୋଲି ସାଧାରଣରେ ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri