ଚିକିତ୍ସା ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌, କାର୍ଯ୍ୟାନୁଷ୍ଠାନ ଦାବି

ବରଗଡ଼ ଅଫିସ୍‌/ରେଢ଼ାଖୋଲ,୧୨।୭-ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଶିଶୁପୁତ୍ରର ମୃତ୍ୟୁ ଘଟଣା ଆଲୋଡ଼ନ ଖେଳାଇ ଦେଇଛି। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭିନ୍ନ ମହଲରେ ଦାବି ହୋଇଛି । ରବିବାର ଏ ନେଇ ବରଗଡ଼ ଜିଲା ୟୁଥ୍‌ ଏଗେନଷ୍ଟ କରପ୍ସନ, ଯୋଖିପାଲି ପକ୍ଷରୁ ମୁଖ୍ୟମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଜାତୀୟ ସ୍ବାସ୍ଥ୍ୟ ମିଶନ ଏବଂ ସମ୍ବଲପୁର ଜିଲାପାଳଙ୍କୁ ଟୁଇଟ୍‌ କରାଯାଇଛି। ଏଭଳି ଏକ ସମ୍ବେଦନଶୀଳ ଘଟଣାର ନିରପେକ୍ଷ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଅନୁରୋଧ କରାଯାଇଛି।
ପ୍ରକାଶଥାଉକି, ଶନିବାର ରେଢ଼ାଖୋଲ ବ୍ଲକ ଭରତପୁର ପଞ୍ଚାୟତ ଅଧୀନ ଭତରା ଗ୍ରାମର ରସାନନ୍ଦ ପ୍ରଧାନ ତାଙ୍କ ୪ଦିନର ଶିଶୁପୁତ୍ର ଅସୁସ୍ଥ ହୋଇ ପଡ଼ିବାରୁ ଚିକିତ୍ସା ପାଇଁ ରେଢ଼ାଖୋଲ ଡାକ୍ତରଖାନାକୁ ଆଣିଥିଲେ। ସେମାନେ ଅପରାହ୍ନ ପ୍ରାୟ ସାଢ଼େ ୨ଟାରେ ପହଞ୍ଚିଥିବାବେଳେ ସେତେବେଳେ ସେଠାରେ ଡ୍ୟୁଟିରେ ଥିବା ଶିଶୁରୋଗ ବିଶେଷଜ୍ଞ ଡା. ରାମକୃଷ୍ଣ ପତି ଉପସ୍ଥିତ ନ ଥିଲେ। ଏପରିକି ସମ୍ପୃକ୍ତ ଶିଶୁରୋଗ ବିଶେଷଜ୍ଞଙ୍କୁ ଖବର ଦେଇଥିଲେ ସୁଦ୍ଧା ସେଠାକୁ ପହଞ୍ଚି ନ ଥିଲେ। ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଧିକାରୀ ଡା. ବିପିନ ସାହୁ ସେଥିରେ ହସ୍ତକ୍ଷେପ କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳି ନ ଥିଲା। ପ୍ରାୟ ସାଢ଼େ ୪ଘଣ୍ଟା ପରେ ସମ୍ପୃକ୍ତ ଶିଶୁରୋଗ ବିଶେଷଜ୍ଞ ଡାକ୍ତରଖାନା ପହଞ୍ଚିଥିଲେ ଏବଂ ସ୍ବାସ୍ଥ୍ୟ ପରୀକ୍ଷା କରି ଶିଶୁପୁତ୍ରକୁ ମୃତ ଘୋଷଣା କରିଥିଲେ। ଏହାକୁ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା ଏବଂ ପରିସ୍ଥିତି ନିୟନ୍ତ୍ରଣ ପାଇଁ ପୋଲିସ ମଧ୍ୟ ପହଞ୍ଚିଥିଲା। ଏସଡ଼ିଏମଓ ସାହୁ ଉକ୍ତ ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ଏ ନେଇ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରିବେ ବୋଲି କହିଛନ୍ତି । ଅନ୍ୟପଟେ ଏଭଳି ଏକ ସମ୍ବେଦନଶୀଳ ଘଟଣାକୁ ଚାପି ଦେବାକୁ ଉଦ୍ୟମ ଆରମ୍ଭ ହୋଇଛି ବୋଲି ସାଧାରଣରେ ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧରେ ଘରେ ପଶି ଚଳାଇଲେ ୩ ରାଉଣ୍ଡ ଗୁଳି: ମହିଳା ଗୁରୁତର

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଘରେ ପଶି ମହିଳାଙ୍କୁ ଗୁଳି। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଧୀନ ରାଇପାଳ...

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍‌ଜୋମ୍‌ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି।  ଆଗାମୀ କିଛି ଘଣ୍ଟା...

ଦୁର୍ଗନ୍ଧକୁ ନେଇ ତେଜୁଛି ଜନଅସନ୍ତୋଷ

ଭୁବନେଶ୍ୱର, ୬।୧୨ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ (ଟେମ୍ପରାରି ଟ୍ରାନ୍‌ଜିଟ୍‌ ଷ୍ଟେଶନ) ପାଇଁ ଦିନକୁ ଦିନ ସ୍ଥିତି ବିଗିଡି ଚାଲିଛି। ଦୁର୍ଗନ୍ଧରେ ଅଧା...

ଓଡ଼ିଶାର ୪ ଶିକ୍ଷାଧିକାରୀଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୭।୧୨ (ଅସମାପିକା ସାହୁ):ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ଶୈକ୍ଷିକ ଯୋଜନା ଓ ପ୍ରଶାସନ ଅନୁଷ୍ଠାନ (ଏନ୍‌ଆଇଇପିଏ) ଦ୍ୱାରା ନୂଆଦିଲ୍ଲୀର ଡ. ଆମ୍ବେଡକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ...

ଚାଷୀଙ୍କୁ ଭୟ ମେଘୁଆ ପାଗ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ଅମଳ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଅନ୍ୟପଟେ ଧାନ ସଂଗ୍ରହ ପ୍ରକ୍ରିୟାକୁ ମଙ୍ଗଳବାର ୧୫ ଦିନ ପୂରିଛି। ଧାନ ସଂଗ୍ରହ...

ଆଜି ୮ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୧୨(ଅନୁରାଧା ମହାରଣା):ସାମୁଦ୍ରିକ ବାତ୍ୟା ମିଗ୍‌ଜୋମ୍‌ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି। ନେଲୋର ଏବଂ ମଛଲିପଟନମ୍‌ ମଧ୍ୟବର୍ତ୍ତୀ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୬।୧୨(ସତ୍ୟଜିତ୍‌ ରାଉତ):ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ଭିଜିଲାନ୍ସ ପକ୍ଷରୁ ବହୁ ସମୟରେ ସେମାନଙ୍କ...

ସ୍କ୍ରାପିଂ କଲେ ଟିକସ, ଜରିମାନା ଛାଡ଼

ଭୁବନେଶ୍ୱର,୬।୧୨(ଅନିଲ ଦାସ):ପୁରୁଣା ଗାଡ଼ି ଉପରେ ଥିବା ସମସ୍ତ ବକେୟା ଟିକସ ଓ ଜରିମାନା ଛାଡ଼ କରାଯିବ। ଯେଉଁ ଗାଡ଼ି ମାଲିକମାନେ ନିଜ ଗାଡ଼ିକୁ ସ୍କ୍ରାପିଂ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri